ପ୍ରମୂଖ ଖବର
  • ସୁଭଦ୍ରା ଯୋଜନା ପ୍ରଥମ ପର୍ଯ୍ୟାୟ ଦ୍ବିତୀୟ କିସ୍ତି ତାରିଖ ଘୋଷଣା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
  • ||
  • ବୈପାରୀଗୁଡା : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା କନିଷ୍ଠ ଯନ୍ତ୍ରୀ, ୫ ହଜାର ଟଙ୍କା ଜବତ
  • ||
  • ଯାଜପୁର : ସଡ଼କ ଦୁର୍ଘଟଣାରେ ଛାତ୍ର ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ବାଲିପାଟଣା : ଠିକାଦାର ଲାଇସେନ୍ସ ପାଇଁ ପଦ ହରାଇଲେ ସରପଞ୍ଚ, ବହିଷ୍କାର କଲେ ଖୋର୍ଦ୍ଧା ଜିଲ୍ଲାପାଳ
  • ||
  • ଓଡ଼ିଶାରେ କମିବ ରେଳ ଦୁର୍ଘଟଣା: ରେଳ ରାସ୍ତାରେ ଲାଗିବ କବଚ ସୁରକ୍ଷା ପ୍ରଣାଳୀ,ଟେଣ୍ଡର ପ୍ରକ୍ରିୟା ଆରମ୍ଭ
  • ||
  • ଲମତାପୁଟ : ସିକ୍ରେଟ ଚାମ୍ବରରେ ଗଞ୍ଜେଇ ଚାଲାଣ,୯୦ କେଜି ଗଞ୍ଜେଇ ଜବତ
  • ||
  • ଶ୍ରୀମନ୍ଦିରରେ ଅବଢ଼ାର ହେବ ମାନ ପରୀକ୍ଷଣ, ନିଯୁକ୍ତ ହେବେ ଫୁଡ଼ ଇନ୍ସପେକ୍ଟର
  • ||
  • ପୁଣି ମ୍ୟାଜିକ ନମ୍ୱର ଛୁଇଁଲା ହୀରାକୁଦ ଜଳଭଣ୍ଡାର, ୭ ଗେଟ୍‌ ଦେଇ ଜଳ ନିଷ୍କାସିତ
  • ||
  • ଆନନ୍ଦପୁର : ଅଟୋ ଧକ୍କାରେ ସ୍କୁଲ ଛାତ୍ରୀ ଗୁରୁତର, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଜଗତସିଂହପୁର : ଆଜି ଠାରୁ ସିରିଞ୍ଜ ଛାଡ଼ ଆନ୍ଦୋଳନ, ଓଡିଶା ନର୍ସିଂ ଆସୋସିଏସନ ଜଗତସିଂହପୁର ଶାଖାର ୧୦ ଦଫା ଦାବି
  • ||
  • ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ, ଓଡ଼ିଶା ସମେତ ୯ ରାଜ୍ୟକୁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି
  • ||
  • ବୁଡ଼ିଲା ପଞ୍ଚଲିଙ୍ଗେଶ୍ୱର ଶୈବପୀଠ; ପୂଜା ମଣ୍ଡପ ଉପରେ ଆଣ୍ଠୁଏ ଉପରେ ଝରପାଣି, ଭକ୍ତଙ୍କୁ ଦର୍ଶନ ମନା
  • ||
  • ବେତନଟୀ : କପିଳାସ ଜଙ୍ଗଲକୁ ପଠାଗଲା ନରହନ୍ତା ଦନ୍ତା, ୮ଘଣ୍ଟାର ଅପରେସନ ପରେ ହୋଇଥିଲା ଟ୍ରାଙ୍କୁଲାଇଜ୍‌
  • ||
  • ଚାନ୍ଦବାଲି : ଧରାପଡ଼ିଲେ ବାଇକ୍ ଲୁଟେରା;୨ ଗିରଫ, ଜଣେ ଫେରାର
  • ||
  • ୨୦୨୬ ମାଟ୍ରିକ୍‌ ପରୀକ୍ଷା ପଞ୍ଜୀକରଣ, ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ
  • ||
  • କମୁନି ଦାଦନ ଦୁଃଖ, ସୁରଟରେ ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ବୌଦ୍ଧ ଯୁବକ
  • ||
  • ସାଂଘାତିକ ହେବ ରୋଗୀସେବା: ଆଜିଠୁ ନର୍ସିଂ ଅଫିସରଙ୍କ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ, ୩୦ ଜିଲ୍ଲା ହସ୍ପିଟାଲରେ ରୋଗୀସେବା ବାଧାପ୍ରାପ୍ତ
  • ||
  • ଜଳେଶ୍ବର : ବିପଦ ସଙ୍କେତ ତଳେ ଜଳକା ନଦୀର ଜଳସ୍ତର, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା
  • ||
  • ଶୁକ୍ରବାରଠୁ କମିବ ବର୍ଷା ପରିମାଣ, ଉତ୍ତର ଓଡ଼ିଶାର କାଁ ଭାଁ କିଛି ସ୍ଥାନରେ ବର୍ଷିବ: ୬ରେ ପୁଣି ଲଘୁଚାପ ସମ୍ଭାବନା
  • ||

ଶ୍ରୀମନ୍ଦିର ମହାପ୍ରସାଦ ପ୍ରସ୍ତୁତ ଘିଅର ମାନ ହେବ ଯାଞ୍ଚ, ସୂଚନା ଦେଲେ ଜିଲ୍ଲାପାଳ

ପୁରୀ ୨୪/୦୯: ଶ୍ରୀମନ୍ଦିରରେ ମହାପ୍ରସାଦ ପ୍ରସ୍ତୁତି ନିମନ୍ତେ କେଉଁ ପ୍ରକାର ଘିଅ ବ୍ୟବହୃତ ହେଉଛି ତାହାର ମାନ ଯାଞ୍ଚ ହେବ। ଯଦି ମାନ ପରୀକ୍ଷାରେ ନିମ୍ନମାନର ଘିଅ ବ୍ୟବହୃତ ହେଉଥିବା ଜଣାପଡ଼େ  ତେବେ ବ୍ୟବହାରକାରୀଙ୍କ ବିରୋଧରେ ତୁରନ୍ତ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏନେଇ ସୂଚନା ଦେଲେ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ। 

ମହାପ୍ରଭୁଙ୍କ କୋଠ ଭୋଗ, ବରାଦି ଭୋଗ ଓ ଅନ୍ୟାନ୍ୟ ଭୋଗରେ ଘିଅ ବ୍ୟବହାର ହୁଏ । ତେବେ ନକଲି ଘିଅରେ ଭୋଗ ପ୍ରସ୍ତୁତ ହେବା ନେଇ କୌଣସି ଅଭିଯୋଗ ଆସି ନାହିଁ। ଖୁବଶୀଘ୍ର ଏହାର ମାନ ଯାଞ୍ଚ ହେବ। ଓମଫେଡ ସହିତ ମଧ୍ୟ ଆଲୋଚନା କରାଯିବ। ଶ୍ରୀମନ୍ଦିରରେ ବିଭିନ୍ନ ପ୍ରକାର ଘିଅ ବ୍ୟବହାର ହେଉଥିବାର ସମ୍ଭାବନା ଅଛି। ମାନ ଯାଞ୍ଚ କରାଯାଇ ସମସ୍ତ ପଦକ୍ଷେପ ନିଆଯିବ ନେଇ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ସୂଚନା।

ଉଲ୍ଲେଖ ଯୋଗ୍ୟ ଯେ, ତିରୁପତି ମନ୍ଦିରରେ ପ୍ରସାଦ  ପ୍ରସ୍ତୁତିରେ ବ୍ୟବହୃତ ଘିଅ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବା  ବେଳେ କୋଟି କୋଟି ଶ୍ରଦ୍ଧାଳୁଙ୍କ ଆସ୍ଥାର ପ୍ରତୀକ ମହାପ୍ରଭୁଙ୍କ  ଶ୍ରୀମନ୍ଦିରରେ ବ୍ୟବହୃତ ଘିଅର ମାନ ପରୀକ୍ଷା କରିବା ଜରୁରୀ ବୋଲି ଜିଲ୍ଲାପାଳଙ୍କ ନିକଟରେ ଦାବି ହୋଇଥିଲା । ପ୍ରତିଦିନ ଶ୍ରୀମନ୍ଦିରରେ ବିକ୍ରି ହେଉଥିବା  ଦୀପରେ ବ୍ୟବହୃତ ଘିଅରେ ଶୁଦ୍ଧତା ରକ୍ଷା ନିମନ୍ତେ ମଧ୍ୟ ନିୟମିତ ଯାଞ୍ଚ କରାଯାଇ ରିପୋର୍ଟ ସାଧାରଣ ଲୋକଙ୍କ  ଆଗରେ ରଖିବାକୁ ଦାବି ହୋଇଥିଲା । ଯଦି ମାନ ପରୀକ୍ଷାରେ ନିମ୍ନମାନର ଘିଅ ବ୍ୟବହୃତ ହେଉଥିବା ଜଣାପଡ଼େ  ତେବେ ବ୍ୟବହାରକାରୀଙ୍କ ବିରୋଧରେ ତୁରନ୍ତ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଦାବି ହୋଇଥିଲା।

  • PrameyaOdia
  • prameya
  • puri news
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.