ପ୍ରମୂଖ ଖବର
  • ଭିଜିଲାନ୍ସ ଜାଲରେ ଚିଫ୍ ଇଞ୍ଜିନିୟର୍ କୈଳାଶ ଚନ୍ଦ୍ର ସାହୁ , ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍
  • ||
  • ରାଜନଗରରେ ମାଡ଼ ହେବ "ଦାନା'! ଗୁରୁବାର ରାତିରୁ ଶୁକ୍ରବାର ସକାଳ ଭିତରେ ସ୍ଥଳଭାଗ ଛୁଇଁବ
  • ||

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

ଭୁବନେଶ୍ବର, ୨୧।୧୦ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡିଶା ଗସ୍ତ ସ୍ଥଗିତ ରଖାଯାଇଛି। ଆସନ୍ତା ୨୩ ତାରିଖରେ  ରାଷ୍ଟ୍ରପତି ଓଡ଼ିଶା ଆସିବେ ନାହିଁ। 

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୩ ତାରିଖରୁ ୩ଦିନିଆ ଗସ୍ତ କରିବାର ଥିଲା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ଗସ୍ତ କାଳରେ ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି, ଉପରବେଡ଼ା, ରାଇରଙ୍ଗପୁର ସହ ପୁରୀ ଓ ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥାନ୍ତେ। ମୟୂରଭଞ୍ଜରେ ୬ଟି  ପ୍ରକଳ୍ପର ଶିଳାନ୍ୟାସ  କରିଥାନ୍ତେ । ଶ୍ରୀକ୍ଷେତ୍ରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପରେ   ଭୁବନେଶ୍ୱରରେ ୨ଟି କାର୍ଯ୍ୟକ୍ରମରେ ଯୋଗ ଦେବାର ଥିଲା ।  ୨୫ ତାରିଖ ସକାଳେ ନିଳାଦ୍ରୀବିହାରରେ ପ୍ରତିମୂର୍ତ୍ତି  ଉନ୍ମୋଚନ  କରିବାର ଥିଲା। ତେବେ ବାତ୍ୟା ଯୋଗୁ ଏହି ରାଷ୍ଟ୍ରପତିଙ୍କ ଗସ୍ତକୁ ସ୍ଥଗିତ ରଖାଯାଇଛି। 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.