ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ସୁପର-୮ ରାଉଣ୍ଡ ଚୂଡ଼ାନ୍ତ, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ବାଂଲାଦେଶକୁ ଭେଟିବ ଭାରତ
  • ||
  • କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା, ଓସେପା ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ
  • ||
  • ବାଲେଶ୍ୱର: ଆଇନ ଶୃଙ୍ଖଳା ମାନିବା ସହ ଶାନ୍ତି ବଜାୟ ରଖିବାକୁ ଏସପି ସାଗରିକା ନାଥଙ୍କ ଅନୁରୋଧ
  • ||
  • ଭୁବନେଶ୍ୱର: ପଥରବନ୍ଦ ବସ୍ତିରେ ଗୋଷ୍ଠୀ ସଂଘର୍ଷ, ଘଟଣାସ୍ଥଳରେ ପୋଲିସ ମୁତୟନ
  • ||
  • ଜୁନ୍‌ ୨୦ରେ ବାଚସ୍ପତି ନିର୍ବାଚନ, ଖୁବ୍‌ଶୀଘ୍ର କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା
  • ||
  • ଅସଲି ପୋଲିସ ହାତରେ ଧରାପଡ଼ିଲା ନକଲି ସିବିଆଇ ପୋଲିସ, ଲୋକଙ୍କଠୁ ଲୁଟୁଥିଲା ଲକ୍ଷାଧିକ ଟଙ୍କା
  • ||
  • ଖୋଲିଲା ସ୍କୁଲ, ଅଧା ଜିଲ୍ଲାରେ ସକାଳୁ କ୍ଲାସ ଆରମ୍ଭ, ୧୧ ଜିଲ୍ଲାରେ ୨୦ ଯାଏ ସ୍କୁଲ ବନ୍ଦ
  • ||
  • ମଙ୍ଗଳବାର, ବୁଧବାର ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାସ୍ପପତି, ୨୦ ନୂଆ ବାଚସ୍ପତି ନିର୍ବାଚନ
  • ||
  • ଅଶାନ୍ତ ବାଲେଶ୍ୱର: ଗୋଷ୍ଠୀ ସଂଘର୍ଷ ପାଇଁ କର୍ଫ୍ୟୁ, ୨୪ ଘଣ୍ଟା ବନ୍ଦ ରହିବ ଦୋକାନ ବଜାର
  • ||
  • ରାଜ୍ୟରେ ୪୨% ନିଅଣ୍ଟିଆ ବର୍ଷା, ୩ ଜିଲ୍ଲାରେ ସ୍ୱାଭାବିକ, ୨୬ ଜିଲ୍ଲାରେ ନିଅଣ୍ଟିଆ: ୪ ଦିନ ଭିତରେ ମୌସୁମୀ ଅଗ୍ରସର ହେବ
  • ||

ଜି-7 ସମ୍ମିଳନୀରେ ଯୋଗଦେଇ ଇଟାଲୀରୁ ଫେରିଲେ ମୋଦି

ନୂଆଦିଲ୍ଲୀ,୧୫/୬: : ଜି-7 ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବା ପାଇଁ ଦୁଇ ଦିନିଆ ଇଟାଲୀ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦିଲ୍ଲୀ ଫେରିଛନ୍ତି । ସେ ଆଜି ସକାଳେ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତରଣ କରିଛନ୍ତି । ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ଏହାଥିଲା ମୋଦିଙ୍କ ପ୍ରଥମ ବିଦେଶ ଗସ୍ତ। ବୁଧବାର ସେ ଇଟାଲୀ ଗସ୍ତରେ ବାହାରିଥିବା ବେଳେ ଗତକାଲି ସମ୍ମିଳନୀର ମୁଖ୍ୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ଏହାପରେ ପାର୍ଶ୍ବ କାର୍ଯ୍ୟକ୍ରମ ଭାବେ ଏକାଧିକ ସଦସ୍ୟ ରାଷ୍ଟ୍ରମୁଖ୍ୟଙ୍କ ସହ ବ୍ୟକ୍ତିଗତ ସାକ୍ଷାତ ଓ ଆଲୋଚନା କରିଥିଲେ ପ୍ରଧାନମନ୍ତ୍ରୀ ମୋଦି । ୟୁକ୍ରେନ ରାଷ୍ଟ୍ରପତି ଭୋଲଡମିର ଜେଲେନସ୍କି ମଧ୍ୟ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ଇଟାଲୀ ଗସ୍ତ କରିଥିଲେ । ଗତକାଲି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ତାଙ୍କର ବ୍ୟକ୍ତିଗତ ସାକ୍ଷାତ ମଧ୍ୟ ହୋଇଥିଲା । ଋଷ ୟୁକ୍ରେନ ଯୁଦ୍ଧ ଓ ପରବର୍ତ୍ତୀ ସମୟରେ ସୃଷ୍ଟି ହୋଇଥିବା ମାନବୀୟ ସଙ୍କଟ ଉପରେ ଉଭୟ ନେତା ଆଲୋଚନା କରିଥିଲେ ।

ଏଥିରେ ଆମେରିକା, ଜାପାନ, କାନାଡା, ଜର୍ମାନୀ, ଫ୍ରାନ୍ସ, ଇଟାଲୀ, ବ୍ରିଟେନ ପରି ଶକ୍ତିଶାଳୀ ୟୁରୋପୀୟ ଦେଶମାନେ ସଦସ୍ୟ ଭାବେ ରହିଥିଲେ । ପ୍ରତିବର୍ଷ ଏହି ସଂଗଠନର ବାର୍ଷିକ ସମ୍ମିଳନୀ ଆୟୋଜିତ ହୋଇଥାଏ । ବିଭିନ୍ନ ସାମ୍ପ୍ରତିକ ଓ ବୈଶ୍ବିକ ପ୍ରସଙ୍ଗରେ ମାନସ ମନ୍ଥନ କରିବା ସହ ପାରସ୍ପରିକ ସହଯୋଗ ଓ ବୁଝାମଣା ବୃଦ୍ଧି କରିବା ଏହି ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ । ଚଳିତଥରର ଆୟୋଜନ ଇଟାଲୀ ଗ୍ରହଣ କରିଥିଲା । ସଂଗଠନର ସଦସ୍ୟ ରାଷ୍ଟ୍ରମୁଖ୍ୟଙ୍କ ବ୍ୟତୀତ ବହୁ ରାଷ୍ଟ୍ରମାନେ ନିମନ୍ତ୍ରିତ ଅତିଥି ଭାବେ ମଧ୍ୟ ଅଂଶଗ୍ରହଣ କରିଥାନ୍ତି । ଚଳିତଥର ଭାରତ ସମେତ ଏକାଧିକ ରାଷ୍ଟ୍ର ନିମନ୍ତ୍ରିତ ଅତିଥି ଭାବେ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.