ପ୍ରମୂଖ ଖବର
  • ୧୪ ଜିଲ୍ଲାରେ ୨୩ରୁ ୨୫ ପର୍ଯ୍ୟନ୍ତ କଲେଜ ଛୁଟି ଘୋଷଣା
  • ||
  • ଶ୍ରୀମନ୍ଦିରକୁ ଓମଫେଡ଼ ଘିଅ ଯୋଗାଣ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ,ଆଇନ ମନ୍ତ୍ରୀପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଚାଲିଛି ଆଲୋଚନା
  • ||
  • ବୈତରଣୀ ମୁହାଣରେ ଅଘଟଣ: ବୁଡିଗଲା ମାଛଧରା ବୋଟ୍‌, ୬ ଜଣ ଉଦ୍ଧାର
  • ||
  • ବାତ୍ୟାର ମୁକାବିଲା ପାଇଁ କମିଶନରେଟ ପୋଲିସ ସମ୍ପୂର୍ଣ୍ଣ ପ୍ରସ୍ତୁତ,ଟୁଇଟ୍ ସିଟି କମିଶନରେଟ ପୋଲିସ କହିଲେ ବାତ୍ୟା ସମୟରେ ଲୋକଙ୍କୁ ସମ୍ପୂର୍ଣ୍ଣ ସାହାଯ୍ୟ କରାଯିବ
  • ||
  • କେନ୍ଦ୍ରାପଡ଼ା: ସନ୍ଧ୍ୟା ସୁଦ୍ଧା ବାଉଁଶ ଓ ଲାଇଟ୍ ଗେଟ୍ ଖୋଲ, ନିର୍ଦ୍ଦେଶ ଦେଲେ କେନ୍ଦ୍ରାପଡ଼ା ଜିଲ୍ଲାପାଳ
  • ||
  • ବାତ୍ୟା ମୁକାବିଲା ପାଇଁ ଓଡ୍ରାଫ୍‌ ଟିମ୍‌କୁ ସଜାଗ: ମୁକାବିଲା ପାଇଁ ୬୦ ଓଡ୍ରାଫ୍‌ ଟିମ୍‌,ଭୁବନେଶ୍ୱର, କଟକରେ ରିଜର୍ଭ ରହିବ ୧୦ ଟିମ୍‌
  • ||
  • ସମ୍ଭାବ୍ୟ ବାତ୍ୟାକୁ ନେଇ ବାସୁଦେବପୁର ମତ୍ସ୍ୟ ବିଭାଗ ପକ୍ଷରୁ ସଚେତନତା, କୂଳରେ ଡଙ୍ଗା ବାନ୍ଧିଲେଣି ମତ୍ସ୍ୟଜୀବୀ
  • ||
  • ୩ରୁ ଓଜେଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା, ୬୮୦ ଜଣ ପରୀକ୍ଷାର୍ଥୀ ଦେବେ ଏକ୍ସଜାମ୍‌
  • ||
  • ଭିଜିଲାନ୍ସ ଜାଲରେ ଚିଫ୍ ଇଞ୍ଜିନିୟର୍ କୈଳାଶ ଚନ୍ଦ୍ର ସାହୁ , ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍
  • ||
  • ରାଜନଗରରେ ମାଡ଼ ହେବ "ଦାନା'! ଗୁରୁବାର ରାତିରୁ ଶୁକ୍ରବାର ସକାଳ ଭିତରେ ସ୍ଥଳଭାଗ ଛୁଇଁବ
  • ||

ଗର୍ଭଗୃହରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି, ଦିନ ୧୨ଟା ୩୦ରୁ ଦିନ ୧ଟା ୧୫ ଯାଏ ସମୟ ଧାର୍ଯ୍ୟ

ପୁରୀ,୧୯/୧୦: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୪ ତାରିଖରେ  ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବେ । ଏଥିପାଇଁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ତଥା  ବ୍ୟବସ୍ଥାବଳୀକୁ ଶୁକ୍ରବାର ଶ୍ରୀଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟଠାରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶାନିଯୋଗ ବୈଠକରେ ଅନୁମୋଦନ କରାଯାଇଛି ।  

ବୈଠକରେ ନିଷ୍ପତ୍ତି ଅନୁସାରେ, ରାଷ୍ଟ୍ରପତି ଶ୍ରୀମନ୍ଦିରକୁ ପହଞ୍ଚିବାର ଦେଢ଼  ଘଣ୍ଟା ପୂର୍ବରୁ ସାଧାରଣ ଲୋକଙ୍କ ପ୍ରବେଶ ବନ୍ଦ କରାଯିବ । ସେଦିନର ବିଶେଷ ନୀତି  ନିର୍ଘଣ୍ଟ ଅନୁସାରେ, ୨୩ ତାରିଖରେ ରାତ୍ର ୧୧ଟାରେ ପହୁଡ଼ ନୀତି ସମାପନ ପାଇଁ ସ୍ଥିର  ହୋଇଛି । ୨୪ ତାରିଖ ଭୋର୍‌ ୩ଟାରୁ ଦ୍ୱାରଫିଟା ପାଇଁ ନୀତି ନିର୍ଘଣ୍ଟ ହୋଇଛି । ଦିନ  ୧୧ଟାରେ ଶ୍ରୀମନ୍ଦିର ଶୋଧ କରାଯିବ । ଦିନ ୧୧ଟାଠାରୁ ଆଉ ଦର୍ଶନାର୍ଥୀଙ୍କୁ ଶ୍ରୀମନ୍ଦିର  ପ୍ରବେଶ ଅନୁମତି ଦିଆଯିବ ନାହିଁ । ରାଷ୍ଟ୍ରପତି ଶ୍ରୀଜିଉଙ୍କ ଦର୍ଶନ କରି ପ୍ରତ୍ୟାବର୍ତ୍ତନ କରିବା  ପରେ ଅବଶିଷ୍ଟ ଦୈନଦିନ ନୀତିମାନ କରାଯିବା ସହ ସର୍ବସାଧାରଣ ଦର୍ଶନ ଆରମ୍ଭ  ହେବ । ଦିନ ୧୧ଟା ୪୫ ସୁଦ୍ଧା ବାଳଧୂପ ଶେଷ ହେବ ଓ ଭୋଗମଣ୍ଡପ ଉଠିବା ସହ  ବେଶ ଶେଷ ପାଇଁ ସମୟ ଧାର୍ଯ୍ୟ ହୋଇଛି । ରାଷ୍ଟ୍ରପତି ଦିନ ୧୨ଟା ୩୦ରୁ ଦିନ ୧ଟା  ୧୫ ମଧ୍ୟରେ ଶ୍ରୀଜିଉଙ୍କ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି । 

ରାଷ୍ଟ୍ରପତି ଗର୍ଭଗୃହରେ ଠାକୁର ଦର୍ଶନ ସମୟରେ ସମ୍ପୃକ୍ତ ପାଳିଆ ସେବକଙ୍କ  ବ୍ୟତୀତ ଅନ୍ୟ କୌଣସି ବ୍ୟକ୍ତି କିମ୍ବା ସେବକ ଗର୍ଭଗୃହରେ ରହିବେ ନାହିଁ ।  ସେବକମାନେ ଧାର୍ଯ୍ୟ ନୀତିକାନ୍ତି ଅନୁସାରେ ନୀତି ସମାପନ କରିବା ସହ ରାଷ୍ଟ୍ରପତିଙ୍କ  ସୁରକ୍ଷା ବଳୟଠାରୁ ଦୂରତା ରକ୍ଷା କରି ରହିବେ । 

ମହାମହିମ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପ୍ରସ୍ତୁତି ବିସ୍ତୃତ ବ୍ୟବସ୍ଥାବଳୀକୁ ଛତିଶାନିଯୋଗ  ଅନୁମାଦନ କରିଥିବା ବେଳେ ଏହାକୁ ଠିକଣା ଭାବେ ଅନୁପାଳନ କରାଯିବ ବୋଲି ମୁଖ୍ୟ  ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ଗଣମାଧ୍ୟମକୁ କହିଛନ୍ତି ।

  • PrameyaOdia
  • prameya
  • puri
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.