ପ୍ରମୂଖ ଖବର
  • ଚାଉଁରପୁର ଦ୍ବିତୀୟ ସେତୁରେ ଚପଲ ରଖି ଡେଇଁପଡିଲେ ମହିଳା, ଆତ୍ମହତ୍ୟାର କାରଣ ଅସ୍ପଷ୍ଟ
  • ||
  • IPLରେ ତମାଖୁ ବିଜ୍ଞାପନ ପ୍ରସାରଣ ମନା, ଚିଠି ଲେଖିଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ
  • ||
  • ବଜ୍ରକବାଟି ଛକ ନିକଟରେ ସିରିଜ୍ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଦୁଇ ବାଇକ୍ ଆରୋହୀ
  • ||
  • ବ୍ରହ୍ମପୁରର ଅଧିଷ୍ଠାତ୍ରୀ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୨ ମଧ୍ୟରାତ୍ରରେ ଶୁଭଖୁଣ୍ଟି ସ୍ଥାପନ ହେବ
  • ||
  • ମଦ ଦୁର୍ନୀତିରେ ଇଡି ଆକ୍ସନ; ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ଘରେ ରେଡ୍
  • ||
  • ଅଟୋ ଚାଳକଙ୍କ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ କଲା ପୋଲିସ, ସ୍ଵାମୀ ସହ ମିଶି ପ୍ରେମିକା ରଚିଥିଲା ହତ୍ୟାକାଣ୍ଡ
  • ||
  • ସୋମବାରଠୁ ସଂସଦର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ, ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ମାର୍କ କାନି ହେବେ କାନାଡ଼ା ନୂଆ ପ୍ରଧାନମନ୍ତ୍ରୀ, ୮୬ ପ୍ରତିଶତ ଭୋଟ ପାଇ ଲିବେରାଲ୍ ପାର୍ଟିର ନେତା ନିର୍ବାଚିତ
  • ||
  • ରାଜ୍ୟରେ ଉପରମୁହାଁ ପାରଦ, ଆଭ୍ୟନ୍ତରୀଣ ଓଡ଼ିଶାରେ ୩ରୁ ୫ ଡିଗ୍ରୀ ବଢ଼ିବ: ସବୁ ଜିଲ୍ଲାପାଳଙ୍କୁ ସତର୍କ କଲେ ଏସ୍‌ଆରସି
  • ||

ଅଟୋ ଚାଳକଙ୍କ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ, ସ୍ଵାମୀ ସହ ମିଶି ପ୍ରେମିକା ରଚିଥିଲା ହତ୍ୟାକାଣ୍ଡ

Published By : Prameya | March 10, 2025 8:32 AM

କରଞ୍ଜିଆ, ୧୦।୩: ଅଟୋ ଚାଳକଙ୍କ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ ହୋଇଛି । ପୋଲିସର ତଦନ୍ତ ପରେ ଗତ ବୁଧବାର ରରୁଆଁ ଥାନା ତେରଣ୍ଟୀ ଗାଁରେ ଥିବା ମା' ତାରିଣୀ ଷ୍ଟିଲ୍ ପ୍ଲାଣ୍ଟ ପଛରେ ଏକ ପରିତ୍ୟକ୍ତ କୂଅରୁ ଏକ ଅଖା ମିଳିଥିଲା । ଅଖା ଭିତରୁ ହାତ ଗୋଡ଼ ବନ୍ଧାହୋଇଥିବା ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିଥିଲା । ମୃତଦେହଟି କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ତ୍ରିବିନ୍ଧା ଗ୍ରାମର ଅଟୋ ଚାଳକ ନିରଞ୍ଜନ ନାଏକଙ୍କର ବୋଲି ଜଣାପଡ଼ିଥିଲା । ପୋଲିସ ମୃତଦେହ ଉଦ୍ଧାର କରିବା ପରେ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ବିଷୟରେ ଖୋଳତାଡ଼ ଆରମ୍ଭ କରିଥିଲା । 

ପରକ୍ରୀୟା ପ୍ରୀତି ଯୋଗୁଁ ଏହି ହତ୍ୟାକାଣ୍ଡ ହୋଇଥିବା ପୋଲିସ ଜାଣିବାକୁ ପାଇଥିଲା । ହତ୍ୟାକାଣ୍ଡଟି ଅଟୋ ଚାଳକଙ୍କ ପ୍ରେମିକା ଘଟାଇଥିବା ପୋଲିସ ସୂଚନା ଦେଇଛି । ସ୍ଵାମୀ ସହ ମିଶି ଠେଙ୍ଗା ଓ ପଥର ସାହାଯ୍ୟରେ ମୁଣ୍ଡକୁ ବାଡ଼େଇ ବାଡ଼େଇ ହତ୍ୟା କରିଥିଲା ପ୍ରେମିକା । ଅଭିଯୁକ୍ତ ଦମ୍ପତିଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ଉଭୟ ଦମ୍ପତି ରରୁଆଁ ଥାନା ପାଣ୍ଡରଶିଳ ଗାଁର ବିଶ୍ୱନାଥ ବେହେରା ଓ ରଶ୍ମିତା ବେହେରା ବୋଲି ଜଣାପଡ଼ିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.