ପ୍ରମୂଖ ଖବର
  • ବିଧାନସଭାରେ ମୋବାଇଲ୍ ପ୍ରବେଶ ଉପରୁ ହଟିଲା କଟକଣା, ସାମ୍ବାଦିକଙ୍କ ସହ ଆଲୋଚନା ପରେ ବାଚସ୍ପତିଙ୍କ ନିଷ୍ପତ୍ତି
  • ||
  • ଭରତପୁର ଥାନା ମାମଲା: ସରକାରଙ୍କୁ ୨୮୨ ଫର୍ଦ୍ଦର ରିପୋର୍ଟ ଦେଲେ ତଦନ୍ତ କମିଶନ ଅଧ୍ୟକ୍ଷ
  • ||
  • ଭଦ୍ରକ : ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ବାଇକ୍, ୨ ଯୁବକ ମୃତ
  • ||
  • ଦିଗପହଣ୍ଡିରେ ଟ୍ରାକ୍ଟର-ସ୍କୁଲ ବସ୍ ମୁହାଁମୁହିଁ ଧକ୍କା: ୫ ଛାତ୍ର ଆହତ, ଚାପି ହୋଇ ରହିଗଲେ ବସ୍‌ ଚାଳକ
  • ||
  • ବୁଧବାର ମହାଖଳାରେ ରୁକୁଣା କାଠ ଅନୁକୂଳ ପୂଜା, ରଥ ନିର୍ମାଣରେ ନିୟୋଜିତ ହେବେ ୭୦ ଜଣ କାରିଗର
  • ||
  • ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ, ଆଜି ହାଇକୋର୍ଟରେ ହେବ ଶୁଣାଣି
  • ||
  • ଆସିଲା ଡଲଫିନ୍ ଗଣନା ରିପୋର୍ଟ: ଶୀର୍ଷରେ ରାଜନଗର, ଦ୍ୱିତୀୟରେ ଚିଲିକା
  • ||
  • ଓଡ଼ିଶା ଗସ୍ତ‌ରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ,୨୪ରେ ମହାପ୍ରଭୁ ଶ୍ରୀନୀଳମାଧବଙ୍କୁ କରିବେ ଦର୍ଶନ
  • ||
  • ଷ୍ଟିଲ୍‌ ସିଟିରେ ଗର୍ଜିଲା ପୋଲିସର ବନ୍ଧୁକ, ଏନ୍‌କାଉଣ୍ଟରରେ ଘାଇଲା ହେଲା ଦୁର୍ଦ୍ଦାନ୍ତ ଅପରାଧି ବିୟୁସ ଲାଖୁଆ
  • ||
  • ରାଜ୍ୟରେ ଆହୁରି ୩ ଦିନ କଲବଲ କରିବ ତାତି, ୪୦ ଟପିବ ତାପମାତ୍ରା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଓଡ଼ିଶା ଗସ୍ତ‌ରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ,୨୪ରେ ମହାପ୍ରଭୁ ଶ୍ରୀନୀଳମାଧବଙ୍କୁ କରିବେ ଦର୍ଶନ

Published By : Prameya | March 12, 2025 8:30 AM

ଭୁବନେଶ୍ୱର ୧୨/୦୩:  ଦୁଇ ଦନିଆ ଓଡ଼ିଶା ଗସ୍ତ‌ରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୪ରେ ଶ୍ରୀକ୍ଷେତ୍ରର ଆଦିପୀଠ ନୟାଗଡ଼ ଜିଲ୍ଲା କଣ୍ଟିଲୋସ୍ଥିତ ମହାପ୍ରଭୁ  ଶ୍ରୀନୀଳମାଧବଙ୍କୁ ଦର୍ଶନ କରିବେ। ୨୫ରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ୧୩  ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ । କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି ।

୨୪ ତାରିଖରେ  ରାଷ୍ଟ୍ରପତି ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ତଥା ଶ୍ରୀକ୍ଷେତ୍ରର ଆଦିପୀଠ ନୟାଗଡ଼  ଜିଲ୍ଲା ଖଣ୍ଡପଡ଼ା ବ୍ଲକ୍‌ ଅନ୍ତର୍ଗତ କଣ୍ଟିଲୋସ୍ଥିତ ମହାପ୍ରଭୁ ଶ୍ରୀ ନୀଳମାଧବଙ୍କୁ ଦର୍ଶନ  କରିବେ ବୋଲି ପ୍ରାକ୍‌ ସୂଚନା ମିଳିଛି । ସେହିପରି ୨୫ରେ ରେଭେନ୍ସା ସମାବର୍ତ୍ତନ  ଉତ୍ସବ ପାଇଁ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶେଷ ଆୟୋଜନ କରାଯାଉଛି । ରାଷ୍ଟ୍ରପତିଙ୍କ  ସହିତ ଏହି ଉତ୍ସବରେ ଅନ୍ୟତମ ଅତିଥି ଭାବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । 

ସୂଚନାଯୋଗ୍ୟ ପୂର୍ବରୁ ଫେବ୍ରୁଆରୀ  ୧୪ ତାରିଖରେ ସମାବର୍ତ୍ତନ ଉତ୍ସବ ଆୟୋଜିତ ହେବାକୁ ସ୍ଥିର ହୋଇଥିଲେ  ମଧ୍ୟ କୌଣସି କାରଣରୁ ଏହାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସ୍ଥଗିତ ରଖିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.