ପ୍ରମୂଖ ଖବର
  • ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀଙ୍କୁ କରିଲେ ସମ୍ୱୋଧନ
  • ||
  • ବିନିକା : ୨ଟି ଗୋରୁ ବୋଝେଇ ଟ୍ରକ୍‌ ଜବତ: ୮୧ ଗୋରୁ ଉଦ୍ଧାର, ଜଣେ ଅଟକ
  • ||
  • ସାଲେପୁର : ପାରିବାରିକ କଳହର କରୁଣ ପରିଣତି: କିରୋସିନି ଢାଳି ହୋଇ ଜଳିଗଲେ ଝିଅ ସହ ମା', ସ୍ୱାମୀ ଅଟକ
  • ||
  • ବଲାଙ୍ଗୀର : ବାଇକ୍‌କୁ ଧକ୍କା ଦେଲା କାର୍‌, ୨ମୃତ
  • ||
  • ମହାପ୍ରଭୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି, ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଦେବେ ଯୋଗ
  • ||
  • କଟକ : ଗୋମାଂସ ବୋଝେଇ କଣ୍ଟେନର ଅଟକ, ବିପୁଳ ପରିମାଣର ଗୋମାଂସ ଜବତ
  • ||
  • ମାଲକାନଗିରି ଜିଲ୍ଲାରେ ମୃଦୁ ଭୂମିକମ୍ପ, ବସ୍ତିବାସିନ୍ଦା ଭୟଭୀତ
  • ||
  • ବ୍ରହ୍ମପୁର : ସଡକ ଦୁର୍ଘଟଣାରେ ୨ ମୃତ, ଦୁଇ ଗୁରୁତର
  • ||
  • ଗଞ୍ଜାମ : ରନ୍ଧନ ଗ୍ୟାସ ଭରା ଟ୍ରକରେ ଲାଗିଲା ନିଆଁ, କାରଣ ଅସ୍ପଷ୍ଟ
  • ||
  • ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ପୁରୀରେ ବିଭତ୍ସ ହତ୍ୟା, ଶ୍ରୀସେତୁ ତଳୁ ମିଳିଲା ବ୍ୟକ୍ତିଙ୍କ ମୃତଦେହ
  • ||

ଓଡିଶାରେ ମହାମହିମ; ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କର କରିବେ ଦର୍ଶନ, ଦେଖିବେ ନୌସେନା ସମରାଭ୍ୟାସ

ଭୁବନେଶ୍ବର,୦୪/୧୨: ଗତକାଲି ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ବିମାନରେ ଆସି ଅପରାହ୍ନ ସାଢ଼େ ୪ଟାରେ ବିମାନବନ୍ଦରରେ ଓହ୍ଲାଇଥିଲେ। ଏହାପରେ ସେ ବିମାନବନ୍ଦରରୁ ସିଧା ନୀଳାଦ୍ରିବିହାରକୁ ଯାଇ ସେଠାରେ ଥିବା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଥିଲେ । ଏହାପରେ ଆଦିବାସୀଙ୍କ ପୂଜାସ୍ଥଳୀ ‘ଆଦିମ ଅୱାର ଜାର୍ପା ଜାହେର’କୁ ଯାଇ ଦର୍ଶନ କରିଛନ୍ତି । ବିମାନବନ୍ଦରରେ ପହଞ୍ଚିବା ପରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ମେୟର ସୁଲୋଚନା ଦାସ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ । ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ୭ ତାରିଖ ଯାଏ ଓଡ଼ିଶାରେ ରହିବେ । ବୁଧବାର ସକାଳ ୯ଟା ୨୦ରେ ସେ ଭୁବନେଶ୍ୱରରୁ ପୁରୀ ଅଭିମୁଖେ ବାହାରିବେ । ପୁରୀ ତାଳବଣିଆ ହେଲିପ୍ୟାଡ୍‌ରେ ତାଙ୍କ ବିମାନ ଅବତରଣ କରିବ । ସେଠାରୁ ସିଧା ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ । ଏହାପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗ ଦେବେ । କାର୍ଯ୍ୟକ୍ରମ ସାରି ସେ ପୁରୀ ରାଜଭବନକୁ ଫେରି ବିଶ୍ରାମ ନେବେ । 

ଅପରାହ୍ନରେ ବ୍ଲୁ ଫ୍ଲାଗ୍‌ ବେଳାଭୂମିକୁ ଯାଇ ନୌସେନା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ସାମିଲ ହେବେ । ସେଠାରେ ନୌସେନାର ସମରାଭ୍ୟାସ ଦେଖିବେ । ୫ ତାରିଖରେ ସେ ପୁଣି ଭୁବନେଶ୍ୱର ଫେରିବେ । ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି) ର ୪୦ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ସେଦିନ ଭୁବନେଶ୍ୱର କୋର୍ଟ ଲାଗି ତିଆରି ହୋଇଥିବା ଜୁଡିସିଆଲ୍‌ କମ୍ପେ୍ଲକ୍ସକୁ ଉଦ୍‌ଘାଟନ କରିବେ । ୬ ତାରିଖରେ ରାଷ୍ଟ୍ରପତି ମୟୂରଭଞ୍ଜ ଯିବେ । ନିଜ ଜନ୍ମସ୍ଥାନ ଉପରବେଡ଼ା ଗାଁରେ ଛାତ୍ରଛାତ୍ରୀ ଓ ଗାଁ ଲୋକଙ୍କ ସହ କଥା ହେବେ । ପରେ ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷୟିତ୍ରୀଙ୍କ ସହ ମତ ବିନିମୟ କରିବେ । ୭ ତାରିଖରେ ରାଷ୍ଟ୍ରପତି ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁରମରାଚକୁଳିଆ ଏବଂ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନ୍‌, ଆଦିବାସୀ ଗବେଷଣା ଓ ବିକାଶ କେନ୍ଦ୍ର, ରାଇରଙ୍ଗପୁର- ଦାଣ୍ଡବୋଷ ଏୟାରଷ୍ଟ୍ରିପ୍‌ ଓ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ସମେତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ।






  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.