ପ୍ରମୂଖ ଖବର
  • ମାଲକାନଗିରି : ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀଙ୍କ ୮ ନକ୍ସଲ, ତନ୍ମଧ୍ୟରୁ ଜଣେ ମହିଳା
  • ||
  • କଣ୍ଟାବାଞ୍ଜି : ଘରୋଇ ସ୍କୁଲର ମହିଳା ଆକାଉଣ୍ଟାଣ୍ଟଙ୍କୁ ହତ୍ୟା! ତଦନ୍ତ କରୁଛି ପୋଲିସ
  • ||
  • ସମ୍ୱଲପୁର : ମଶାଣି ନିକଟରୁ ଅଜଣା ଗଳିତ ମୃତଦେହ ଉଦ୍ଧାର, ହତ୍ଯା ସନ୍ଦେହ
  • ||
  • ନୂଆପଡ଼ା : ଜମିବାଡ଼ିକୁ ନେଇ ଗଣ୍ଡଗୋଳ, ୩ ଗୁରୁତର
  • ||
  • ଭରତପୁର ଥାନାରେ ଲାଗିବ ୨୫ ସିସିଟିଭି, ଆରମ୍ଭ ହେଲା ପ୍ରକ୍ରିୟା
  • ||
  • ଭୁବନେଶ୍ୱର : ବନ୍ଦ ଡାକରା ପ୍ରତ୍ୟାହାର କଲା ବିଜେଡି, ହେବନି ଆନ୍ଦୋଳନ
  • ||
  • ବଲାଙ୍ଗୀର : ବଲାଙ୍ଗୀରରେ କମୁନି ଦାଦନ ଦୁଃଖ; ଚାଲାଣ ବେଳେ ୧୨ ଶ୍ରମିକ ଉଦ୍ଧାର, ୨ ଦଲାଲ ଗିରଫ
  • ||
  • ଚୌଦ୍ୱାର : ବିରୂପା ବ୍ୟାରେଜ ନିକଟରେ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ମାଲକାନଗିରି : ଡଙ୍ଗା ଚଳାଇ ଚିତ୍ରକୋଣ୍ଡା ଗାଁକୁ ଗଲେ ବିଧାୟକ, ଲୋକଙ୍କ ଦୁଃଖ ପଚାରି ବୁଝିଲେ
  • ||
  • ଭରତପୁର ଥାନାରେ ହଙ୍ଗାମା ଘଟଣା: କିଏ ସତ କହୁଛି ? ମିଛଧରା ପରୀକ୍ଷାକୁ ଭରସା କରିଛି କ୍ରାଇମ୍‌ବ୍ରାଞ୍ଚ
  • ||
  • ଚାନ୍ଦବାଲି : ଅଙ୍ଗନବାଡ଼ି କେନ୍ଦ୍ରରେ ୧୫ ଦିନ ହେଲା ଝୁଲୁଛି ତାଲା, ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ
  • ||
  • ରାଉରକେଲାରେ ଲଜ୍ଜ୍ୟା: ନାବାଳିକାଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ, ମୋବାଇଲ ଟ୍ରାକିଂରୁ ଧରାପଡ଼ିଲେ ୩ ଅଭିଯୁକ୍ତ
  • ||
  • ନବରଙ୍ଗପୁର : ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା : ୬ ଘଣ୍ଟା ବନ୍ଦ ଡାକରା ଦେଲା ଜୟ ତେନ୍ତୁଳୀଖୁଣ୍ଟି ସାମାଜିକ ସଂଘଠନ, ୨୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି
  • ||
  • ଆଜି ଜନଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ସର୍ବାଧିକ ୧୦୦୦ଟି ଅଭିଯୋଗର ଶୁଣାଣି ହେବ
  • ||
  • ୨୪ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ: ୪ ଦିନ ପ୍ରବଳ ବର୍ଷିବ, ୧୨ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଘରୋଇ ସ୍କୁଲର ମହିଳା ଆକାଉଣ୍ଟାଣ୍ଟଙ୍କୁ ହତ୍ୟା! ତଦନ୍ତ କରୁଛି ପୋଲିସ

କଣ୍ଟାବାଞ୍ଜି,୨୩/୦୯: ଘରୋଇ ସ୍କୁଲର ମହିଳା ଆକାଉଣ୍ଟାଣ୍ଟଙ୍କୁ ହତ୍ୟା! ନିଜ ସ୍ୱାମୀ ହତ୍ୟା କରି ଆତ୍ମହତ୍ୟାର ରୂପ ଦେଇଥିବା ଅଭିଯୋଗ ଆଣିଲେ ମହିଳାଙ୍କ ବାପଘରଲୋକେ । ମୃତ ମହିଳା ଜଣକ ଇତିଶ୍ରୀ ବେହେରା ଏବଂ ତାଙ୍କ ସ୍ୱାମୀ ଦେବଦ୍ବୀପ ବେହେରା ବୋଲି ଜଣାପଡ଼ିଛି । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଇତିଶ୍ରୀ ଏବଂ ତାଙ୍କ ସ୍ୱାମୀ ଦେବଦ୍ବୀପଙ୍କ ମଧ୍ୟରେ ଅନେକ ସମୟରେ ବ୍ୟକ୍ତିଗତ କାରଣରୁ କଳହ ସୃଷ୍ଟି ହେଉଥିଲା । ତେବେ ସୋମବାରରେ ଇତିଶ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏନଇ ଇତିଶ୍ରୀଙ୍କ ବାପଘରଲୋକେ କଣ୍ଟାବାଞ୍ଜି ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି । ସେମାନେ ନିଜ ଜ୍ୱାଇଁଙ୍କ ନାଁରେ ହତ୍ୟା ଅଭିଯୋଗ ଆଣିଛନ୍ତି । ଦେବଦ୍ବୀପ ତାଙ୍କ ସ୍ତ୍ରୀ ଇତିଶ୍ରୀଙ୍କୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦେଇଥିବା ଅଭିଯୋଗ କରିଛନ୍ତି ମହିଳାଙ୍କ ବାପଘରଲୋକେ । 

ଅନ୍ୟପଟେ ଏହି ଅଭିଯୋଗ ଆଧାରରେ ଘଟଣାସ୍ଥଳରେ କଣ୍ଟାବାଞ୍ଜି ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ସ୍ବାମୀ ଦେବଦ୍ବୀପ ବେହେରାକୁ ମଧ୍ୟ ଅଟକ ରଖିଛି । ଏହି ଘଟଣା ସମ୍ପର୍କରେ ତାଙ୍କୁ ପଚରାଉଚରା କରି ଚଦନ୍ତ ଆରମ୍ଭ କରିଛି ପୋଲିସ । 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.