ପ୍ରମୂଖ ଖବର
  • ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା,ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଗଞ୍ଜାମ; ଆକାଶରୁ ଖସିଲା ମୃତ୍ୟୁ, ବଜ୍ରପାତ ଘଟି ୩ ମହିଳାଙ୍କ ମୃତ୍ୟୁ
  • ||
  • ଶ୍ରୀମନ୍ଦିର ପରିଚାଳନା କମିଟି ଘୋଷଣା, ପ୍ରକାଶ ପାଇଲା ୧୦ଜଣ ସଦସ୍ୟଙ୍କ ନାଁ
  • ||
  • ଜୁଆ ଆଡ୍ଡା ଉପରେ ପୁଲିସର ଚଢ଼ାଉ; ଟଙ୍କା-ମୋବାଇଲ ଫୋନ ଜବତ, ୭ ଜୁଆଡ଼ି ଗିରଫ
  • ||
  • ‘ଆମ ଶାସନ’ ବ୍ୟବସ୍ଥାର ଶୁଭାରମ୍ଭ, ଲୋକଙ୍କ ମତାମତ ଆଧାରରେ ହେବ ନୀତି ନିର୍ଦ୍ଧାରଣ
  • ||
  • ନୂଆଦିଲ୍ଲୀ: ତଦନ୍ତରେ ଚାଞ୍ଚଲ୍ୟକର ଖୁଲାସା; ପାକିସ୍ତାନକୁ ପଠାଯାଉଥିଲା ଦେଶର ଗୁଇନ୍ଦା ସୂଚନା, ପାକିସ୍ତାନୀ ଗୁପ୍ତଚର ସମ୍ପର୍କରେ ଥିଲେ ଭାରତର ୧୫ ଅଧିକାରୀ
  • ||
  • ଟାଙ୍ଗୀ : ରୋଷେଇ ଚାଲିଥିବା ବେଳେ ଫାଟିଲା ଗ୍ୟାସ୍ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ଘର, ୬ଟି ପରିବାର ସର୍ବସ୍ବାନ୍ତ
  • ||
  • ଥମିଲା ଆନ୍ଦୋଳନ,୧୫ ଦିନ ପରେ ଅମଲା ଆନ୍ଦୋଳନ ସ୍ଥଗିତ
  • ||
  • ମହମ୍ମଦ ୟୁନୁସ୍‌ଙ୍କ ବଡ଼ ଘୋଷଣା : '୨୦୨୬ରେ ବାଂଲାଦେଶକୁ ମିଳିବ ଗଣତାନ୍ତ୍ରିକ ସରକାର, ଯିଏ ଜିତିବ ତା' ହାତରେ ଟେକିଦେବୁ ଶାସନ ଭାର'
  • ||
  • ଗାଜା ହସ୍ପିଟାଲରେ ଇସ୍ରାଏଲ ସେନାର ବୋମାମାଡ଼, ୫ ସାମ୍ବାଦିକଙ୍କ ସମେତ ୨୦ ଜଣଙ୍କ ମୃତ୍ୟୁ, ଅନେକ ଆହତ
  • ||
  • ଆଗାମୀ ୪୮ ଘଣ୍ଟା ଭିତରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ, ୨୯ ଯାଏ ବର୍ଷା ସମ୍ଭାବନା, ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • କାଣୀ ନଦୀରେ ଘାଈ ପରେ ଦୁର୍ଦ୍ଦଶା, ପାଣି ଘେରରେ ଦଶରଥପୁର ବ୍ଲକର ୧୫ ପଞ୍ଚାୟତ, ୫ ହଜାର ଲୋକେ ଜଳବନ୍ଦୀ
  • ||
  • ବଢି ଯନ୍ତ୍ରଣା : ବୈତରଣୀ ଓ ସୁବର୍ଣ୍ଣରେଖା କୋପରେ ଭାସୁଛି ଶତାଧିକ ଗାଁ, ଜଳବନ୍ଦୀ ଅବସ୍ଥାରେ ହଜାର ହଜାର ଲୋକେ
  • ||
  • ମଙ୍ଗଳବାର ଉଦୟଗିରି, ହିମଗିରିର ହେବ ଜଳାବତରଣ; ଶତ୍ରୁର ଜାହାଜକୁ ଖୋଜି ଖୋଜି କରିବ ଧ୍ୱଂସ
  • ||
  • ରୋଷେଇ ବେଳେ ଅଘଟଣ: ଆକସ୍ମିକ ଅଗ୍ନିକାଣ୍ଡରେ ଦମ୍ପତି ଜୀବନ୍ତ ଦଗ୍ଧ, ଅନାଥ ହୋଇଗଲା ୯ ମାସ ଶିଶୁ
  • ||

ଜୁଆ ଖେଳୁଥିଲେ, ଆଡ୍ଡାରେ ମାଡ଼ି ବସିଲା ପୁଲିସ; ୭ ଜୁଆଡ଼ି ଗିରଫ

Published By : Swapna Ray | August 26, 2025 12:51 PM

ଖଲ୍ଲିକୋଟ, ୨୬।୮: ଜୁଆ ଖେଳୁ ଖେଳୁ ଆଡ୍ଡା ଭିତରେ ହଠାତ୍ ପହଞ୍ଚିଲା ପୋଲିସ । ଯିଏ ଜୁଆଡ଼େ ପାରିଲେ ପ୍ରାଣ ବିକଳେ ଦୌଡ଼ିଲେ । ହେଲେ ଶେଷରେ ପୁଲିସ ହାତରେ ଧରାପଡ଼ିଲେ । ଖଲ୍ଲିକୋଟ ଥାନା ଅନ୍ତର୍ଗତ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ପୁଲିସ ଚଢ଼ାଉ କରିଥିବା ଜଣାପଡ଼ିଛି । ଚଢ଼ାଉରେ ୨୧ ହଜାର ୪୫୦ ଟଙ୍କା ସହ ୫ଟି ମୋବାଇଲ ଫୋନ୍ ଜବତ କରିଛି । ଏଥିସହ ୭ ଜଣ ଜୁଆଡ଼ିଙ୍କୁ ମଧ୍ୟ ଗିରଫ କରାଯାଇଛି । 

ସୂଚନାନୁସାରେ, ସୋମବାର ରାତିରେ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ଥିବା ଏକ ଘରେ ଜୁଆ ଖେଳ ଚାଲିଥିବା ନେଇ ଏକ ବିଶେଷ ସୂତ୍ରରୁ ଖବର ପାଇ ଥାନା ଅଧିକାରୀ ରମେଶ କୁମାର ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ ପୁଲିସ୍ ଟିମ୍ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଚଢ଼ାଉ କରିଥିଲେ । ଏ ସମ୍ପର୍କରେ ଖଲ୍ଲିକୋଟ ଥାନା କେସ ନମ୍ବର ୭୦୮/୨୦୨୫ ଅନୁଯାୟୀ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ ରମେଶ କୁମାର ପ୍ରଧାନ ସୂଚନା ଦେଇଛନ୍ତି । 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.