ଭୁବନେଶ୍ବର,୮।୧ : ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗ ଦେବା ପାଇଁ ଭୁବନେଶ୍ବରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବିମାନବନ୍ଦରରୁ ପ୍ରଧାନମନ୍ତୀ ରାଜଭବନ ଯାଇଛନ୍ତି। ସେଠାରେ ରାତ୍ରିଯାପନ କରିବେ। ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେଇ ଏହାକୁ ଉଦଘାଟନ କରିବେ।
ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୋଲିସ ଡିଜି ଯୋଗେଶ ବାହାଦୂର ଖୁରାନିଆ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ଏକାମ୍ର ବିଧାୟକ ବାବୁ ସିଂ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ।