ପ୍ରମୂଖ ଖବର
  • ମୋହନା : ମୁଡୁମୁଡ଼ିଆ ଗାଁରେ ଅଘଟଣ, ପୋଖରୀରେ ବୁଡ଼ି ମହିଳାଙ୍କ ମୃତ୍ୟୁ
  • ||
  • ସମ୍ୱଲପୁର : ଧାନ ମଣ୍ଡି ବୁଲିଲେ ରାଜସ୍ବ ମନ୍ତ୍ରୀ; କେମିତି ଚାଲିଛି ଧାନ କିଣା କଲେ ସମୀକ୍ଷା
  • ||
  • ବୌଦ୍ଧ: ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ବାହାବାଲାଖୋଲ ସଂରକ୍ଷିତ ଜଙ୍ଗଲରୁ ଦୁଇଟି ମାଓ ଡମ୍ପ ଠାବ
  • ||
  • ବର୍ଡର-ଗାଭାସ୍କର ଟ୍ରଫି; ପେସ୍ ବୋଲରଙ୍କ ଧମାଲ, ୧୦୪ରେ ଅଲଆଉଟ ଅଷ୍ଟ୍ରେଲିଆ
  • ||
  • ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣା: ଗିରଫ ସଂଖ୍ୟା ୧୪କୁ ବୃଦ୍ଧି, ୪ ଅଟକ
  • ||
  • ଝାରସୁଗୁଡ଼ା : ରିୟାନ ପଲିଟେକ୍ନିକ ଇଣ୍ଡଷ୍ଟ୍ରିଜରେ ଭୟାବହ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||
  • ଶନିବାର ରାଜ୍ୟ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅତିରିକ୍ତ ବଜେଟକୁ ମିଳିବ ଅନୁମୋଦନ
  • ||
  • ପ୍ରଥମାଷ୍ଟମୀ: ଏଣ୍ଡୁରୀ ପିଠାରେ ମହକୁଛି ଘର, ଜ୍ୟେଷ୍ଠ ସନ୍ତାନମାନେ ନୂଆ ବସ୍ତ୍ର କରିଛନ୍ତି ପରିଧାନ
  • ||
  • ଶନିବାର ସୃଷ୍ଟି ହେବ ଲଘୁଚାପ,ସୋମବାର ଅବପାତ ରୂପ ନେବ: ୨୮ଯାଏ କାଁ ଭାଁ ବର୍ଷା ସମ୍ଭାବନା
  • ||
  • ମହାରାଷ୍ଟ୍ର, ଝାଡ଼ଖଣ୍ଡ ଭୋଟ ଗଣତି: ୪୮ ବିଧାନସଭା, ୨ ଲୋକସଭା ଉପନିର୍ବାଚନର ଆସିବ ରେଜଲ୍ଟ
  • ||

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରଥମାଷ୍ଟମୀ

ପୁରୀ ୨୩/୧୧ : ମାର୍ଗଶିର କୃଷ୍ଣଅଷ୍ଟମୀ ତିଥିଦିନ ଶ୍ରୀମନ୍ଦିରରେ ଭୋଗ ମଣ୍ତପ ସରିବା ପରେ ୩ବାଡରେ ମଇଲମ କରାଯାଇ ପୂଜାପଣ୍ତା ସେବକଙ୍କ ଦ୍ୱାରା ମହାସ୍ନାନ ନୀତି ହୋଇଥାଏ। ଏହାପରେ ପାଳିଆ ପୁଷ୍ପାଳକ ଶ୍ରୀବିଗ୍ରହମାନଙ୍କୁ ନୂଆଲୁଗା ଲାଗି କରିଥାନ୍ତି। ପୂଜାପଣ୍ତା , ପତିମହାପାତ୍ର, ମୂଦିରସ୍ତ ସେବକ ଘଟୁଆରି ଚନ୍ଦନ ଘରଠାରୁ ଚନ୍ଦନ ବିଜେ କରାଇ ଆଣି ତିନି ବାଡରେ ଲାଗି କରିଥାନ୍ତି। ତତ୍ପରେ ବେଶ ଓ ଅଳଙ୍କାରରେ ବିମଣ୍ତିତ ହୋଇ କର୍ପୂର ଲାଗି ପରେ ପୁଷ୍ପାଳକମାନେ ସିଂହାସନରୁ ଓହ୍ଲାଇ ଆସିଥାନ୍ତି ! ତତ୍ପରେ ସୁଦୁସୁଆର ପୂଜା ଠା କରିବା ପରେ ତିନିବାଡରେ ପୂଜାପଣ୍ତା, ପତିମହାପାତ୍ର ଓ ମୁଦିରସ୍ତ ସେବକ ବରୁଣ ପୂଜା କରିଥାନ୍ତି ! ଏହି ପୂଜା ସମାପନାନ୍ତେ ଭିତରେ ପାଣି ପଡି ମଧ୍ୟାହ୍ନ ଧୂପ ଉଠିସାରିବା ପରେ ତିନି ବାଡରେ ମଙ୍ଗଳାର୍ପଣ ନୀତି ହେବା ସହ ଫୁଲୁପୁରିଆ ଖାଦି ଓ ଛେଦା ପ୍ରସାଦ ଲାଗି ହୋଇ ବନ୍ଦାପନା ହୋଇଥାଏ ! ଏହିପରି ଭାବେ ପ୍ରଥମାଷ୍ଟମୀ ଶ୍ରୀମନ୍ଦିରରେ ବିଶେଷ ନୀତି ପାଳିତ ହୋଇଥାଏ !

ll ନିଆଳିର ମାଧବାନନ୍ଦଜୀୟ ll :- 

                ଶ୍ରୀଜିଉଙ୍କ ମାମୁଘର ନିଆଳି ମାଧବ ମନ୍ଦିରରୁ ଭଣଜା ପାଇଁ ଆସିଥିବା ନୂଆ ବସ୍ତ୍ର ପିନ୍ଧି ମହାପ୍ରଭୁ ପଢୁଆଁ ହୋଇଛନ୍ତି। ପରମ୍ପରା ଅନୁସାରେ ଶ୍ରୀଜୀଉମାନଙ୍କ ଅଙ୍ଗଲାଗି ଖଣ୍ଡୁଆ ବସ୍ତ୍ର, ଅରୁଆ ଚାଉଳ , ବିରି , ନଡିଆ , ଗୁଡ, ପାଚିଲା କଦଳୀ ଆସିଛି ମାମୁଁଘରୁ । କଟକ ଜିଲ୍ଲା ନିଆଳି ବ୍ଲକ ମାଧବସ୍ଥିତ ମାଧବାନନ୍ଦଙ୍କ ମନ୍ଦିର ହେଉଛି ଶ୍ରୀ ଜଗନ୍ନାଥଙ୍କ ମାମୁଁଘର । କେଉଁ ଆବାହାମାନକାଳରୁ ମାଧବ ମନ୍ଦିର ପକ୍ଷରୁ ଜଗନ୍ନାଥଙ୍କୁ ପ୍ରଥମାଷ୍ଟମୀରେ ପଢୁଆଁ କରାଯାଉଛି । ସଂକୀର୍ତନ ମଣ୍ଡଳୀର ସଂକୀର୍ତନ, ଢ଼ୋଲମହୁରୀ ବାଜାର ତାଳେ ତାଳେ ପ୍ରଥମାଷ୍ଟମୀ ଭାର ନିଆଳି ମାଧବ ମନ୍ଦିରରୁ ବାହାରି ଶ୍ରୀକ୍ଷେତ୍ର ଯାଇଥିଲା । ଗତ କିଛି ବର୍ଷ ହେବ ବନ୍ଦ ରହିଥିଲା ଏହି ପ୍ରଥା । ପରମ୍ପରାକୁ ପୁନଃ ପ୍ରଚଳନ କରିବା ପାଇଁ ପୁଣି ଉଦ୍ୟମ ଆରମ୍ଭ ହୋଇଥିଲା । ପୁରାତନ ପ୍ରଥାକୁ ବଞ୍ଚାଇ ରଖିବାକୁ ଚଳିତ ବର୍ଷ ନିଆଳିର ମାଧବାନନ୍ଦଜୀଉ ମନ୍ଦିରର ଛତିଶା ସେବକ ନିଯୋଗ ସହ ହଜାର ହଜାର ଶ୍ରଦ୍ଧାଳୁ ସାମିଲ ହୋଇ ଶ୍ରୀ ବଳଭଦ୍ରଙ୍କ ଉଦ୍ଦେଶ୍ୟରେ ପ୍ରଥମାଷ୍ଟମୀ ଭାର ଓ ନୁଆ ବସ୍ତ୍ର ନେଇ ପୁରୀ ଯାଇଛନ୍ତି । ତୃତୀୟ ଅନଙ୍ଗଭୀମ ଦେବଙ୍କ ଦ୍ୱାରା ୧୨ ଶହ ୨୬ ଖ୍ରୀଷ୍ଟାଦ୍ଦରୁ ମାଧବ ମନ୍ଦିରରୁ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରକୁ ପ୍ରଥମାଷ୍ଟମୀ ଭାର ଯିବାର ପରମ୍ପରା ରହିଛି । ଆଉ ସେବେଠାରୁ ଚାଲିଆସୁଛି ଏହି ପରମ୍ପରା ।

ll ଅନ୍ୟ ବୈଶିଷ୍ଟ୍ୟ ll :- 

         ଓଡ଼ିଶାରେ ପ୍ରଥମାଷ୍ଟମୀ ଦିନ ଭୁବନେଶ୍ୱର ଲିଙ୍ଗରାଜ ମହାପ୍ରଭୁଙ୍କର ମାମୁଁଘର ଯାତ୍ରା ହୋଇଥାଏ । ଲିଙ୍ଗରାଜ ମହାପ୍ରଭୁ ଏହିଦିନ ତାଙ୍କ ମାମୁଁଘର ରୂପେ ପରିଚିତ କପାଳିମଠ (ଲିଙ୍ଗରାଜ ମନ୍ଦିର ସଂଲଗ୍ନ)କୁ ଯାଆନ୍ତି ପଢୁଆଁ ହେବା ପାଇଁ । ଏହିମଠର ଆରାଧ୍ୟ ଦେବତା ‘ବରୁଣେଶ୍ୱର’ ଓ ‘ବନଦେବ’ । ଏ ଦୁହେଁ ଲିଙ୍ଗରାଜଙ୍କର ମାମୁଁ- ମାଇଁ ରୂପେ ପ୍ରଖ୍ୟାତ । ଏହି ମଠ ହତାରେ ଗୋଟିଏ ପୁଷ୍କରିଣୀ ରହିଛି । ତାହା ପାପନାଶିନୀ ରୂପେ ପରିଚିତ ।‘ପ୍ରଥମାଷ୍ଟମୀ ଦିନ ଏହି ପୁଷ୍କରିଣୀର ଜଳ ପାନକଲେ ପାପକ୍ଷୟ ହୁଏ ଓ ବନ୍ଧ୍ୟାନାରୀ ସନ୍ତାନବତୀ ହୁଅନ୍ତି ’ ବୋଲି ପ୍ରବାଦ ଅଛି ।

               ପ୍ରଥମାଷ୍ଟମୀର ଅନ୍ୟ ନାମ ‘ସୌଭାଗିନୀ ଅଷ୍ଟମୀ’ । ପୂର୍ବେ ଏହିଦିନ ସୌଭାଗିନୀ ଦେବୀଙ୍କର ପୂଜା ସମ୍ଭବତଃ ପ୍ରଚଳିତ ଥିଲା । କୃଷକ ସନ୍ତାନ ଲାଭ କରିଛି ଏବଂ ଶସ୍ୟ ମଧ୍ୟ ପାଇଛି କିମ୍ବା ଶସ୍ୟ ରୂପକ ସନ୍ତାନ ମଧ୍ୟ ସେ ଲାଭ କରିଛି- ଏହା ଅତ୍ୟନ୍ତ ସୌଭାଗ୍ୟର କଥା । କୃଷକର ମନ ଏଥିଲାଗି ଆନନ୍ଦିତ ଓ ଉଲ୍ଲସିତ । ସେ ଅତି ଆନନ୍ଦରେ ଏହି ତିଥିକୁ ସୌଭାଗିନୀ ଅଷ୍ଟମୀ ରୂପେ ପାଳି ଆସିଛି । ଏହି ପ୍ରଥମାଷ୍ଟମୀକୁ ‘କାଳ ଭୈରବାଷ୍ଟମୀ’ ମଧ୍ୟ କୁହାଯାଏ । ଏହିଦିନ କାଳ ଭୈରବଙ୍କର ବ୍ରତ ଓ ପୂଜାର ପ୍ରଚଳନ ଥିଲା । ଏବେ ଏହିପୂଜା ଲୁପ୍ତ । ସ୍କନ୍ଧ ପୁରାଣର କୋଶୀଖଣ୍ଡରେ ଉଲ୍ଲେଖ ଅଛି, ମାର୍ଗଶିର ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ କାଳଭୈରବୀଙ୍କ ନିକଟରେ ବ୍ରତ, ଉପବାସ ଓ ଜାଗରଣ ଆଦି ସମ୍ପାଦନ କଲେ ପ୍ରାଣୀମାନେ ସର୍ବପାପରୁ ମୁକ୍ତ ହୁଅନ୍ତି ।

           ତନ୍ତ୍ରସାଧକମାନଙ୍କ ସାଧନା ସମୟରେ ଯେଉଁ ଉଲ୍ଲେଖ ତନ୍ତ୍ର ପରମ୍ପରାରେ ରହିଛି, ସେଥି ମଧ୍ୟରେ ଏହି ପ୍ରଥମାଷ୍ଟମୀର ରାତ୍ରି ବିଶେଷ ଉଲ୍ଲେଖନୀୟ । ତାନ୍ତ୍ରିକ ଭାଷାରେ ଏହାର ନାମ ‘ଘୋରରାତ୍ର’ I ନବଦୁର୍ଗାଙ୍କ ମଧ୍ୟରୁ କାଳରାତ୍ରି ଅନ୍ୟତମା । ଆଦ୍ୟାଶକ୍ତି କାଳରାତ୍ରି ରୂପେ ଏହିଦିନ ଅବତୀର୍ଣ୍ଣା ହୋଇଥିଲେ । ତନ୍ତ୍ର ସମ୍ବନ୍ଧୀୟ ବିଭିନ୍ନ ଶାସ୍ତ୍ରରେ ଏହି ବିଷୟରେ ଉଲ୍ଲେଖ ଅଛି । ଅତୀତରେ ବହୁ ସ୍ଥାନରେ ଭୈରବ ଓ ଭୈରବୀଙ୍କୁ ପୂଜା କରାଯାଉଥିଲା ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.