ପ୍ରମୂଖ ଖବର
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ଦେବସ୍ନାନ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ, ୧୪/୬ : ଶ୍ରୀଜୀଉମାନଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଜୁନ ୨୨ତାରିଖରେ ଅନୁଷ୍ଠିତ ହେବ । ସ୍ନାନଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ ସମାପନ ପାଇଁ ଏକ ପ୍ରସ୍ତୁତି ବୈଠକ ସର୍କିଟ ହାଉସ ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ପୂର୍ବରୁ ଏକାଧିକ ବୈଠକ ମାଧ୍ୟମରେ ଚଳିତ ସ୍ନାନ ଯାତ୍ରା ଓ ରଥଯାତ୍ରା କୁ ସୁଚାରୁ ରୁପେ ପରିଚାଳନା ପାଇଁ ବିଭିନ୍ନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା । ତାହାର ନିର୍ଯ୍ୟାସ ଆଧାରରେ ସମସ୍ତ ବିଭାଗ ସେମାନଙ୍କ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଇଥିଲେ। ଚଳିତ ସ୍ନାନ ଯାତ୍ରା ଓ ରଥଯାତ୍ରାରେ ପୂର୍ବ ବର୍ଷ ତୁଳନାରେ ଅଧିକ ଜନ ସମାଗମର ଆଶା ରହିଥିବାରୁ ସମସ୍ତ ବିଭାଗ ଅଧିକ କ୍ରିୟାଶୀଳ ହୋଇ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଥିଲେ। 

ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ, ଅସ୍ଥାୟୀ ପାର୍କିଂ ସ୍ଥଳ, ଶାନ୍ତି ଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ସ୍ୱେଛାସେବୀ ନିୟୋଜନ, ଅଗ୍ନି ନିର୍ବାପକ ଓ ଜଳ ସିଞ୍ଚନ ବ୍ୟବସ୍ଥା ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗ ମାନେ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏସପି ପିନାକ ମିଶ୍ର ସମସ୍ତ ବିଭାଗ ପରସ୍ପର ସମନ୍ୱୟ ରଖି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟ ରଞ୍ଜନ ପୃଷ୍ଟି, ଉପଜିଲ୍ଲାପାଳ ଗୋପୀନାଥ କୁଅଁର, ଅତିରିକ୍ତ ଏସପି ବିଷ୍ଣୁ ଚରଣ ପତି, ଅତିରିକ୍ତ ଏସପି ସୁଶୀଲ ମିଶ୍ର, ପୌର ନିର୍ବାହୀ ଅଧିକାରୀ ପ୍ରଜ୍ଞାଶ୍ରୀ ପ୍ରିୟମ୍ବଦା, ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ଇଂ ରଶ୍ମି ରଞ୍ଜନ ସାହୁ, ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ, ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.