ପ୍ରମୂଖ ଖବର
  • ପଦ୍ମପୁର : ଶିକ୍ଷକ ଦାବିରେ ସ୍କୁଲରେ ପଡ଼ିଲା ତାଲା, ବିଦ୍ୟାଳୟ ବାହାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅବିଭାବକ
  • ||
  • ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିର୍ବାଚନ ପ୍ରଚାର ହେବେ ସାମିଲ୍
  • ||
  • ବ୍ରହ୍ମପୁର : ଏମକେସିଜି ମେଡିକାଲ ନର୍ସିଙ୍ଗ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ; ଜରୁରୀ କାଳୀନ ସେବା ବନ୍ଦ, ରୋଗୀ ହନ୍ତସନ୍ତ
  • ||
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ବିଶ୍ଵନିୟନ୍ତାଙ୍କ ଚାଲିଛି ଦିବ୍ୟସ୍ନାନ : ଏକା ସାଙ୍ଗରେ ଭିଜିଲେ ଭକ୍ତ ଓ ଭଗବାନ

ପୁରୀ, ୨୨/୦୬ : ଅର୍ପଣତର୍ପଣ ଓ ସମର୍ପଣର ଦେବ ଭୁମୀ ଉତ୍କଳ। ଯେଉଁଠାରେ ନେତା ନିଜେ ନାରାୟଣ ପ୍ରଭୁ ଶ୍ରୀ ଜଗନ୍ନା‌ଥ। ଯାହାଙ୍କ ନୀତିକାନ୍ତିକୁ ନେଇ ବର୍ଷକରେ ବାରମାସ ପ୍ରତିଟି ଓଡ଼ିଆ ପାଳନ କଲେ ତେର ପରବ। ଆଜି ସେହି ବିଶ୍ବ ନିଅନ୍ତାଙ୍କ ଜନ୍ମୋତ୍ସବ। ଜ୍ୟେଷ୍ଠମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଆଉ ଏହି ତିଥି ଅଗଣିତ ଭକ୍ତଙ୍କ ଭାବାବେଗ ସହିତ ଜଡ଼ିତ। ଆଜି ଏହି ପବିତ୍ର ପ୍ଳାବନ ତିଥୀରେ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ଵନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଇଛି। ଭକ୍ତ ବି ଦିଅଁଙ୍କ ସ୍ନାନ ଦେଖିବାକୁ ବ୍ୟାକୁଳ। ଆଉ ଭାବ ବିନୋଦିଆ ଠାକୁର କେମିତି ବା ନବୁଝିବେ ଭକ୍ତ ମନର କଥା। ସେଥିପାଇଁ ଆଜି କାଳିଆ କାହ୍ନୁର ବଡ଼ ଦାଣ୍ଡ ଶ୍ରଦ୍ଧାଳୁମୟ। ସେପଟେ ସ୍ନାନ କରୁଛନ୍ତି ମହାବାହୁ....ଶାସ୍ତ୍ରାନୁଯାୟୀ ଆଜି ବିଶ୍ବନିୟନ୍ତାଙ୍କୁ ସ୍ନାନ ବେଳେ ଦର୍ଶନ କରନ୍ତି ବ୍ରହ୍ବାଣ୍ଡର ତେତିଶ ଗୋଟି ଦେବାଦେବୀ। ଭାବାବେଗର ସମର୍ପଣ ସ୍ବରୁପ ଜଳବୃଷ୍ଟି କରନ୍ତି ଇନ୍ଦ୍ରଦେବ। ଭକତ ଭାବେରେ ବନ୍ଧା ଭାବବିନୋଦିଆ ଠାକୁର। ନିଜେ ଓଦା ହେଲେ ଆଉ ଭକ୍ତଙ୍କୁ ବି ଓଦା କଲେ। ଏଇତ ମହାପ୍ରଭୁଙ୍କ ସହିତ ତାଙ୍କ ଭକ୍ତର ମିଳନ। 

ପୂରାଣ କହେସ୍ନାନ ପରେ ଦେବାଦେବୀ ଓ ଶ୍ରଦ୍ଧାଳୁଙ୍କୁ ଗଜାନନ ବେଶରେ ଦର୍ଶନ ଦିଅନ୍ତି ବଳିଆରଭୁଜ। ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତିଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଦାରୁବ୍ରହ୍ମଙ୍କ ଲୀଳାକ୍ଷେତ୍ର ପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ବା ମଞ୍ଚସ୍ନାନ ଏକ ଶାସ୍ତ୍ରୀୟ ଭିତ୍ତିଭୂମିର ଲୀଳା । ମହାପ୍ରଭୁଙ୍କ ଆବିର୍ଭାବ ବେଳେ ପ୍ରଥମେ ଏହି ସ୍ନାନ ହୋଇଥିବରୁ ଶ୍ରୀଦାରୁବ୍ରହ୍ମଙ୍କ ଆଦ୍ୟଲୀଳା ବୋଲି କୁହାଯାଏ । ମହାପ୍ରଭୁ ଦାରୁବ୍ରହ୍ମ ରୂପ ଧାରଣ କରିବା ପରେ ପ୍ରଥମ ମଙ୍ଗଳମୟ ମୁହୂର୍ତ୍ତରେ ଏହି ସ୍ନାନଲୀଳା କରାଇଥିଲେ ମହାରାଜା ଇନ୍ଦ୍ରଦ୍ୟୁମ । ସେତେବେଳେ ସ୍ନାନମଣ୍ଡପ ନଥିବାରୁ ଏକ କାଠର ମଞ୍ଚ ନିର୍ମାଣ କରାଯାଇ ତାହା ଉପରେ ସ୍ନାନବିଧି ସମାପନ ହୋଇଥିଲା । ସେଥିପାଇଁ ଅନେକ ଶାସ୍ତ୍ରରେ ଏହା ମଞ୍ଚସ୍ନାନ ବୋଲି ଉଲ୍ଲେଖ ହୋଇଛି ।ମହାପ୍ରଭୁଙ୍କ ଏହି ସ୍ନାନରେ ବ୍ୟବହୃତ ୧୦୮ ଗରା ପାଣି ସୁନାକୂଅରୁ ସଂଗୃହୀତ ହେଇଥାଏ । 

ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ । ଯଜ୍ଞ ପରମ୍ପରାରେ ଏହି କୂଅକୁ ପ୍ରଣୀତାକୂପ’ ବୋଲି କୁହାଯାଏ । ପ୍ରାଚୀନ କାଳରେ ମଧ୍ୟ ଓଡ଼ିଶାରେ ଛୁଆଟିଏ ଜନ୍ମ ହେଲେ ତାହାକୁ ଅଣତୁଠ ପାଣି ମିଶ୍ରଣ କରାଯାଇ ସ୍ନାନ କରିବାର ପରମ୍ପରା ରହିଥଲା । ଏହାଦ୍ଵାରା ଦୁଷ୍ଟ ଶକ୍ତିଙ୍କ ପ୍ରଭାବ କଅଁଳା ପିଲାଙ୍କ ଉପରେ ପଡ଼େନାହିଁ । ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧକୃଷ୍ଣ-ଅଗୁରୁଉଶୀରଗୋରଚନାଦେବଦାରୁମୁଥାହରିତାଳବାହାଡ଼ାଆମଳକୀସଞ୍ଚିଷ୍ଠାତାମ୍ରପର୍ଣ୍ଣୀସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । ତମାମ ରୀତିନୀତିରେ ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ଯାତ୍ରାର ସମ୍ପନ୍ନ ହୋଇଛି। ତେତିଶ ଗୋଟି ଦେବାଦେବୀଙ୍କ ସମେତ କାଳିଆ ଭାବରେ ବନ୍ଧା ଭକ୍ତମାନେ ଆଜି ଗଜରାଜ ବେଶରେ ମହାପ୍ରଭୁଙ୍କୁ ଦର୍ଶନ ପାଇଛନ୍ତି। ସ୍ନାନ କରିଛନ୍ତି ଠାକୁରଓଦା ହୋଇଛନ୍ତି ଭକ୍ତି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.