ପ୍ରମୂଖ ଖବର
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ, ଦିଲ୍ଲୀ ବାସଭବନ ୮୪ ବର୍ଷ ବୟସରେ ବିୟୋଗ
  • ||
  • ଜାମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାମୁହିଁ; ଜଣ ଆତଙ୍କୀ ସଫା
  • ||
  • ସୁନ୍ଦରଗଡ଼ : ଗୋମାଂସକୁ ନେଇ ମୁଣ୍ଡାଗାଁରେ ଉତ୍ତେଜନା, ଜଣେ ଗିରଫ
  • ||
  • ଶ୍ରୀମନ୍ଦିରର ନୀଳଚକ୍ରରେ ଉଡ଼ୁଥିବା ପତିତପାବନ ବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି, ଦେଖିବାକୁ ମିଳିଲା ଦୁର୍ଲଭ ଦୃଶ୍ୟ
  • ||
  • ବିଧାନସଭା ବଜେଟ୍ ଅଧିବେଶନ, ଆରମ୍ଭରୁ ବିରୋଧିଙ୍କ ହଟ୍ଟଗୋଳ, ଧୋଇଗଲା ପ୍ରଶ୍ନକାଳ, ଦିନ ୧୨ଟା ୧୫ ମିନିଟ୍ ଯାଏ ଗୃହ ମୁଲବତୀ
  • ||
  • ନବ ଦାସ ହତ୍ୟା ମାମଲା: ସିବିଆଇ ତଦନ୍ତ ଦାବିରେ ଚିଠି ଲେଖିଲେ ପତ୍ନୀ
  • ||
  • ଚନ୍ଦ୍ରଭାଗାରେ ବୁଡ଼ି ମହିଳା ଗୁରୁତର, ଉଦ୍ଧାର କଲା କୋଣାର୍କ ଅଗ୍ନିଶମ ବାହିନୀ
  • ||
  • ଜଳେଶ୍ୱର : ବ୍ୟବସାୟୀଙ୍କ ଘରୁ ଲୁଟ୍‌, ୫୦ ଲକ୍ଷର ସୁନା ଗହଣା ସହ ୧୦ ଲକ୍ଷ ଟଙ୍କା ଚୋରି କଲେ ଦୁର୍ବୃତ୍ତ
  • ||
  • ଦୁଇ ଦିନ ପ୍ରଚଣ୍ଡ ତାତି ମିଳିବନି ନିସ୍ତାର: ୭ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା,୧୯ରୁ କମିବ
  • ||

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପରେସନ ସଫଳ, ଆଖିରେ ଥିଲା ମତିଆ ବିନ୍ଦୁ ସମସ୍ୟା

Published By : Admin | October 16, 2022 4:02 PM

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆଖି ଅପରେସନ ସଫଳ ହୋଇଛି। ତାଙ୍କର ଆଖିରେ ମତିଆ ବିନ୍ଦୁ ସମସ୍ୟା ରହିଥିଲା। ଅପରେସନ ପରେ ତାଙ୍କୁ ବିଶ୍ରାମ ନେବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି।

{"id":478581,"sizeSlug":"full","linkDestination":"none"}

ଏନେଇ ସେନା ହସ୍ପିଟାଲ ପକ୍ଷରୁ କୁହାଯାଇଛି ଯେ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ପୂର୍ବାହ୍ନ ୧୧ ଟା ୩୦ ସମୟରେ ଦିଲ୍ଲୀ କ୍ୟାଣ୍ଟ ସ୍ଥିତ ଆର୍ମି ହସ୍ପିଟାଲ ରିସର୍ଚ୍ଚ ଆଣ୍ଡ ରେଫରଲରେ ଭର୍ତ୍ତି କରାଯାଇଥିଲା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବାମ ଆଖିରେ ମତିଆ ବିନ୍ଦୁ ସମସ୍ୟା ରହିଥିଲା। ଏହାକୁ ସର୍ଜରି କରି ଠିକ୍‌ କରାଯାଇଛି। ସର୍ଜରି ବ୍ରିଗେଡିୟର ଏସକେ ମିଶ୍ରା ଓ ତାଙ୍କ ଟିମ୍‌ ଦ୍ୱାରା ଅପରେସନ କରାଯାଇଥିଲା। ଏହାପରେ ଅପରାହ୍ନ ୧ ଟା ୩୦ ସମୟରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଚ୍ଚ କରାଯାଇଥିଲା। ସେନା ହସ୍ପିଟାଲ ପକ୍ଷରୁ କୁହାଯାଇଛି, ରାଷ୍ଟ୍ରପତିଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦିଆଯାଇଛି। ସେ ବର୍ତ୍ତମାନ ସୁସ୍ଥ ଅଛନ୍ତି।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.