ପ୍ରମୂଖ ଖବର
  • ମୟୂରଭଞ୍ଜରୁ ଅପହରଣ ଯାଜପୁରରୁ ୪ ବର୍ଷର ଶିଶୁକନ୍ୟା ଉଦ୍ଧାର, ଠକ କିନ୍ନର ଏବଂ ସହଯୋଗୀ ଗିରଫ
  • ||
  • ସୋମବାର ହେବ ମହାପ୍ରଭୁଙ୍କ ପଇତାଲାଗି ନୀତି, ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
  • ||
  • ଦେବଗଡ଼ : ଝୁଲନ୍ତା ଅବସ୍ଥାରେ ଅଜଣା ଶବ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଅର୍ଚ୍ଚନା-ଜଗବନ୍ଧୁ ସମ୍ପର୍କରେ ନୂଆ ମୋଡ଼, ଛାଡପତ୍ର ପାଇଁ ଫ୍ୟାମିଲି କୋର୍ଟରେ ଆବେଦନ
  • ||
  • ୨୧ରେ ମହାପ୍ରଭୁଙ୍କ ପଇତା ଲାଗି ଓ ୨୩ରେ ବନକଲାଗି ନୀତି, ଶ୍ରୀମନ୍ଦିରରେ ଦର୍ଶନ କଟକଣା
  • ||
  • କଟକ : ଦୋକାନକୁ ମାଡ଼ିଗଲା ଟ୍ରାକ୍ଟର, ଅଳ୍ପକେ ବଞ୍ଚିଗଲେ ପାନ ଦୋକାନୀ
  • ||
  • ଭୁବନେଶ୍ୱର : ପୂର୍ବ ଶତ୍ରୁତାକୁ ନେଇ ଫୁଟିଲା ଗୁଳି, ଯୁବକ ଆହତ
  • ||
  • ଆସନ୍ତା ୨୪ ଯାଏ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ସିଲ୍ ହେଲା ଘରୋଇ ହସ୍ପିଟାଲ୍, ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ ପରେ ଆକ୍ସନ୍

Published By : Prameya | April 9, 2025 10:27 AM

ଚଣ୍ଡିଖୋଲ ୦୯/୦୪: ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଘଟଣାରେ ସିଲ ହେଲା ଘରୋଇ ହସ୍ପିଟାଲ। ଯାଜପୁର ଜିଲ୍ଲା ବଇରୀ ଥାନା ଅଧୀନ ଛତିଆ ସ୍ଥିତ ଗୋପପୁର ଛକ ନିକଟରେ ଥିବା ରୋହିଣୀ ହସ୍ପିଟାଲରେ କିଛି ଦିନ ପୂର୍ବରୁ ମହିଳାଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ଯାହାକୁ ନେଇ ମହିଳାଙ୍କ ପରିବାର ଲୋକେ ଚିକିତ୍ସା ଅବହେଳାରୁ ମୃତୁ ହୋଇଥିବା ଅଭିଯୋଗ କରିଥିଲେ। 

ଏହି ଘଟଣାକୁ ନେଇ ଅତିରିକ୍ତ ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ ତଦନ୍ତ କରିଥିଲେ ଯାହାକୁ ନେଇ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଆଜି ସଂପୃକ୍ତ ଘରୋଇ ହସ୍ପିଟାଲକୁ ସିଲ କରାଯାଇଛି। ଯାଜପୁର ଜିଲ୍ଲା ଅତିରିକ୍ତ ସ୍ବାସ୍ଥ୍ୟ ଅଧିକାରୀ ଓ ବଡ଼ଚଣା ମେଡିକାଲ ଅଫିସର ପହଞ୍ଚି ଘରୋଇ ହସ୍ପିଟାଲକୁ ସିଲ କରିଛନ୍ତି। ଘରୋଇ ହସ୍ପିଟାଲରେ ଥିବା ରୋଗୀମାନଙ୍କୁ ଅନ୍ୟ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.