ପ୍ରମୂଖ ଖବର
  • ଭୁବନେଶ୍ଵର : ORERAର ନୂତନ ଅଧ୍ୟକ୍ଷ ଅସିତ ମହାପାତ୍ର, ରାଜେନ୍ଦ୍ର ମିଶ୍ର ଓ ଶ୍ୟାମସୁନ୍ଦର ଦାସଙ୍କୁ ସଦସ୍ୟ ଦାୟିତ୍ଵ
  • ||
  • ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ମାମଲା, ମେ ୨୮ରେ ରାୟ ଶୁଣାଇବେ ADJ କୋର୍ଟ
  • ||
  • ପଞ୍ଜାବରେ ମଦ ଟ୍ରାଜେଡ଼ି; ୫ ବର୍ଷରେ ଗଲାଣି ୧୭୬ ଜୀବନ
  • ||
  • ବିଏସ୍‌ଏଫ ଯବାନକୁ ଛାଡ଼ିଲା ପାକିସ୍ତାନ, ୨୦ ଦିନ ପରେ ପାକ୍ ଜେଲରୁ ମୁକ୍ତ ହେଲେ ପୂର୍ଣ୍ଣମ କୁମାର
  • ||
  • ନାଳ ଉପରୁ ଜବରଦଖଲ ଉଚ୍ଛେଦ, କାର୍ଯ୍ୟନିର୍ବାହୀ ଅଧିକାରୀ ଓ ସାଲୁଜା ମୁହାଁମୁହିଁ
  • ||
  • ‘ଅପରେସନ ସିନ୍ଦୂର’ ପରେ ଆଜି ବସିବ CCSର ପ୍ରଥମ ବୈଠକ, ପାକିସ୍ତାନକୁ ନେଇ ନିଆଯାଇପାରେ ବଡ଼ ନିଷ୍ପତ୍ତି...
  • ||
  • ବୁଧବାର ବସିବ ରାଜ୍ୟ କ୍ୟାବିନେଟର ବୈଠକ, ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଗଞ୍ଜାମ : ଡାଲା ଅଟୋ ଓଲଟି ଦୁଇ ମୃତ, ୧୪ ଆହତ
  • ||
  • ଅନୁଗୁଳ : ବିଲକୁ ଯାଇଥିବା ବେଳେ ପଡ଼ିଲା ଚଡ଼କ, ବଜ୍ରାଘାତରେ ବାପ-ପୁଅ ମୃତ
  • ||
  • ଆନନ୍ଦପୁର : ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • ରଥଖଳା ହାଲ୍‌ଚାଲ୍‌...ଆଜି ପ୍ରସ୍ତୁତ ହେବ ୩ ନାହାକା ଚକ, ଭଉଁରି ଯାତ୍ରାରେ ଡ଼େରା ହେବ ଚକ ଅଖ
  • ||
  • ଦିନରେ ତାତି, ସନ୍ଧ୍ୟାରେ କାଳବୈଶାଖୀ: ଆସନ୍ତା ୩ ଦିନରେ ୩ ଡିଗ୍ରୀ ବଢ଼ିପାରେ ତାପମାତ୍ରା, ୧୮ ଜିଲ୍ଲାରେ ଘଡ଼ଘଡି ସହ ବର୍ଷିବ
  • ||

ରଥଯାତ୍ରା ପାଇଁ ପୁରୀ ଏସ୍‌ପିଙ୍କ ସାହି ଗସ୍ତ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା

Published By : Harapriya Sethi | May 14, 2025 12:59 PM

ପୁରୀ, ୧୪/୦୫: ରଥଯାତ୍ରାରେ ଶାନ୍ତିପୂର୍ଣ୍ଣ ଓ ସୁସଂଗଠିତ ଭାବରେ ଭକ୍ତମାନେ ଯାତ୍ରା କରିପାରିବେ ବୋଲି ନିଶ୍ଚିତ କରିବାକୁ, ପୁରୀ ଏସ୍‌ପି ବିନିତ ଅଗ୍ରୱାଲ, ଆଇପିଏସ ଆଜି ମଙ୍ଗଳାହାଟ ଛକ, ଧୋବାସାହି ଛକ, ମଙ୍ଗଳାହାଟ ଗାଁ, ମିଶ୍ରସାହି ରାସ୍ତା ଦେଇ ଗଡ଼ନ୍ତି ଛକ, ଓଡ଼ିଆ ମଠ ରାସ୍ତା ଆଦି ସ୍ଥାନ ବୁଲି ଭକ୍ତ ଓ ସାହିରେ ରହୁଥିବା ସ୍ଥାନୀୟ ଲୋକ ମାନଙ୍କ ସୁବିଧା ଓ ଅସୁବିଧା ଅନୁଧ୍ୟାନ କରିଛନ୍ତି। ଏହି ଗସ୍ତ ସମୟରେ ସ୍ଥାନୀୟ ନିବାସୀଙ୍କ ସହ ଆଲୋଚନା କରି ସେମାନଙ୍କ ଅଭିଯୋଗଗୁଡ଼ିକୁ ଗ୍ରହଣ କରିଛନ୍ତି । 

ମୁଖ୍ୟ ଅଭିଯୋଗଗୁଡ଼ିକ:

ସ୍ଥାନୀୟ ଯାନବାହନର ନିୟନ୍ତ୍ରିତ ଚଳାଚଳ।

ଭକ୍ତମାନେ ନିର୍ଦ୍ଦିଷ୍ଟ ମାର୍ଗ ଜାଣିନଥିବାରୁ ସମସ୍ୟା।

ଏସ୍‌ପି ପୁରୀ ସ୍ଥାନୀୟ ଲୋକଙ୍କ ଅଭିଯୋଗକୁ ଗମ୍ଭୀରତା ସହିତ ଗ୍ରହଣ କରି କମ ସମୟ ମଧ୍ୟରେ ସମାଧାନ କରାଯିବ ବୋଲି ନିଶ୍ଚିତ ଆଶ୍ୱାସନ ଦେଇଛନ୍ତି । ଏହି ଗ୍ରସ୍ତ ସମୟରେ ଏସ୍‌ପି ପୁରୀ ଯେଉଁଥିରେ ରଥଯାତ୍ରା, ବାହୁଡା ଯାତ୍ରା ଓ ସୁନାବେଶ ୨୦୨୫ ପାଇଁ ଭକ୍ତମାନଙ୍କ ଗୁଡିକୁ ଲେନ୍‌ ଭିତ୍ତିକ ଆଗମନ କେମିତି ବଡଦଣ୍ଡକୁ ପ୍ରବେଶ କରାଯିବ ତାହା ଆଲୋଚନା କରିଥିଲେ । ଏହି ଗ୍ରସ୍ତରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିନୀତ ଅଗ୍ରୱାଲଙ୍କ ସହ ଅତିରିକ୍ତ ଏସ୍‌ପି ସୌମ୍ୟ ରଞ୍ଜନ ମଲ୍ଲିକ, ଅତିରିକ୍ତ ଏସ୍‌ପି ସଚିନ ପଟେଲ, ସିଟି ଡିସିପି ପ୍ରଶାନ୍ତ କୁମାର ସାହୁ, ଟ୍ରାଫିକ ଡିସିପି ରାଜକୁମାର ପରିଡା, ମନ୍ଦିର ଏସି ଘନଶ୍ୟାମ ହେମ୍ବ୍ରମ, ମନ୍ଦିର ଏସି ବିଜୟ ନନ୍ଦ, ଟ୍ରାଫିକ୍ ଆଇଆଇସି ଜୟଦୀପ ମହାନ୍ତି, ଟାଉନ୍ ଆଇଆଇସି ଗୋକୁଳ ରଞ୍ଜନ ଦାସ, ବସେଲିସାହି ଆଇଆଇସି ବିକ୍ରମ କିଶୋର ଜେନା, ସିଂହଦ୍ୱାର ଥାନା ଆଇଆଇସି ଶ୍ୱେତାପଦ୍ମା ଦାଶ ଉପସ୍ଥିତ ଥିଲେ ।

ଏସ୍‌ପି ପୁରୀ ସମସ୍ତ ଅଧିକାରୀଙ୍କୁ ସଂବେଦନଶୀଳ ଏବଂ ଭୀର ଅଞ୍ଚଳ ଚିହ୍ନଟ କରି ମାଇକ୍ରୋ ଯୋଜନା ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସେ ମନ୍ଦିର ପ୍ରଶାସନ, ପୋଲିସ ଓ ସେଠାକାର ଲୋକମାନଙ୍କ ସହ ସମନ୍ୱୟ ରଖି ଭକ୍ତମାନଙ୍କ ପାଇଁ ସୁରକ୍ଷିତ ଓ ଆଧ୍ୟାତ୍ମିକ ଅନୁଭବ ନିଶ୍ଚିତ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି। ପୁରୀ ପୋଲିସ ପକ୍ଷରୁ ଜନସାଧାରଣଙ୍କ ସୁବିଧା ଓ ସୁରକ୍ଷା ପାଇଁ ସଂକଳ୍ପବଦ୍ଧ ପ୍ରୟାସ ଜାରି ରହିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.