ପ୍ରମୂଖ ଖବର
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ରାଜ୍ୟ ବାହାରକୁ ଚାଲାଣ ପାଇଁ ଚାଲିଥିଲା ପ୍ରସ୍ତୁତି, ଚଢାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କଲା ପୋଲିସ

Published By : Harapriya Sethi | February 12, 2025 1:36 PM

ଭୁବନେଶ୍ୱର, ୧୨/୦୨: ଅପରେସନ ଗ୍ରୀନ୍‌ କ୍ଲିନ୍‌ ମାଧ୍ୟମରେ ଗଞ୍ଜେଇ ଧରିବାରେ ବୌଦ୍ଧ ପୋଲିସକୁ ମିଳିଛି ବଡ଼ ସଫଳତା । ଗାଡ଼ି ଛାଡ଼ି ମାଫିଆ ଫେରାର ହୋଇଯାଇଥିବା ବେଳେ ଗାଡିରେ ଥିବା ସମସ୍ତ ଗଞ୍ଜେଇକୁ ଜବତ କରିଛି ପୋଲିସ । ଆଦର୍ଶ ଥାନା ଅନ୍ତର୍ଗତ ବଘିଆପଡ଼ା ଫାଣ୍ଡି ପନ୍ଥେଇ ଛକରେ ଆଦର୍ଶ ଥାନା ପୋଲିସ ସ୍ପେଶାଲ ଟିମ୍ ଚଢାଉ କରି ୨ ହଜାର ୭୨୦ କେଜି ଗଞ୍ଜେଇ ଜବତ କରିଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୨ କୋଟି ୭୦ ଲକ୍ଷ ଟଙ୍କା ହେବ ।

ସୂଚନା ମୁତାବକ, ବଘିଆପଡ଼ା ଫାଣ୍ଡି ପନ୍ଥେଇ ଛକ ନିକଟରେ ବାହାର ରାଜ୍ୟକୁ ଚାଲାଣ ହେବା ପାଇଁ ଗଞ୍ଜେଇ ଗଚ୍ଛିତ କରି ରଖା ଯାଇଥିଲା । ସେଠାରୁ ଚାଲାଣ ପାଇଁ ପ୍ରସ୍ତୁତ ହେଉଥିବା ନେଇ ବୌଦ୍ଧ ପୋଲିସ କୌଣସି ସୂତ୍ରରୁ ଖବର ପାଇ ଥାନା ଅଧିକାରୀ ରଞ୍ଜିତ ମୁନିଙ୍କ ନେତୃତ୍ୱରେ ଏକ ଟିମ୍ ଗଠନ କରି ଉକ୍ତ ସ୍ଥାନରେ ଚଢାଉ କରିଥିଲା। ଚଢାଉ ସମୟରେ ପୋଲିସକୁ ଦେଖି ଗଞ୍ଜେଇ ମାଫିଆ ମାନେ ଫେରାର ହୋଇଯାଇଥିବା ବେଳେ ପୋଲିସ ସେମାନଙ୍କୁ ଧରିବାରେ ସକ୍ଷମ ହୋଇ ପାରିଲା ନାହିଁ । ହେଲେ ଉକ୍ତ ସ୍ଥାନରେ ଚଢାଉ କରି ପ୍ରାୟ ୨ ହଜାର ୭୨୦ କେଜି ଗଞ୍ଜେଇକୁ ଜବତ କରିବାରେ ସଫଳ ହୋଇଛି ପୋଲିସ । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୨ କୋଟି ୭୦ ଲକ୍ଷ ଟଙ୍କା ହୋଇଥିବା ବେଳେ ଗଞ୍ଜେଇକୁ ଜବତ କରି ପୋଲିସ ତଦନ୍ତ କରୁଥିବା ସୂଚନା ମିଳିଛି । ଜିଲ୍ଲାରେ ବିଭିନ୍ନ ସମୟରେ ବିଭିନ୍ନ ସ୍ଥାନରେ ବୌଦ୍ଧ ପୋଲିସ ଚଢ଼ାଉ କରି ବିପୁଳ ପରିମାଣରେ ଗଞ୍ଜେଇ ଜବତ କରୁଥିବା ବେଳେ କିନ୍ତୁ ମାଫିଆକୁ ଧରିବାରେ ପୋଲିସର ବିଫଳତାକୁ ନେଇ ପୋଲିସର ପାରିବାପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.