ପ୍ରମୂଖ ଖବର
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ, ମହିଳାଙ୍କ ଖାତାକୁ ଗଲା ପ୍ରଥମ କିସ୍ତି

ଭୁବନେଶ୍ୱର, ୧୬ /୯: ଜନ୍ମଦିନରେ ମହିଳାଙ୍କୁ ‘ସୁଭଦ୍ରା’ ଭେଟି ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ପ୍ରଥମ କିସ୍ତି ଟଙ୍କା। ପ୍ରଥମ କିସ୍ତି ଭାବେ ୫ ହଜାର ଟଙ୍କା ମହିଳାଙ୍କ ଖାତାକୁ ଯାଇଛି। ମଙ୍ଗଳବାର ଜନତା ମଇଦାନରେ ଆୟୋଜିତ ମେଗା ସୋ’ରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନିଜ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ସୁଇଚ୍‌ ଟିପିବା ପରେ ପର୍ଯ୍ୟାୟକ୍ରମେ ହିତାଧିକାରୀଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଟଙ୍କା ଯାଇଛି । ସୋମବାର ଯାଏ ପ୍ରାୟ ୭୨ ଲକ୍ଷ ମହିଳା ଆବେଦନ କରିଛନ୍ତି । ମାତ୍ର ପ୍ରଥମ ଦଫାରେ ପ୍ରାୟ ୬୦ ଲକ୍ଷରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା କିସ୍ତି ଯାଇଥିବା ସରକାରୀ ସୂତ୍ରରୁ ସୂଚନା ମିଳିଛି।

ଉଲ୍ଲେଖଯୋଗ୍ୟ, ନିର୍ବାଚନ ପ୍ରଚାର ବେଳେ ମହିଳାଙ୍କ ପାଇଁ ସୁଭଦ୍ରା ଯୋଜନା ଲାଗୁ କରିବାକୁ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। ରାଜ୍ୟରେ ବିଜେପି ସରକାରକୁ ଆସିବା ପରେ ମୋଦି ତାଙ୍କର ଏହି ପ୍ରତିଶ୍ରୁତି ପୂରଣ କରିଛନ୍ତି। ଏଥିରେ ମହିଳାଙ୍କୁ ୫ ବର୍ଷରେ ୫୦ ହଜାର ଟଙ୍କାର ସହାୟତା ରାଶି ମିଳିବ । ରାଜ୍ୟରେ ମହିଳାଙ୍କୁ ସଶକ୍ତ ଓ ଆତ୍ମନିର୍ଭରଶୀଳ କରିବ ‘ସୁଭଦ୍ରା’।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.