ପ୍ରମୂଖ ଖବର
  • ଆହୁରି ୪୭୬ ରାଜନୈତିକ ଦଳର ମାନ୍ୟତ ରଦ୍ଦ କରିବେ ନିର୍ବାଚନ କମିଶନ୍
  • ||
  • ସମ୍ବଲପୁର : ଲୁହା ଖଣ୍ଡ ପଡି ବୁଢାରାଜା ୟୁପି ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଅକ୍ଟୋବର ୨ ରୁ କଂଗ୍ରେସର ସମ୍ବିଧାନ ବଞ୍ଚାଅ ସତ୍ୟାଗ୍ରହ, ୧୪୭ ନିର୍ବାଚନ ମଣ୍ଡଳୀରେ ହେବ ପଦଯାତ୍ରା
  • ||
  • ଇସ୍ତଫା ଦେଲେ କର୍ଣ୍ଣାଟକର ମନ୍ତ୍ରୀ କେ.ଏନ. ରାଜନ୍ନା
  • ||
  • ମୟୂରଭଞ୍ଜ : ବାଇକ୍‌ ଦୁର୍ଘଣାରେ ୨ମୃତ, ଦୁଇ ଗୁରୁତର
  • ||
  • ବରଗଡ଼: ଫୁଟବଲ୍‌ ପଡ଼ିଆରୁ ନାବାଳିକା ଜଳିଯିବା ଘଟଣା , ଚିକିତ୍ସାଧୀନ ଅବସ୍ଥାରେ ବୁର୍ଲା ମେଡିକାଲରେ ଚାଲିଗଲା ଜୀବନ
  • ||
  • ସିବିଏସ୍‌ଇର ନୂଆ ନିୟମ; ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ନବମ ଶ୍ରେଣୀରେ ଲାଗୁ ହେବ
  • ||
  • ଭୁବନେଶ୍ୱର : ଦୟା ୱେଷ୍ଟ କୋନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ସଂସଦରେ ଉପସ୍ଥାପନ ହେବ ସଂଶୋଧିତ ଆୟକର ବିଲ୍, ଆଜି ଆଗତ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ସୋମବାରଠୁ ଭାରତ-ପାକିସ୍ତାନ ସମରାଭ୍ୟାସ, ପହଲଗାମ ହମଲା ଓ ଅପରେସନ ସିନ୍ଦୂର ପରେ ଉଭୟ ଦେଶ ଦେଖାଇବେ ଦମ୍
  • ||
  • ସିବିଏସ୍‌ଇର ନୂଆ ନିୟମ, ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ୨୦୨୬-୨୭ ଶିକ୍ଷାବର୍ଷରୁ ହେବ କାର୍ଯ୍ୟକାରୀ
  • ||
  • ମୋହନା ଥାନା କୁଙ୍କୁଣୀ ଗାଁରେ ଚାଞ୍ଚଲ୍ୟ, ସ୍ତ୍ରୀକୁ କାତିରେ ହାଣି ମାରିଲା ସ୍ୱାମୀ, ଅଭିଯୁକ୍ତ ଥାନାରେ ଅଟକ
  • ||
  • ଆମେରିକା ଉପରେ ପାଲଟା ଟାରିଫ ଲଗାଇପାରେ ଭାରତ, କିଛି ସାମଗ୍ରୀ ଉପରେ ଲାଗୁ ହୋଇପାରେ ୫୦% ଶୁଳ୍କ
  • ||
  • ରାଇଘର ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣା, ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ୧୨ ଘଣ୍ଟିଆ ହରତାଳ
  • ||
  • ଓଟିଇଟି ପ୍ରଶ୍ନପତ୍ର ଲିକ୍‌, ଆଜିଠୁ ୨ ଦିନିଆ ରିମାଣ୍ଡରେ ୨ ଅଭିଯୁକ୍ତ
  • ||
  • ଆଜି ଆରବସାଗରରେ ଭାରତ-ପାକିସ୍ତାନର ସମରାଭ୍ୟାସ, ଦୁଇ ଦେଶର ନୌସେନା ଦେଖାଇବେ ଶକ୍ତି
  • ||
  • ୧୩ରେ ଲଘୁଚାପ, କାଲିଠୁ ବଡ଼ ବର୍ଷା: ତିନି ଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ ଜାରି
  • ||

ପିଏମ ମୋଦିଙ୍କ ସହ ଫୋନ୍‌ରେ କଥା ହେଲେ ଜେଲେନସ୍କି, ରୁଷ ସହ ଯୁଦ୍ଧ ନେଇ କଲେ ଏଭଳି ଆଲୋଚନା

Published By : Harapriya Biswal | August 11, 2025 8:08 PM

ନୂଆଦିଲ୍ଲୀ,୧୧।୮:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଜି ୟୁକ୍ରେନ ରାଷ୍ଟ୍ରପତି ଭୋଲ୍ଡିମିର ଜେଲେନସ୍କିଙ୍କ ଫୋନ୍ ଯୋଗେ କଥା ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥାବାର୍ତ୍ତା ସମୟରେ ରାଷ୍ଟ୍ରପତି ଜେଲେନସ୍କି ୟୁକ୍ରେନର ସାମ୍ପ୍ରତିକ ସ୍ଥିତି ଉପରେ ନିଜର ମତାମତ ରଖିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ ଧନ୍ୟବାଦ ଜଣାଇ କହିଛନ୍ତି, ଭାରତ ସର୍ବଦା ସଂଘର୍ଷର ଶାନ୍ତିପୂର୍ଣ୍ଣ ସମାଧାନ ଏବଂ ଶୀଘ୍ର ଶାନ୍ତି ପୁନଃସ୍ଥାପନ ସପକ୍ଷରେ ରହିଛି। ସେ ଏହି ଦିଗରେ ସମସ୍ତ ପ୍ରକାରର ସାହାଯ୍ୟ ଯୋଗାଇବା ପାଇଁ ଭାରତର ପ୍ରତିଶୃତିବଦ୍ଧତାକୁ ଦୋହରାଇଛନ୍ତି। ଦୁଇ ନେତା ଭାରତ-ୟୁକ୍ରେନ ମଧ୍ୟରେ ହେଉଥିବା ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ଏହା ସହ ପାରସ୍ପରିକ ହିତ ନେଇ ସହଯୋଗ ବୃଦ୍ଧି କରିବା ପାଇଁ ଆଲୋଚନା କରିଛନ୍ତି। ସେମାନେ ଭବିଷ୍ୟତରେ ମଧ୍ୟ ଯୋଗାଯୋଗରେ ରହିବାକୁ ସହମତି ପ୍ରକାଶ କରିଛନ୍ତି।

ଜେଲେନ୍ସକିଙ୍କ ସହ ଫୋନ୍ ମାଧ୍ୟମରେ କଥା ହେବାପରେ ପିଏମ୍‌ ମୋଦି ଟ୍ୱିଟ୍ କରିଛନ୍ତି। ମୋଦି କହିଛନ୍ତି, ‘ରାଷ୍ଟ୍ରପତି ଜେଲେନ୍ସକିଙ୍କ ସହ କଥା ହେବା ଏବଂ ସାମ୍ପ୍ରତିକ ଘଟଣାବଳୀ ଉପରେ ତାଙ୍କ ମତାମତ ଶୁଣିବା ଏକ ଆନନ୍ଦଦାୟକ ଅନୁଭବ। ମୁଁ ତାଙ୍କୁ ଭାରତର ଦୃଢ଼ ମନୋଭାବ ଜଣାଇଲି ଯେ ଏହି ବିବାଦର ଶୀଘ୍ର ଏବଂ ଶାନ୍ତିପୂର୍ଣ୍ଣ ସମାଧାନ ଜରୁରୀ। ଭାରତ ଏହି ଦିଗରେ କେବଳ ସମସ୍ତ ପ୍ରକାରର ଯୋଗଦାନ ଦେବ। ଏହା ସହ ୟୁକ୍ରେନ ସହ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ମଧ୍ୟ ପ୍ରତିଶୃତିବଦ୍ଧ।’

ସେପଟେ ଜେଲେନସ୍କି ମଧ୍ୟ ଟ୍ୱିଟ୍ କରି କହିଛନ୍ତି, ‘ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ମୋର ଏକ ଦୀର୍ଘ ଆଲୋଚନା  ହୋଇଛି। ଆମେ ଆମର ଦ୍ୱିପାକ୍ଷିକ ସହଯୋଗ ଏବଂ ବର୍ତ୍ତମାନର କୂଟନୈତିକ ସ୍ଥିତି ସମେତ ସମସ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ବିସ୍ତୃତ ଭାବରେ ଆଲୋଚନା କରିଛୁ। ଆମ ଲୋକଙ୍କ ପ୍ରତି ପ୍ରଧାନମନ୍ତ୍ରୀଙ୍କ ସମର୍ଥନ ପାଇଁ ମୁଁ ତାଙ୍କ ପ୍ରତି କୃତଜ୍ଞ। ଆମେ ସେପ୍ଟେମ୍ବରରେ ମିଳିତ ଜାତିସଂଘ ସାଧାରଣ ପରିଷଦ ସମୟରେ ମୁହାଁମୁହିଁ ସାକ୍ଷାତ କରିବାକୁ ଏବଂ ଗସ୍ତ ଆଦାନପ୍ରଦାନ ଉପରେ କାର୍ଯ୍ୟ କରିବାକୁ ରାଜି ହୋଇଛୁ।’

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.