ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ

ଆନନ୍ଦପୁର,୨୦/୦୯: ସ୍କୁଲର ବିଭିନ୍ନ ଆର୍ଥିକ ଅନିୟମିତତାରେ ଲିପ୍ତ ରହିଥିବା ସହ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ ରହିଛି ମାଳମାଳ ଅଭିଯୋଗ । ତେଣୁ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି କରିବାକୁ ଦାବି କରିଛନ୍ତି ଛାତ୍ରଛାତ୍ରୀ, ଅବିଭାବକ,ପୂର୍ବତନ ଶିକ୍ଷକ, ସ୍କୁଲ କମିଟି ସଦସ୍ୟ ଏବଂ ଗ୍ରାମବାସୀ । ଏଭଳି ଦାବି ନେଇ ସ୍କୁଲରେ ତାଲା ପକାଇ ଧାରଣାରେ ବସିଛନ୍ତି ଛାତ୍ରଛାତ୍ରୀଙ୍କ ସହ ଗ୍ରାମବାସୀ । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ଘଷିପୁରା ବ୍ଲକ୍ ପୁରୁଣାବାନ୍ଦୋଗଡା ହାଇସ୍କୁଲରେ ଏଭଳି ଘଟଣା ଘଟିଛି ।  

ସୂଚନା ମୁତାବକ, ପ୍ରଧାନ ଶିକ୍ଷୟିତ୍ରୀ ଜୋତ୍ସାରାଣୀ ବଳ ସ୍କୁଲର ବିଭିନ୍ନ ଆର୍ଥିକ ଅନିୟମିତତାରେ ଲିପ୍ତ ରହିଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ । କେବଳ ସେତିକି ନୁହେଁ ମଧ୍ୟାହ୍ନ ଭୋଜନ ଅତି ନିମ୍ନମାନର ହେଉଥିବାବେଳେ ଜୋତ୍ସ୍ନାରାଣୀ ପ୍ରଧାନ ଶିକ୍ଷୟିତ୍ରୀ ଭାବେ ଯୋଗ ଦେବା ଦିନଠାରୁ ଗୁରୁ ଦିବସ ଓ ଗଣେଶପୂଜା ପ୍ରଭୃତି ପାଳନ ହେଉନଥିବା ଅଭିଯୋଗ କରିଛନ୍ତି ଛାତ୍ରଛାତ୍ରୀ । ସେହିପରି ବିଭିନ୍ନ ବିଲ୍‌ରେ ହିସାବ ନଦେଇ କମିଟି ସଦସ୍ୟଙ୍କୁ ଯୋର ଜବରଦସ୍ତ ଦସ୍ତଖତ କରାଇନେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ । ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ୱାମୀ ସ୍କୁଲ କର୍ମଚାରୀ ହୋଇନଥିଲେ ହେଁ ପ୍ରତ୍ୟେକ ଦିନ ସ୍କୁଲକୁ ଆସି ବିଭିନ୍ନ କାମରେ ହସ୍ତକ୍ଷେପ କରୁଥିବାର ସଙ୍ଗୀନ୍ ଅଭିଯୋଗ ମଧ୍ୟ ହୋଇଛି । 

ତେବେ ଏନେଇ ସ୍କୁଲ କମିଟି ଓ ଗ୍ରାମବାସୀ ମିଳିତ ହୋଇ ଜିଲ୍ଲାପାଳଙ୍କୁ ଅଭିଯୋଗ କରିଥିଲେ । ଜିଲ୍ଲାପାଳ ଘଷିପୁରା ତହସିଲଦାରଙ୍କୁ ଘଟଣାର ତଦନ୍ତକରି ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ହେଲେ ଏପର୍ଯନ୍ତ କୌଣସି ତଦନ୍ତ ନହେବାରୁ ଗ୍ରାମବାସୀମାନେ ଏଭଳି ପଦକ୍ଷପ ନେଇଛନ୍ତି । ସ୍କୁଲରେ ତାଲା ଲଗାଇ ବିଦ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି ଛାତ୍ରଛାତ୍ରୀ ଏବଂ ଗ୍ରାମବାସୀ । 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.