ପ୍ରମୂଖ ଖବର
  • ଗଞ୍ଜାମ : ନିମପଦର ଗାଁରେ ଯୁବକଙ୍କୁ ସଙ୍ଘବଦ୍ଧ ଆକ୍ରମଣ, ପୂର୍ବ ଶତ୍ରୁତାରୁ ହୋଇଥିବା ସନ୍ଦେହ
  • ||
  • ଯାଜପୁର : ମୀନାବଜାର ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା, ଟ୍ରକ୍‌ ଧକ୍କାରେ ମହିଳାଙ୍କ ମୃତ୍ୟୁ
  • ||
  • ଖଲ୍ଲିକୋଟ : ମାଳଦ୍ୱୀପରେ ଫସି ରହିଛନ୍ତି ଓଡିଆ ଶ୍ରମିକ, ଉଦ୍ଧାର ପାଇଁ ଭିଡିଓ କରି ସରକାରଙ୍କୁ ଅନୁରୋଧ
  • ||
  • ବଲାଙ୍ଗୀର : ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: କୋର୍ଟରେ ହାଜର ହେଲେ ଅରୁଣ ବୋଥ୍ରା
  • ||
  • କାମାକ୍ଷାନଗର : ଟ୍ରେନ୍‌ ଲାଇନରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଦୁଇ ମହଲା ଛାତ ଉପର ଚଢି ଲୁଟ୍‌ ଉଦ୍ୟମ, ସିସିଟିଭିରେ କଏଦ ହେଲା ଦୃଶ୍ୟ
  • ||
  • ଭୋଗରାଇ : ଚଢାଉ ବେଳେ ଅବକାରୀ ଟିମ୍‌ ହଟହଟା, ମହିଳାଙ୍କୁ ଗିରଫ କରି ନେବା ବେଳେ ଗାଡି ଅଟକାଇଲେ ପରିବାର ଲୋକେ
  • ||
  • ଆଜି ଦେଶର ୪୫ଟି ସ୍ଥାନରେ ରୋଜଗାର ମେଳା, ୭୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ମୋଦି
  • ||
  • ଖଲ୍ଲିକୋଟ : କାଳୀ ମନ୍ଦିରର ହୁଣ୍ଡି ଭାଙ୍ଗି ଚୋରି, ଲକ୍ଷାଧିକ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଲମତାପୁଟ : ଲଗାଣ ବର୍ଷା ପରେ ଫେରିଲା ଶୀତ, ଚାଷ କାମରେ ବାଧକ ସାଜୁଛି ପାଗ ପରିବର୍ତ୍ତନ
  • ||
  • ଆଠମଲ୍ଲିକ : ଘାଟିରେ ଓଲଟିଲା ମିନିଟ୍ରକ୍‌, ଅଳ୍ପକେ ବର୍ତ୍ତିଲେ ହେଲ୍ପର ଏବଂ ଡ୍ରାଇଭର
  • ||
  • ବ୍ରାଜିଲରେ ବିମାନ ଦୁର୍ଘଟଣା: ୧୦ ମୃତ, ୧୫ ଗୁରୁତର
  • ||
  • ମଙ୍ଗଳବାରଠୁ ପୁଣି ବର୍ଷା,୨୫ରେ ୫ ଜିଲ୍ଲାରେ ଭାରୀ ବର୍ଷା ସମ୍ଭାବନା: ନୂଆବର୍ଷରୁ ଶୀତ ବଢ଼ିବ
  • ||
  • ଭୁବନେଶ୍ୱର : ଯୁବକଙ୍କୁ ଆକ୍ରମଣ କଲେ ୪ ଦୁର୍ବୃତ୍ତ, ବାନ୍ଧବୀଙ୍କୁ କରିନେଲେ ଅପହରଣ
  • ||

ସଂସଦ ଭବନରେ ଠେଲାପେଲା ଘଟଣା : ହସ୍ପିଟାଲରୁ ଡିସଚାର୍ଜ ହେଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଏବଂ ମୁକେଶ ରାଜପୁତ

Published By : Prameya | December 23, 2024 12:01 PM

ନୂଆଦିଲ୍ଲୀ, ୨୩/୧୨ : ସଂସଦ ଭବନରେ ଠେଲାପେଲା ଘଟଣା। ରାମ ମନୋହର ଲୋହିଆ ହସ୍ପିଟାଲରୁ ଡିସଚାର୍ଜ ହେଲେ ଆହତ ବିଜେପି ସାଂସଦ ପ୍ରତାପ ଷଡ଼ଙ୍ଗୀ ଏବଂ ମୁକେଶ ରାଜପୁତ। ସେ ଏବେ ସୁସ୍ଥ ଅଛନ୍ତି। ତାଙ୍କର ସ୍ଵାସ୍ଥ୍ୟାବସ୍ଥା ସ୍ଥିର ରହିଛି। 

ସୂଚନାନୁଯାୟୀ, ଗୁରୁବାର ସଂସଦ ଭବନ ପରିସରରେ ହାଇଡ୍ରାମା ଦେଖିବାକୁ ମିଳିଥିଲା। ଆମ୍ଵେଦକରଙ୍କୁ ଅପମାନ ପ୍ରସଙ୍ଗରେ କଂଗ୍ରେସ ସମେତ ଅନ୍ୟ ବରୋଧୀ ଦଳ ସାଂସଦ ବିରୋଧ ପ୍ରଦର୍ଶନ କରୁଥିଲେ। ବିଜେପି ସାଂସଦମାନେ ଏହାକୁ ବିରୋଧ କରିବାରୁ ଉଭୟ ପକ୍ଷ ଆମ୍ନାସାମ୍ନା ହୋଇଯାଇଥିଲେ। ରାହୁଲ ଗାନ୍ଧୀଙ୍କୁ ବିଜେପି ସାଂସଦମାନେ ସଂସଦ ଭବନ ଭିତରକୁ ପ୍ରବେଶ କରିବାକୁ ଦେଉନଥିଲେ। ଠେଲାପେଲା ମଧ୍ୟରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଏବଂ ମୁକେଶ ରାଜପୁତ ତଳେ ପଡି ଆହତ ହୋଇଥିଲେ। ଦୁହିଁଙ୍କୁ ରାମମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। 

ରାହୁଲ ଗାନ୍ଧୀ ଧକ୍କା ମାରିବା ଯୋଗୁଁ ତଳେ ପଡି ଆହତ ହୋଇଥିବା ପ୍ରତାପ ଷଡ଼ଙ୍ଗୀ ଅଭିଯୋଗ କରିଥିଲେ। ଏନେଇ ସଂସଦ ମାର୍ଗ ଥାନାରେ ବିଜେପି ଅଭିଯୋଗ କରିଥିଲା। ସେପଟେ କଂଗ୍ରେସ ପ୍ରମୁଖ ମଲ୍ଲିକାର୍ଜୁନ ଖଡଗେ ମଧ୍ୟ ପାଲଟା ଅଭିଯୋଗ କରିଥିଲେ। ବିଜେପି ସାଂସଦଙ୍କ ଆକ୍ରମଣରେ ତାଙ୍କ ଆଣ୍ଠୁରେ ଆଘାତ ଲାଗିଥିବା କହିଥିଲେ। 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.