ପ୍ରମୂଖ ଖବର
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Published By : Gurupada Nath | November 29, 2024 6:56 PM

ଭୁବନେଶ୍ବର, ୨୯/୧୧ :  ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପାର୍ଟି ଅଫିସରେ ମୋଦିଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି । ଦଳୀୟ କାର୍ଯ୍ୟାଳୟରେ ୨ଘଣ୍ଟା ରହି ସାଂସଦ ଓ ବିଧାୟକଙ୍କ ସହ ଆଲୋଚନା କରିବା ସହିତ ୫ ମାସରେ ସେମାନଙ୍କ ପ୍ରଦର୍ଶନ ସଂପର୍କରେ ଆଲୋଚନା କରିବେ । 

ଏହାପରେ ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ପଦାଧିକାରୀଙ୍କ ସହ ରାତ୍ରୀଭୋଜନ ସାରି ରାଜଭବନ ଯାଇ ରାତ୍ରୀଯାପନ କରିବାର କାର୍ଯ୍ୟକ୍ରମ ରହିଛି । ପିଏମ୍ ମୋଦି ୩୦ ତାରିଖ ସକାଳ ସାଢେ ୮ରୁ ସନ୍ଧ୍ୟା ୮ଟା  ଏବଂ ୧ ତାରିଖ ସକାଳ ସାଢେ ୮ରୁ ଅପରାହ୍ଣ ସାଢେ  ୪ଟା ଯାଏଁ ଡିଜି-ଆଇଜି ସମ୍ମିଳନୀରେ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି ।  ପ୍ରକାଶ ଯେ, ପ୍ରଥମ ଥର ପାଇଁ ଓଡିଶାରେ ଆୟୋଜିତ ହେଉଛି ୩ ଦିନିଆ ଡିଜି-ଆଇଜି ସମ୍ମିଳନୀ ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.