ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଉତ୍ତରପ୍ରଦେଶରୁ ଆସିଲା ଆଳୁ , କିଲୋଗ୍ରାମ ପିଛା ୩୦ ଟଙ୍କାରେ ଖାଉଟି କିଣିଲେ

Published By : Suraj Kumar | December 9, 2024 7:57 PM

ଭୁବନେଶ୍ୱର, ୯।୧୨  ରାଜ୍ୟରେ ଖାଉଟି ମାନଙ୍କୁ ସୁଲଭ ମୂଲ୍ୟରେ ଆଳୁ ଯୋଗାଇ ଦେବା ନିମନ୍ତେ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ରାଜ୍ୟ ସରକାର ନା୍ଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେଉଛନ୍ତି । 

ଖାଉଟି ମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନା୍ଫେଡ ମାଧ୍ୟମରେ ଖାଉଟି ମାନଙ୍କ ନିମନ୍ତେ ସୁଲଭ ଦରରେ ଆଳୁ ଯୋଗାଣ ନିମନ୍ତେ ନିଷ୍ପତ୍ତି ନେଇଥିବାରୁ ପ୍ରଥମ ପର୍ଯ୍ୟାୟରେ ତିନୋଟି ଗାଡ଼ିରେ ୬୦ ଟନ ଆଳୁ ଉତ୍ତର ପ୍ରଦେଶରୁ ଆସି ବର୍ତ୍ତମାନ ଭୁବନେଶ୍ୱରରେ ପହଁଚିଛି । ଏହାକୁ ଆଜି ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ସମେତ ସହରର ବିଭିନ୍ନ ସ୍ଥାନରେ ସର୍ବସାଧାରଣ ମାନଙ୍କୁ କିଲୋ ଗ୍ରାମ ପିଛା ୩୦ ଟଙ୍କାରେ ବିକ୍ରୟ କରାଯାଇଛି । ଏହି ଆଳୁ ସମସ୍ତ ସରକାରୀ ସୁଲଭ ଖୁଚୁରା କେନ୍ଦ୍ରରେ ସର୍ବ ସାଧାରଣ ମାନଙ୍କୁ ବିକ୍ରୟ କରଯିବ । ଏହାଦ୍ୱାରା ଖାଉଟି ମାନଙ୍କୁ ସୁଲଭ ଦରରେ ଆଳୁ ଉପଲବ୍ଧ କରାଇବା ସହ ରାଜ୍ୟରେ ଆଳୁ ସଙ୍କଟ ଦୂର ହୋଇପାରିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି । 

 ପ୍ରଥମ ପର୍ଯ୍ୟାୟରେ ଏହା ଭୁବନେଶ୍ୱର, କଟକ, ରାଉଲକେଲା,ଜୟପୁର, ବାଲେଶ୍ୱର,ବଲାଙ୍ଗୀର, ସମ୍ବଲପୁର ଓ ବ୍ରହ୍ମପୁରର ବିଭିନ୍ନ ସରକାରୀ ଖୁଚୁରା ଦୋକାନ ମାଧ୍ୟମରେ ଉପଲବ୍ଧ ହେବ  ଏବଂ ଖାଉଟି ମାନେ ଏହାକୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ କିଣିପାରିବେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.