ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ବନ୍ଧୁକ ଦେଖାଇ କରୁଥିଲେ ଲୁଟ୍‌, ତିନିଜଣ ଲୁଟେରାଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ

ପାଟଣାଗଡ଼,୦୫/୦୯: ଲାଠୋର ପୋଲିସର ବଡ଼ ସଫଳତା । ବନ୍ଧୁକ ଦେଖାଇ ଲୁଟ କରିଥିବା ତିନିଜଣ ଲୁଟେରାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଲା ଲାଠୋର ପୋଲିସ । ଗିରଫ ଅଭିଯୁକ୍ତ ହେଉଛନ୍ତି  ଟଙ୍କପାଣି ଗ୍ରାମର ପୃଥ୍ୱୀରାଜ ବାଗ, ରାକେଶ ଓରଫ ଗୋରେଖ କରିଆଁ ଏବଂ ଜଣେ ନାବାଳକ । ସେମାନଙ୍କ ନିକଟରୁ ଦୁଇଟି ଦେଶୀ ବନ୍ଧୁକ, ଗୋଟିଏ ମୋବାଇଲ ଏବଂ ତିନି ହଜାର ଟଙ୍କା ଜବତ କରାଯାଇଛି । ବଲାଙ୍ଗୀର ଜିଲ୍ଲା ପାଟଣଗଡ଼ ବ୍ଲକ୍‌ ଅନ୍ତର୍ଗତ ଲାଠୋର ଥାନା ଅଞ୍ଚଳର ବୁଢାଛାପର ଗାଁର ଗୋପାଳ ବିଶ୍ୱାଳଙ୍କ ଠାରୁ ଏହି ଲୁଟ୍‌ ହୋଇଥିଲା । 

ସୂଚନା ମୁତାବକ, ଚଳିତ ମାସ ୨ତାରିଖରେ ଲାଠୋର ଥାନା ବୁଢାଛାପର ଗାଁର ଗୋପାଳ ବିଶ୍ଵାଳ ଲାଠୋର ରୁ ନିଜ ଗାଁକୁ ଫେରୁଥିଲେ । ଏହି ସମୟରେ ଟଙ୍କପାଣି ଗ୍ରାମପଞ୍ଚାୟତ ନିକଟରେ ତିନିଜଣ ଦୁର୍ବୃତ୍ତ ଗୋପାଳଙ୍କୁ  ବନ୍ଧୁକ ଦେଖାଇ ମାଡ଼ ମାରିବା ସହ ୬ହଜାର ଟଙ୍କା ଲୁଟି ନେଇଥିଲେ । ପରେ ଏନେଇ ଗୋପାଳ ଏକ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଟଙ୍କପାଣି ଗ୍ରାମର ପୃଥ୍ୱୀରାଜ ବାଗ, ରାକେଶ ଓରଫ ଗୋରେଖ କରିଆଁଙ୍କ ସହ ଜଣେ ନାବାଳକକୁ ଗିରଫ କରି କୋର୍ଟ ଚାଲାଣ କରିଛି ଲାଠୋର ପୋଲିସ । ସେମାନଙ୍କ ନିକଟରୁ ଦୁଇଟି ଦେଶୀ ବନ୍ଧୁକ, ଗୋଟିଏ ମୋବାଇଲ ଏବଂ ତିନି ହଜାର ଟଙ୍କା ଜବତ ହୋଇଥିବା ସୂଚନା ଦେଇଛନ୍ତି ପାଟଣାଗଡ଼ ଏସ୍‌ଡିପିଓ ସଦାନନ୍ଦ ପୂଜାରୀ l

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.