ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ଆଶ୍ରମ ସ୍କୁଲରେ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ କରୁଛି ପୋଲିସ

ଝାରସୁଗୁଡା,୧୫/୦୯: ରେଙ୍ଗାଲପାଳି ସୋଡାମାଲ ଆଶ୍ରମ ସ୍କୁଲରେ ଛାତ୍ରୀ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହ ଜନକ ମୃତ୍ୟୁ । ମୃତ ଛାତ୍ରୀ ଚତୁର୍ଥ ଶ୍ରେଣୀରେ ପଢ଼ୁଥିବା ଲିଜା ବାଗ ବୋଲି ଜଣାପଡ଼ିଛି । ଝାରସୁଗୁଡା ଜିଲ୍ଲା କୋଲାବିରା ବ୍ଲକ ଅନ୍ତର୍ଗତ ସୋଢାମାଲ ପଞ୍ଚାୟତ ଅଧୀନ ରେଙ୍ଗାଲପାଳି ଆଶ୍ରମରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ଲିଜାଙ୍କୁ ଶନିବାର ସନ୍ଧ୍ୟାରେ ଜ୍ୱର ହୋଇଥିଲା । ଏ ବିଷୟରେ ସ୍କୁଲ କର୍ତ୍ତୃପକ୍ଷ ଜାଣିବା ପରେ ସ୍ବାସ୍ଥ୍ୟକର୍ମୀଙ୍କ ପରାମର୍ଶ କ୍ରମେ ଔଷଧ ଦେଇଥିଲେ । କିନ୍ତୁ ଔଷଧର ପାର୍ଶ୍ୱ ପ୍ରତିକ୍ରିୟା ଦେଖାଦେଇଥିଲା । ଏହା ଦେଖି ସ୍କୁଲ କର୍ତ୍ତୃପକ୍ଷ ରାତି ସାଢ଼େ ୧୧ଟାରେ ଲିଜାଙ୍କୁ କୋଲାବିରା ସ୍ୱାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ନେଇଥିଲେ । କିନ୍ତୁ କୋଲାବିରା ସ୍ୱାସ୍ଥ୍ୟକେନ୍ଦ୍ରର ଦାୟିତ୍ୱରେ ଥିବା ଡାକ୍ତର ଅଧିକ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିବାକୁ ପରାମର୍ଶ ଦେଇଥିଲେ । ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣିବାପରେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ସ୍କୁଲ କର୍ତ୍ତୃପକ୍ଷ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । 

ତେବେ ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖା ଦେଇଛି । କିଭଳି ଭାବରେ ଓୌଷଧର ଏତେ ମାତ୍ରାରେ ପାର୍ଶ୍ୱ ପ୍ରତିକ୍ରିୟା ହେଲା ସେ ନେଇ ଉଠୁଛି ପ୍ରଶ୍ନ । ଏଭଳି ସ୍ଥିତିରେ ଘଟଣାସ୍ଥଳରେ ପୋଲିସ ଓ ପ୍ରଶାସନ ରହି ଛାନଭିନ୍‌ ଜାରି ରଖିଛନ୍ତି ।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.