ପୁରୀ, ୧୭/୦୪: ଚନ୍ଦନଯାତ୍ରାକୁ ଶୃଙ୍ଖଳିତ ଭାବେ କରିବା ସହ ଏହି ସମୟରେ ଶ୍ରୀମନ୍ଦିର ଚତୁର୍ଦ୍ଧାମୂର୍ତ୍ତିଙ୍କ ନୀତିକାନ୍ତିକୁ ଠିକ୍ ଭାବେ ସମ୍ପାଦନ ନିମନ୍ତେ ଆସନ୍ତା ୧୮ ତାରିଖରେ ବସିବ ଛତିଶା ନିଯୋଗ ବୈଠକ । ଏହା ପୂର୍ବରୁ ବୁଧବାର ଅନୁଷ୍ଠିତ ହୋଇଯାଇଛି ନୀତି ସବ୍ କମିଟି ବୈଠକ ।
ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନୀତି ପ୍ରଶାସକ, ଉନ୍ନୟନ ପ୍ରଶାସକ ଓ ବରିଷ୍ଠ ସେବାୟତମାନେ ଉପସ୍ଥିତ ଥିଲେ । ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ନୀତି ନିର୍ଘଣ୍ଟ ନେଇ ବୈଠକରେ ଆଲୋଚନା କରାଯାଇ ସେବାୟତଙ୍କ ପରାମର୍ଶକ୍ରମେ ଆବଶ୍ୟକ ସଂଶୋଧନ ସହ ଅନୁମୋଦନ ହୋଇଛି । ୧୮ ତାରିଖରେ ହେବାକୁ ଥିବା ଛତିଶା ନିଯୋଗ ବୈଠକ ନୀଳାଦ୍ରି ଭକ୍ତ ନିବାସ ସମ୍ମିଳନୀ କକ୍ଷରେ ହେବ । ଏଥିରେ ମୁଖ୍ୟ ପ୍ରଶାସକ ଅଧ୍ୟକ୍ଷତା କରିବେ ବୋଲି ଜଣାପଡ଼ିଛି