ପ୍ରମୂଖ ଖବର
  • ଭୁବନେଶ୍ବର ପାତ୍ରପଡା ଛକରେ ଦୁର୍ଘଟଣାରେ ଝିଅ ମୃତ, ମା’-ପୁଅ ଗୁରୁତର
  • ||
  • କୁଜଙ୍ଗ : ଦଶାହ କର୍ମ ସମୟରେ ତାଳଦଣ୍ଡା କେନାଲରେ ଭାସିଯାଇ ଯୁବକ ମୃତ
  • ||
  • ରକ୍ଷା ବନ୍ଧନରେ ରାଜ୍ୟ ସରକାରଙ୍କ ଭେଟି, ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ଟଙ୍କା
  • ||
  • କୋରାପୁଟ : ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଜୟପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ
  • ||
  • ଉଜ୍ଜ୍ୱଳା ସବ୍‌ସିଡି ପାଇଁ ୧୨ ହଜାର କୋଟି ମଞ୍ଜୁରୀ, ତୈଳ କମ୍ପାନିଙ୍କୁ ୩୦ ହଜାର କୋଟି କ୍ଷତିପୂରଣ
  • ||
  • ବିଜେବି ନଗରରେ ବ୍ୟାପିଲା ଜଣ୍ଡିସ୍, ପାଣି ନମୁନା ସଂଗ୍ରହ ସହ ସତର୍କ ରହିବାକୁ ପରାମର୍ଶ
  • ||
  • ଜମ୍ମୁକାଶ୍ମୀରରେ ଆତଙ୍କବାଦୀଙ୍କ ସହ ଗୁଳିବିନିମୟରେ ୨ ଯବାନ ସହିଦ ୧୦ ଜଣ ଗୁରୁତର ଆହତ
  • ||
  • ନୂଆପଡ଼ା : ଏନ୍‌ଏଚ୍ ୩୫୩ କ୍ରିଷ୍ଣା ଛକରେ ଦୁର୍ଘଟଣା; ଟ୍ରକ୍‌ ଧକ୍କାରେ ମାମୁ ଭଣଜା ମୃତ
  • ||
  • ଋଷ-ୟୁକ୍ରେନ୍‌ ଯୁଦ୍ଧ ଶେଷ କରିବା ପ୍ରସ୍ତୁତି ,ଅଗଷ୍ଟ ୧୫ରେ ଡୋନାଲ୍ଡ ଟ୍ରମ୍ପ ଓ ପୁଟିନ୍‌ଙ୍କ ବଡ଼ ବୈଠକ
  • ||
  • ରାକ୍ଷୀ ପୂର୍ଣ୍ଣିମା; ଭାଇ ହାତରେ ସମ୍ପର୍କର ସୂତା ବାନ୍ଧି ସୁରକ୍ଷାର ପ୍ରତିଶ୍ରୁତି ନେଲେ ଭଉଣୀ
  • ||
  • ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ତୃତୀୟ କିସ୍ତି; ଜୟପୁର ସଭାରୁ ଟଙ୍କା ବାଣ୍ଟିବେ ମୁଖ୍ୟମନ୍ତ୍ରୀ
  • ||

ଯବାନଙ୍କୁ ଟାର୍ଗେଟ କରି ଖଞ୍ଜିଥିବା ପ୍ରେସର ବମ୍ ବିସ୍ଫୋରଣ, ଜଣେ ଯୁବକ ଗୁରୁତର

Published By : Gurupada Nath | August 5, 2025 9:21 PM

ମାଲକାନଗିରି,୫/୮ : ମାଲକାନଗିରି ଜିଲ୍ଲା ସୀମାନ୍ତରେ ମାଓବାଦୀମାନେ ଯବାନଙ୍କୁ ଟାର୍ଗେଟ କରି ଖଞ୍ଜିଥିବା ପ୍ରେସର ବମ୍ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ହୋଇଛନ୍ତି । ଆଜି ସକାଳେ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ରାଜ୍ୟ ବିଜାପୁର ଜିଲ୍ଲାରେ ନକ୍ସଲମାନଙ୍କ କାପୁରୁଷତାପୂର୍ଣ୍ଣ କାର୍ଯ୍ୟ ପୁଣି ଥରେ ସାମ୍ନାକୁ ଆସିଛି । ନକ୍ସଲମାନଙ୍କ ଦ୍ୱାରା ପୂର୍ବରୁ ଯବାନଙ୍କୁ ଟାର୍ଗେଟ କରି ପୋତିଥିବା ପ୍ରେସର ଲଗାଯାଇଥିବା ବମ୍ ବିସ୍ଫୋରଣରେ ଜଣେ ନିରୀହ ଗ୍ରାମବାସୀ ଗୁରୁତର ହୋଇଛନ୍ତି । ଏହି ଘଟଣା ଆଜି ବିଜାପୁର ଜିଲ୍ଲା ଗୁଞ୍ଜେପର୍ତି ଗ୍ରାମରେ ଘଟିଛି, ନିକଟସ୍ଥ ଇଲମିଡି ଗ୍ରାମର ବାସିନ୍ଦା ଲକ୍ଷ୍ମୈୟା କାକେମଙ୍କ ପୁଅ ପ୍ରମୋଦ କାକେମ(୨୪) ତାଙ୍କ ସମ୍ପର୍କୀୟଙ୍କ ଘରକୁ ଆସିଥିଲେ। ସକାଳ ପ୍ରାୟ ୮ଟା ସମୟରେ ସେ ଗାଧୋଇବା ପାଇଁ ନିକଟସ୍ଥ ଏକ ନାଳକୁ ଯାଇଥିଲେ, ଯେଉଁଠାରେ ନକ୍ସଲମାନଙ୍କ ଦ୍ୱାରା ଲଗାଯାଇଥିବା ପ୍ରେସର ବମଟି ବିସ୍ଫୋରଣ ହୋଇଥିଲା।

ଏହି ବିସ୍ଫୋରଣରେ ପ୍ରମୋଦ କାକେମଙ୍କ ଉଭୟ ହାତର ପାପୁଲିରେ ଆଘାତ ହୋଇଛି । ଆହତ ଅବସ୍ଥାରେ ତାଙ୍କୁ ତୁରନ୍ତ ପ୍ରାଥମିକ ଚିକିତ୍ସା ପାଇଁ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା, ସେଠାରୁ ତାଙ୍କୁ ଉସୁରର ସାମୁହିକ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଯାଇଛି । ବର୍ତ୍ତମାନ ତାଙ୍କର ଚିକିତ୍ସା ଚାଲିଛି। ଏହି ସମୟରେ, ଜଙ୍ଗଲ ଏବଂ ସମ୍ବେଦନଶୀଳ ଅଞ୍ଚଳରେ ଯାତ୍ରା କରିବା ସମୟରେ ପୋଲିସ ସାଧାରଣ ଲୋକଙ୍କୁ ଅତ୍ୟନ୍ତ ସତର୍କ ରହିବାକୁ ନିବେଦନ କରିବା ସହ ପାଟ୍ରୋଲିଂ ଚଲାଇଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.