ପ୍ରମୂଖ ଖବର
  • ବାତ୍ୟା ପାଇଁ ଟ୍ୱିଟ୍‌ କରି ଚିନ୍ତା ପ୍ରକାଶ କରିଲେ କେନ୍ଦ୍ରମନ୍ତ୍ରୀ, ବ୍ୟାପକ କ୍ଷୟକ୍ଷତି ନହେବାକୁ ମହାପ୍ରଭୁଙ୍କ ପାଖରେ କରିଲେ ପ୍ରାର୍ଥନା
  • ||
  • ମାଡ଼ି ଆସୁଛି ବାତ୍ୟା 'ଦାନା', ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିଛି କେନ୍ଦ୍ରାପଡା ଅଗ୍ନିଶମ ବିଭାଗ
  • ||
  • ବାସୁଦେବପୁର : ବାତ୍ୟା 'ଦାନା'କୁ ନେଇ ପ୍ରଶାସନର ପ୍ରସ୍ତୁତି, ବାସୁଦେବପୁରରେ ପହଞ୍ଚିଲା ୩ ଟି ଓଡ୍ରାଫ ଟିମ୍‌
  • ||
  • ଉମରକୋଟ : ବସ୍‌ ଚାଳକଙ୍କୁ ଛୁରାମାଡ଼, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ସୃଷ୍ଟି ହେଲା ବାତ୍ୟା 'ଦାନା', ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ କରୁଛି ଗତି
  • ||
  • ବାତ୍ୟା ପାଇଁ ୨ ଦିନ ବନ୍ଦ ରହିବ ସୂର୍ଯ୍ୟ ମନ୍ଦିର
  • ||
  • ଲମତାପୁଟ : ଆମ୍ବୁଲାନ୍ସରୁ ୧୭୦ କେଜି ଗଞ୍ଜେଇ ଜବତ, ଡ୍ରାଇଭର ଫେରାର
  • ||
  • ବଲାଙ୍ଗୀର : ବୁଲେଟ୍-ଅଟୋ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରେ ଚାଲିଗଲା ଜଣେ ଡାକ୍ତରଙ୍କ ଜୀବନ
  • ||
  • ଭୋଗରାଇ : ବାତ୍ୟା 'ଦାନା' ପାଇଁ ଦୀଘା ଖାଲି କରିବାକୁ ପ୍ରଶାସନର ନିର୍ଦ୍ଦେଶ, ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ହୋଟେଲରେ ହେବନି କୌଣସି ବୁକିଂ
  • ||

କୁମାର ପୂର୍ଣ୍ଣିମା

ଓଡ଼ିଆ ଘରେ ଏହି ପର୍ବ ବହୁ ଆଡମ୍ବରରେ ପାଳନ କରାଯାଏ । ୧୨ ମାସରେ ଓଡ଼ିଆ ଘରେ ୧୩ ପର୍ବ ପାଳନ ହୁଏ । ଆଉ କୁମାରୀ ପୂର୍ଣ୍ଣିମା ବି ସେହିଭଳି ମହା ଆଡମ୍ବରରେ ପାଳନ କରାଯାଏ । ଏହି ଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ ।

ଓଡ଼ିଶାର ଘରେ ଘରେ ଏହି ପର୍ବ ପାଳନ ହୁଏ । କୁମାରୀମାନଙ୍କ ପାଇଁ ଏକ ବଡ଼ ପର୍ବ ହେଉଛି କୁମାର ପୂର୍ଣ୍ଣିମା । ଏହାକୁ ଶରତ ପୂର୍ଣ୍ଣିମା, କାଜାଗର ପୂର୍ଣ୍ଣିମା, କୌମୁଦୀ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ବହୁ ଉତ୍ସବର ସମାହାରରେ ଋଦ୍ଧିମନ୍ତ ଏହି ଦିବସ । ଓଡ଼ିଶାରେ କୁମାର ପୂର୍ଣ୍ଣିମାକୁ ମୁଖ୍ୟତଃ କୁମାରୀ କନ୍ୟାମାନଙ୍କର ପର୍ବ ରୂପେ ବିବେଚନା କରାଯାଏ । ଏହି ଦିନ କୁମାରୀମାନେ ସୁନ୍ଦର ବର ପାଇବା ଉଦ୍ଦେଶ୍ୟରେ କାର୍ତ୍ତିକେୟଙ୍କୁ ଆରାଧନା କରିବା ସହ ଚନ୍ଦ୍ରପୂଜା କରିଥାନ୍ତି । କାହିଁ କେତେ କାଳରୁ ଏହି ପର୍ବ ପାଳନ କରାଯାଉଛି । ଓଡ଼ିଆ ଘରେ ଏହି ପର୍ବ ବହୁ ଆଡମ୍ବରରେ ପାଳନ କରାଯାଏ । ୧୨ ମାସରେ ଓଡ଼ିଆ ଘରେ ୧୩ ପର୍ବ ପାଳନ ହୁଏ । ଆଉ କୁମାରୀ ପୂର୍ଣ୍ଣିମା ବି ସେହିଭଳି ମହା ଆଡମ୍ବରରେ ପାଳନ କରାଯାଏ । ଏହି ଦିନ ଜଗନ୍ମାତା ମା' ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । 

ପରମ୍ପରା ଅନୁଯାୟୀ, ସକାଳ ନପାହୁଣୁ ଗାଧୋଇ ପାଧୋଇ ନୂଆ ଲୁଗା ପିନ୍ଧି କୁମାରୀମାନେ ସୂର୍ଯ୍ୟୋଦୟ ପୂର୍ବରୁ ସୂର୍ଯ୍ୟଦେବତାଙ୍କୁ ଆଞ୍ଜୁଳି ଟେକନ୍ତି । ଚଉରା ମୂଳ ଲିପାଲିପି କରି ମୁରୁଜ ପକାଇ ଆରମ୍ଭ ହେବ ପୂଜାର୍ଚ୍ଚନା । ଖଇ, ଗୁଆ, କଦଳୀ, ନଡ଼ିଆ, କଷି କାକୁଡ଼ି, କଷି ଜହ୍ନି ଓ ଆଖୁ ଭଳି ଫଳ ଭୋଗ ଲାଗିବ । ସନ୍ଧ୍ୟାରେ କୁମାରୀମାନେ ଚଉରା ମୂଳେ ଏକତ୍ର ହୋଇ କରିବେ ଚାନ୍ଦ ପୂଜା । ଜହ୍ନ ଉଇଁଲେ ଆରମ୍ଭ ହୋଇଯାଏ ଏହି ପୂଜା । କୁଆଁରୀଙ୍କ ହୁଳହୁଳି ଶବ୍ଦରେ କମ୍ପିଉଠେ ପୂରା ପରିବେଶ । ଖଇ, ନଡ଼ିଆ, କଦଳୀ, ଛେନା ଓ ଗୁଡ଼ ଆଦିରେ ପ୍ରସ୍ତୁତ ଚାନ୍ଦ ଚକଟା ପୂନେଇଁ ଜହ୍ନକୁ ଭୋଗ ଲାଗେ । ଚନ୍ଦ୍ର ଉଦୟ ହେଲେ କଇଁ ଫୁଟିଥାଏ । 

ଏହି ପର୍ବରେ ଚନ୍ଦ୍ରଙ୍କ ପୂଜା କରାଯାଉଥିବାରୁ ଏଥିରେ କଇଁଫୁଲ ବିଶେଷ ଭାବରେ ବ୍ୟବହୃତ ହାଇଥାଏ । ଏହି ଦିନ ତୁଳସୀ ଗଛରେ ନାଲି ଶଙ୍ଖା ଓ ସାଲୁ କନା ସହ ନୂଆ ବସ୍ତ୍ରଟିଏ ମଧ୍ୟ ଦିଆଯାଇଥାଏ । ଏହି ପର୍ବରେ ତିଆରି କରାଯାଉଥିବା ମଣ୍ଡାପିଠା ଓଡ଼ିଶାର ମୁଖ୍ୟ ଆକର୍ଷଣମାନଙ୍କ ମଧ୍ୟରୁ ଅନ୍ୟତମ । ପୂଜା ସମୟରେ ଚାନ୍ଦ ଚକଟା ଓ ମଣ୍ଡାପିଠା ଭୋଗ ଏବଂ ଚନ୍ଦ୍ରଙ୍କୁ ଅର୍ପଣ କରି ସେମାନଙ୍କୁ ଶଙ୍ଖ ଓ ହୁଳହୁଳି ସହ ଦୀପରେ ବନ୍ଦାଇ ଦିଆଯାଏ । ଯେଉଁ ଘରେ କୌଣସି କୁମାରୀ କନ୍ୟା ନଥାନ୍ତି, ସେ ଘରେ ବିବାହିତା ସ୍ତ୍ରୀମାନେ ନିଜ ସ୍ୱାମୀଙ୍କ ସୁଖ ସମୃଦ୍ଧି କାମନା କରି ଚଉଁରା ଓ ଚନ୍ଦ୍ର ପୂଜା କରିଥାନ୍ତି । ପୂଜା ସରିଲା ପରେ ଭୋଗ ଖାଇ କୁମାରୀ କନ୍ୟାମାନେ ନିଜର ସାରା ଦିନର ଉପବାସ ଭାଙ୍ଗିଥାନ୍ତି । ଗାଁ ଗହଳିର ଝିଅମାନେ ଗୀତ ଗାଇ ପୁଚି ଖେଳିଥାନ୍ତି । ପୁଅମାନେ ପଶା ଓ ତାସ୍‌ ଖେଳି ମନୋରଞ୍ଜନ କରିଥାନ୍ତି । କେତେକ ଅଞ୍ଚଳରେ ଏହି ଦିନ ଘରର ଜ୍ୱାଇଁମାନଙ୍କୁ ମଧ୍ୟ ବିଭିନ୍ନ ପ୍ରକାର ଉପହାର ଦିଆଯାଇଥାଏ । ଭାଦ୍ରବ ପୂର୍ଣ୍ଣିମା ବା ଇନ୍ଦୁ ପୂର୍ଣ୍ଣିମା ଠାରୁ କୁମାର ପୂର୍ଣ୍ଣିମା ପର୍ଯ୍ୟନ୍ତ କୁମାରୀ କନ୍ୟାମାନେ ଏକାଠି ହୋଇ ଜହ୍ନି ଓଷା କରନ୍ତି । ଏହି ଓଷାର ଉଦ୍‌ଯାପନ କୁମାର ପୂର୍ଣ୍ଣିମା ଦିନ ହୋଇଥାଏ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.