ପ୍ରମୂଖ ଖବର
  • ମାଲକାନଗିରିରେ ବଡ଼ ଧରଣର ଚୋରି, କାନ୍ଥ ଭାଙ୍ଗି ୧ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ମୋବାଇଲ୍‌ ନେଇଗଲେ ଲୁଟେରା
  • ||
  • ରାଜଧାନୀରେ ହତ୍ୟା ଘଟଣା: ୩ ଜଣଙ୍କୁ ଅଟକ ରଖି ଜେରା କରୁଛି ପୋଲିସ
  • ||
  • ରାଜଧାନୀରେ ହତ୍ୟା ଘଟଣା: ଦୋଷୀଙ୍କୁ ନିଶ୍ଚିତ ଧରାଯିବ ବୋଲି କହିଲେ ଆଇନ୍‌ମନ୍ତ୍ରୀ
  • ||
  • ବୈପାରିଗୁଡ଼ା : ଆମଟିଗୁଡା ହତ୍ୟା ମାମଲା, ୫ ଜଣଙ୍କୁ ବାନ୍ଧିଲା ପୋଲିସ
  • ||
  • ରାଜଧାନୀରେ ଚାଞ୍ଚଲ୍ୟ: ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ଭି. ନାରାୟଣନ ଇସ୍ରୋର ନୂଆ ଅଧ୍ୟକ୍ଷ, ଏସ୍ ସୋମନାଥଙ୍କ ସ୍ଥାନରେ ନିଯୁକ୍ତି
  • ||
  • ଆଗକୁ ବଢିବ ରାତି ତାପମାତ୍ରା, ଆହୁରି କମିବ ଶୀତ
  • ||
  • ରାଜ୍ୟରେ ବାର୍ଡ-ଫ୍ଲୁ ଭୟ, ଜନସ୍ୱାସ୍ଥ୍ୟ ବିଭାଗର ସ୍ଥିତି ସମୀକ୍ଷା
  • ||

୮ରେ ଆରମ୍ଭ ହେବ ପ୍ରବାସୀ ଭାରତୀୟ ସମ୍ମିଳନୀ : ୩ ଦିନରେ ୧୭ ସେସନ ରହିବ

Published By : Prameya | January 7, 2025 8:10 PM

ଭୁବନେଶ୍ବର,୭।୧ :  ଭାରତ ସରକାରଙ୍କ ପୂର୍ବଦୋୟ ବିକାଶ ଯୋଜନା ଅନୁସାରେ ଏଥର ଓଡିଶାରେ ପ୍ରବାସୀ ଭାରତୀୟ ସମ୍ମିଳନୀର ୧୮ ତମ ସଂସ୍କରଣ ଅନୁଷ୍ଠିତ ହେବ।   ଐତିହାସିକ, ସାଂସ୍କୃତିକ ଓ ଆଧ୍ୟାତ୍ମିକ ଦୃଷ୍ଟି କୋଣରୁ ଓଡିଶାରେ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ଦିବସ । ତିନି ଦିନରେ ୧୭ଟି ସେସନ ରହିବ ବୋଲି ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ସଚିବ ଅରୁଣ କୁମାର ଚାଟେର୍ଜି ଓ  ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

ଯୁବ ସମାବେଶରୁ ଆରମ୍ଭ ହେବ ତିନି ଦିନିଆ ପ୍ରବାସୀ ଭାରତୀୟ ସମ୍ମଳନୀ । ଯୁବ ଦିବସ ପରେ ଓଡ଼ିଶାରେ ପୁଞ୍ଜି ବିନିଯୋଗ ସମ୍ଭାବନା ନେଇ ପ୍ରବସୀ ମାନଙ୍କ ସହିତ ଆଲୋଚନା ହେବ । ଯେଉଁଥିରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏବଂ କେନ୍ଦ୍ର ଯୁବ ବ୍ୟାପାର ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ । 

୯ ତାରିଖରେ ପ୍ରଧାନମନ୍ତ୍ରୀ ଆନୁଷ୍ଠାନିକ ଭାବେ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ଉଦଘାଟନ କରିବା ସହ ସମ୍ବୋଧିତ କରିବେ । ପ୍ରବାସୀ ଭାରତୀୟ ମାନଙ୍କୁ ଦେଶର ବିଭିନ୍ନ ପର୍ଯ୍ୟଟନ ସ୍ଥଳ ବୁଲାଇବା ପାଇଁ ତିନି ଦିନ ଧରି ଚାଲିବାକୁ ଥିବା ପ୍ରବାସୀ ଭାରତୀୟ ଏକ୍ସପ୍ରେସକୁ ଶୁଭାରମ୍ଭ କରିବେ । ଅପରାହ୍ନରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରବାସୀ ଭାରତୀୟମାନଙ୍କ ସହ ବିକଶିତ ଭାରତ ୨୦୪୭ ବିଷୟରେ ଆଲୋଚନା କରିବେ । 

୧୦ ତାରିଖରେ ଉଦଯାପନୀ ଉତ୍ସବରେ ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । ତିନି ଦିନିଆ ସମ୍ମିଳନୀରେ ଓଡିଶା ଏବଂ ଦେଶ ବିକାଶରେ ଥିବା ବିଭିନ୍ନ ସମ୍ଭାବନା ବିଷୟରେ ପ୍ରବାସୀମାନଙ୍କ ସହ ଆଲୋଚନା ହେବ।  ମହିଳାମାନଙ୍କ ପାଇଁ ସ୍ୱତନ୍ତ୍ର ଭାବେ ପ୍ରବାସୀ ଦିବସର ବ୍ୟବସ୍ଥା ହୋଇଛି । ଏହା ସହ ବିଭିନ୍ନ ପ୍ଲେନାରି ସେସନରେ ପ୍ରତିଷ୍ଠିତ ବ୍ୟକ୍ତି ବିଶେଷମାନେ ପ୍ରବାସୀମାନଙ୍କ ସହ ଆଲୋଚନା କରିବେ।  

ଏହି ଉତ୍ସବକୁ ଆକର୍ଷଣୀୟ କରିବା ପାଇଁ ବିଭିନ୍ନ ପ୍ରଦର୍ଶନ କରିବା ସହ ପ୍ରତି ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ଶିଖ ଶେଖାୱାତ ନିର୍ଦ୍ଦିଷ୍ଟ ସେସନରେ ଯୋଗ ଦେଇ ପ୍ରବାସୀମାନଙ୍କ ସହ ଆଲୋଚନା କରିବେ । ପୁରୀ, କଟକ, ଭୁବନେଶ୍ୱର ଯାଜପୁରର ପ୍ରାୟ ୨୧ଟି ରୁ ଉର୍ଦ୍ଧ୍ବ ପର୍ଯ୍ୟଟନ ସ୍ଥଳୀକୁ ପ୍ରବାସୀ ମାନଙ୍କୁ ବୁଲାଇ ନେବା ପାଇଁ ସବୁ ବ୍ୟବସ୍ଥା ରାଜ୍ୟ ସରକାର କରିଛନ୍ତି ।  ନୂଆ ଭାଇରସ୍ ପାଇଁ କେନ୍ଦ୍ର ସରକାରଙ୍କ ଯାହା ସତର୍କତା ମୂଳକ ନିର୍ଦ୍ଦେଶ ରହିଛି ତାକୁ ଅନୁପାଳନ କରିବା ସହ ସମସ୍ତଙ୍କ ସୁରକ୍ଷା ଓ ନିରାପଦ କୁ ଦୃଷ୍ଟି ଦିଆ ଯାଉଛି  ବୋଲି   ଅରୁଣ କୁମାର ଚାଟେର୍ଜି  ଓ  ମନୋଜ କୁମାର ଆହୁଜା କହିଛନ୍ତି।

  • PravasiBharatiyaDivas2025
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.