ପ୍ରମୂଖ ଖବର
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ହେବ ସେନାପଟା ଲାଗି, ଗୁରୁବାର ରାତି ୧୨ଟାରୁ ଶୁକ୍ରବାର ୧୧ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ

ପୁରୀ, ୨୦/୦୬ : ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ବଡ଼ସିଂହାର ଭୋଗ ଶେଷ ହେବା ପରେ ଗୁରୁବାର ରାତି ୧୨ଟାରୁ ଶୁକ୍ରବାର ସକାଳ ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। 

ସୂଚନାନୁଯାୟୀ, ଆସନ୍ତା ୨୨ ତାରିଖ ଶନିବାର ଦେବସ୍ନାନ ପୂର୍ଣ୍ଣିମା । ରତ୍ନସିଂହାସନରୁ ସ୍ନାନବେଦିକୁ ବିଜେ କରିବେ ଦାରୁବ୍ରହ୍ମ । ସ୍ନାନଯାତ୍ରା ଓ ଘୋଷଯାତ୍ରାର ବିଭିନ୍ନ ପର୍ଯ୍ୟାୟର ନୀତି ପାଇଁ ଶ୍ରୀମନ୍ଦିରରେ ଦଇତାପତିମାନେ ପ୍ରବେଶ କରିଛନ୍ତି। ସନ୍ଧ୍ୟା ଧୂପ ପରେ ଦଇତପତିମାନେ ମହାପ୍ରଭୁଙ୍କର ବାହୁଟକଣ୍ଟ ନୀତି କରିବେ। 

ସେହିପରି ସ୍ନାନଯାତ୍ରା ପହଣ୍ତି ପାଇଁ କୋଠ ସୁଆଂସିଆ ସେବକମାନେ ରତ୍ନସିଂହାସନରେ ଚାରମାଳ ବାନ୍ଧିବାର କାର୍ଯ୍ୟକ୍ରମ ରହିଛି। ଶୁକ୍ରବାର ଦିନ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଦଇତାପତିମାନେ ସେନାପଟା ଲାଗି କରିବେ। ଏ ସମସ୍ତ ନୀତି ପାଇଁ ଦଇତାପତିମାନେ ଆଜି ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.