ପ୍ରମୂଖ ଖବର
  • ଏସ୍‌ସିବିରେ ଡାକ୍ତରଙ୍କୁ ଆକ୍ରମଣ, ରୋଗୀଙ୍କ ସଂପର୍କୀୟଙ୍କ ନାଁରେ ଥାନାରେ ଏତଲା
  • ||
  • ବ୍ରଜ ଦାସଙ୍କ ଘରେ ଚତୁର୍ଥ ଦିନରେ ଆଇଟି ରେଡ୍, ସମ୍ପତ୍ତି ଆୟର ଚାଲିଛି ଛାନଭିନ୍
  • ||
  • କୋଲକାତା ଟ୍ରେନି ଡାକ୍ତର ଦୁଷ୍କର୍ମ ଓ ହତ୍ୟା ମାମଲା,ଦୋଷୀ ସଂଜୟ ରୟଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇବେ ସିଆଲଦା କୋର୍ଟ
  • ||
  • ହଂସିକାଙ୍କ ମାମଲାରେ ନୂଆ ମୋଡ଼: ୫୦ କୋଟି ଡିଲ୍‌ର ଖୋଳତାଡ଼ କରିବ ଇଡି, ସ୍କାନରରେ ଶିକ୍ଷାନୁଷ୍ଠାନ ମାଲିକ
  • ||
  • ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଶପଥ ନେବେ ଡୋନାଲ୍ଡ ଟ୍ରମ୍ପ...ଭାରତ ପକ୍ଷରୁ ସାମିଲ ହେବେ ଏସ୍ ଜୟଶଙ୍କର,
  • ||
  • ଜାଡ଼ରେ ଥରୁଛି ଓଡ଼ିଶା, ଶୀତ ଆହୁରି ୪ରୁ ୫ ଦିନ କରିବ କଲବଲ: ଦୁଇ ଦିନ କୁହୁଡି ସମ୍ଭାବନା
  • ||

୧୦୫ଏକର ଜମିରେ ଗଞ୍ଜେଇ ଚାଷ ନଷ୍ଟ କରିଲା ପୋଲିସ

Published By : Prameya | January 18, 2025 9:54 PM

ଦାରିଙ୍ଗବାଡି,୧୮/୧୨ : ଦାରିଙ୍ଗବାଡି ଥାନା ଅନ୍ତର୍ଗତ ସାଲେଜୁ ଓ କାଡ଼ାସପାଟା ଗ୍ରାମ ଅଞ୍ଚଳରେ ରହିଥିବା ନାଳ ପାଖ ସରକାରୀ ଜମିରେ ଚାଷ ହୋଇଥିବା ଗଞ୍ଜେଇ ଚାଷ ନଷ୍ଟ କରିଛି ପୁଲିସ । ଦାରିଙ୍ଗବାଡି ତହସିଲଦାର ଶରତ ଶବରଙ୍କ ଉପସ୍ଥିତ କ୍ରମେ ୧୦୫ ଏକର ଜମିରେ ହୋଇଥିବା ଗଞ୍ଜେଇ ଚାଷ କଟାଯାଇ ନିଆଁ ଲଗା ଯାଇଥିଲା । ଯାହାର ଆନୁମାନିକ ମୂଲ୍ୟ ୮ କୋଟି ଟଙ୍କା ହେବ ବୋଲି ପୁଲିସ ସୂଚନା ଦେଇଥିବାବେଳେ ଏ ନେଇ ଅଧିକ ତଦନ୍ତ ଚାଲିଛି । 

ଥାନା ଅଧିକାରୀ କନକ ମାଝୀଙ୍କ ନେତୃତ୍ୱ କ୍ରମେ ଏସଆଇ ଜୟନ୍ତ ସେଠୀଙ୍କ ସମେତ ପୁଲିସ ଫୋର୍ସ ମୁତୟନ ହୋଇ ଗଞ୍ଜେଇ ଚାଷ ନଷ୍ଟ କରିଥିଲେ । ଚଳିତ ବର୍ଷ ଦାରିଙ୍ଗବାଡି ଥାନା ଅଂଚଳରେ ଅଧିକ ଗଞ୍ଜେଇ ଚାଷ ନଷ୍ଟ କରାଯାଇଥିବା ଦେଖିବାକୁ ମିଳିଥିବାବେଳେ ଆହୁରି ଅନେକ ଅଞ୍ଚଳରେ ଗଞ୍ଜେଇ ଚାଷ ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.