ପ୍ରମୂଖ ଖବର
  • ଗଞ୍ଜାମ : ନିମପଦର ଗାଁରେ ଯୁବକଙ୍କୁ ସଙ୍ଘବଦ୍ଧ ଆକ୍ରମଣ, ପୂର୍ବ ଶତ୍ରୁତାରୁ ହୋଇଥିବା ସନ୍ଦେହ
  • ||
  • ଯାଜପୁର : ମୀନାବଜାର ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା, ଟ୍ରକ୍‌ ଧକ୍କାରେ ମହିଳାଙ୍କ ମୃତ୍ୟୁ
  • ||
  • ଖଲ୍ଲିକୋଟ : ମାଳଦ୍ୱୀପରେ ଫସି ରହିଛନ୍ତି ଓଡିଆ ଶ୍ରମିକ, ଉଦ୍ଧାର ପାଇଁ ଭିଡିଓ କରି ସରକାରଙ୍କୁ ଅନୁରୋଧ
  • ||
  • ବଲାଙ୍ଗୀର : ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: କୋର୍ଟରେ ହାଜର ହେଲେ ଅରୁଣ ବୋଥ୍ରା
  • ||
  • କାମାକ୍ଷାନଗର : ଟ୍ରେନ୍‌ ଲାଇନରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଦୁଇ ମହଲା ଛାତ ଉପର ଚଢି ଲୁଟ୍‌ ଉଦ୍ୟମ, ସିସିଟିଭିରେ କଏଦ ହେଲା ଦୃଶ୍ୟ
  • ||
  • ଭୋଗରାଇ : ଚଢାଉ ବେଳେ ଅବକାରୀ ଟିମ୍‌ ହଟହଟା, ମହିଳାଙ୍କୁ ଗିରଫ କରି ନେବା ବେଳେ ଗାଡି ଅଟକାଇଲେ ପରିବାର ଲୋକେ
  • ||
  • ଆଜି ଦେଶର ୪୫ଟି ସ୍ଥାନରେ ରୋଜଗାର ମେଳା, ୭୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ମୋଦି
  • ||
  • ଖଲ୍ଲିକୋଟ : କାଳୀ ମନ୍ଦିରର ହୁଣ୍ଡି ଭାଙ୍ଗି ଚୋରି, ଲକ୍ଷାଧିକ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଲମତାପୁଟ : ଲଗାଣ ବର୍ଷା ପରେ ଫେରିଲା ଶୀତ, ଚାଷ କାମରେ ବାଧକ ସାଜୁଛି ପାଗ ପରିବର୍ତ୍ତନ
  • ||
  • ଆଠମଲ୍ଲିକ : ଘାଟିରେ ଓଲଟିଲା ମିନିଟ୍ରକ୍‌, ଅଳ୍ପକେ ବର୍ତ୍ତିଲେ ହେଲ୍ପର ଏବଂ ଡ୍ରାଇଭର
  • ||
  • ବ୍ରାଜିଲରେ ବିମାନ ଦୁର୍ଘଟଣା: ୧୦ ମୃତ, ୧୫ ଗୁରୁତର
  • ||
  • ମଙ୍ଗଳବାରଠୁ ପୁଣି ବର୍ଷା,୨୫ରେ ୫ ଜିଲ୍ଲାରେ ଭାରୀ ବର୍ଷା ସମ୍ଭାବନା: ନୂଆବର୍ଷରୁ ଶୀତ ବଢ଼ିବ
  • ||
  • ଭୁବନେଶ୍ୱର : ଯୁବକଙ୍କୁ ଆକ୍ରମଣ କଲେ ୪ ଦୁର୍ବୃତ୍ତ, ବାନ୍ଧବୀଙ୍କୁ କରିନେଲେ ଅପହରଣ
  • ||

ନଇଁଲେ ପୁଷ୍ପା, ମୃତକଙ୍କ ପରିବାରକୁ ଦେଲେ ୫୦ ଲକ୍ଷ ଟଙ୍କା

Published By : Bijay Swain | December 23, 2024 10:22 PM

Image Courtesy: indiatoday

ନୂଆଦିଲ୍ଲୀ: ଡିସେମ୍ବର ୪ରେ ହାଇଦ୍ରାବାଦରେ ହୋଇଥିବା ଦଳାଚକଟା ଘଟଣାକୁ ନେଇ ଆସିଛି ଏକ ରୋଚକ ଖବର। ପୁଷ୍ପା-୨ର ଚଳଚ୍ଚିତ୍ର ନିର୍ମାତା ମିଥ୍ରୀ ମୋଭିର କାର୍ଯ୍ୟକର୍ତ୍ତା ମାନେ ଏହି ଦୁର୍ଘଟଣାରେ ଶିକାର ହୋଇ ମୃତ୍ୟୁ ଘଟିଥିବା ରେବତୀଙ୍କ ପରିବାରଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଏହି ଦୁର୍ଘଟଣାରେ ରେବତୀ ମୃତ୍ୟୁବରଣ କରିଥିବା ବେଳେ ତାଙ୍କ ୮ ବର୍ଷର ପୁଅ ଗୁରୁତର ଆହତ ହୋଇଥିଲେ। ତାଙ୍କ ପୁଅ ବର୍ତ୍ତମାନ ହାଇଦ୍ରାବାଦର ଏକ ସୁପର ସ୍ପେଶାଲିଟି ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। 

ନିକଟରେ ଜାରି ହୋଇଥିବା ଏକ ଭିଡିଓରେ ପୁଷ୍ପା-୨ ଚଳଚ୍ଚିତ୍ରର ପ୍ରଯୋଜକ ନବିନ ୟେରନ୍ନେନୀ, ରେବତୀଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର ଏକ ଚେକ୍ ଦେଉଥିବା ଦେଖାଯାଇଛି। ମନ୍ତ୍ରୀ କୋମତୀ ରେଡ୍ଡିଙ୍କ ସହ ନବିନ ୟେରନ୍ନେନୀ ଦଳାଚକଟାରେ ଗୁରୁତର ଆହାତ ହୋଇ କିମ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଶ୍ରୀ ତେଜଙ୍କୁ ଭେଟିବାକୁ ଯାଇଥିଲେ। ଡାକ୍ତରଖାନାରୁ ଫେରିବା ପୂର୍ବରୁ ସେ ଏହି ଚେକ୍ ଟିକୁ ରେବତୀଙ୍କ ସ୍ୱାମୀ ଭାସ୍କରଙ୍କୁ ଦେଇଥିଲେ। 

ଅଲ୍ଲୁ ଅର୍ଜୁନ ଶ୍ରୀ ତେଜ ଓ ତାଙ୍କ ପରିବାର ପାଇଁ ୨୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦେଇଥିଲେ। ଚଳଚ୍ଚିତ୍ରର ନିର୍ଦ୍ଦେଶକ ସୁକୁମାର ଓ ତାଙ୍କ ପତ୍ନୀ ତବିଥା ମଧ୍ୟ ୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା କରିଥିଲେ। ଅନ୍ୟପଟେ ପ୍ରଡ୍ୟୁସର ଅଲ୍ଲୁ ଅରବିନ୍ଦ ଓ ବନ୍ନି ଭାସୁଲୁ ବାକି ୨୦ ଲକ୍ଷ ଟଙ୍କାର ସହଯୋଗ କରିଥିଲେ। 

ଦଳାଚକଟା ପରେ ଅଲୁ ଅର୍ଜୁନଙ୍କୁ ତେଲେଙ୍ଗାନା ପୋଲିସ ଗିରଫ କରିଥିଲା। କିନ୍ତୁ ସେହି ଦିନ ତେଲେଙ୍ଗାନା ହାଇକୋର୍ଟ ତାଙ୍କୁ ଚାରି ସପ୍ତାହ ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଥିଲେ। ଭାରତୀୟ ନ୍ୟାୟ ସଂହିତା (ବିଏନ୍ଏସ୍)ର ଅଧୀନରେ ଅଲ୍ଲୁ, ତାଙ୍କ ସୁରକ୍ଷା ଦଳ ଏବଂ ଥିଏଟର ପରିଚାଳନା ବିରୋଧରେ ଏକ ମାମଲା ରୁଜୁ କରାଯାଇଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.