ଭୁବନେଶ୍ଵର, ୩୧/୦୭ : ଆଇସିସି କମିଟି ଗଠନ ନକଲେ କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ। ମାସେ ଭିତରେ ସବୁ କଲେଜରେ ICC କମିଟି ଗଠନ କରିବା ପାଇଁ ଟାର୍ଗେଟ ରଖିଛନ୍ତି ସରକାର। ରାଜ୍ୟରେ ଆଇସିସି କମିଟିର ସ୍ଥିତିକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ାଙ୍କ ସୂଚନା। ସେ ଆହୁରି କହିଛନ୍ତି ଯେ, ଯେଉଁମାନେ ଭୁଲ ଅଭିଯୋଗ କରୁଛନ୍ତି, POSH ACT ଅନୁସାରେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ତେଣୁ POSH ACT ବାବଦରେ ଲୋକସେବା ଭବନରୁ ଆରମ୍ଭ ହୋଇଥିବା ସଚେତନ କାର୍ଯ୍ୟକ୍ରମ ଆଗକୁ ବ୍ଲକ୍ ସ୍ତରରେ ହେବ।
ବାଲେଶ୍ୱର ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମାହୁତି ମାମଲା ପରେ ସରକାର ଏହି ପଦକ୍ଷେପ ନେଇଛନ୍ତି। ଏହି ନିଷ୍ପତ୍ତିକୁ ବିଭିନ୍ନ ମହଲରେ ସ୍ୱାଗତ କରାଯାଇଛି । ଏହାଦ୍ୱାରା ଶିକ୍ଷାନୁଷ୍ଠାନଗୁଡ଼ିକରେ ମହିଳା କର୍ମଚାରୀ ଓ ଛାତ୍ରୀମାନଙ୍କ ପାଇଁ ଏକ ସୁରକ୍ଷିତ ବାତାବରଣ ସୃଷ୍ଟି ହେବ। ଯେଉଁମାନେ ମିଥ୍ୟା ଅଭିଯୋଗ ଆଣିବେ, ସେମାନଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ହେବ।