ପ୍ରମୂଖ ଖବର
  • ଆଇପିଏଲ୍ ୨୦୨୫: ଆଜି ଗୁଜରାଟ ଟାଇଟନ୍ସ-ପଞ୍ଜାବ କିଙ୍ଗ୍‌ସ ଲଢ଼େଇ, ଫୋକସ୍‌ରେ ପଣ୍ଟିଂ-ଆୟର ଯୋଡ଼ି
  • ||
  • ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା-ଜଟଣୀ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ, ଏକକାଳୀନ ୯ଟି ସ୍ଥାନରେ ରେଡ୍
  • ||
  • ବିଧାନସଭାରେ ଅଚଳାବସ୍ଥା ଜାରି, ଶାସକ-ବିରୋଧୀଙ୍କ ଜିଦ ଯୋଗୁଁ ଚାଲିପାରୁନି ଗୃହ
  • ||
  • ନନ୍ଦନକାନନ ଅସ୍ଥାୟୀ କର୍ମଚାରୀଙ୍କ ଧାରଣା, ସ୍ଥାୟୀ ନିଯୁକ୍ତି ଦାବିରେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ
  • ||
  • ରାଜ୍ୟରେ ବଦଳିବ ପାଗର ମିଜାଜ୍, ଉପରମୁହାଁ ​‌ହେବ ପାରଦ: ୩ ଦିନରେ ୫ ଡିଗ୍ରୀ ବଢ଼ିବ ତାତି
  • ||

ପ୍ରବାସୀ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା, ଆବେଦନ କରିବାକୁ କହିଲେ ଉପମୁଖ୍ୟମନ୍ତ୍ରୀ

Published By : Prameya | January 21, 2025 2:20 PM

ଭୁବନେଶ୍ଵର, ୨୧/୦୧ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା। ବାହାର ରାଜ୍ୟରେ ରହୁଥିବା ପ୍ରବାସୀ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା। ସେମାନେ ସୁଭଦ୍ରା ଯୋଜନାରେ ସାମିଲ ହେବା ପାଇଁ ଆବେଦନ କଲେ ଟଙ୍କା ମିଳିବ। ତେଣୁ ଖୁବ୍‌ଶୀଘ୍ର ଆବେଦନ କରିବାକୁ ସେ ନିବେଦନ କରିଛନ୍ତି। ସେ କହିଛନ୍ତି ଯେ, ଆବେଦନ କରନ୍ତୁ ଆମେ ଟଙ୍କା ଦେବୁ। ଜାନୁଆରୀ ଶେଷ ସୁଦ୍ଧା ସୁଭଦ୍ରା ଟଙ୍କା ମିଳିବ। ୨୦ ଲକ୍ଷରୁ ଅଧିକ ମହିଳାଙ୍କୁ ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ଶେଷ ହିତାଧିକାରୀଙ୍କ ଯାଏଁ ଅମେ ପହଞ୍ଚିବୁ।  

ରାଜ୍ୟର ସମସ୍ତ ମହିଳାଙ୍କୁ ସୁଭଦ୍ରା ସହାୟତା ମିଳିବ। ଏହି କ୍ରମରେ ବାଦ୍‌ ପଡିଥିବା ହିତାଧିକାରୀଙ୍କ ପାଇଁ ଜିଲ୍ଲାଓ୍ୱାରୀ ରିଭ୍ୟୁ ହୋଇଥିଲା । ଯେଉଁଥିରେ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ବାହାର ରାଜ୍ୟରେ ବହୁ ପ୍ରବାସୀ ମହିଳା ରହୁଛନ୍ତି। ସେମାନେ ଏପର୍ଯ୍ୟନ୍ତ ସୁଭଦ୍ରା ଯୋଜନା ପାଇଁ ଆବେଦନ କରିନାହାଁନ୍ତି। 

ଏହି ଖବରଟିକୁ ପଢନ୍ତୁ-ସୁଭଦ୍ରାରେ ସାମିଲ ହେଲେ ଆଉ ୧୭ ହଜାର ମହିଳା, ଜାନୁଆରୀ ଶେଷ ସୁଦ୍ଧା ଖାତାକୁ ଯିବ ଟଙ୍କା

ସୂଚନାଯୋଗ୍ୟ ଯେ, ଚତୁର୍ଥ ପର୍ଯ୍ୟାୟରେ ୨୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦେଇ କୋଟିଏ ହିତାଧିକାରୀଙ୍କୁ ସାମିଲ କରିବାକୁ ସ୍ଥିର କରିଛି ବିଭାଗ । ବର୍ତ୍ତମାନ ସୁଦ୍ଧା ୩ଟି ପର୍ଯ୍ୟାୟରେ ମୋଟ୍ ୮୦ ଲକ୍ଷ ୩୫ ହଜାର ମହିଳାଙ୍କୁ ସୁଭଦ୍ରା ସହାୟତା ରାଶି ମିଳିସାରିଲାଣି । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.