ପ୍ରମୂଖ ଖବର
  • ଆଣ୍ଡାମାନ ନିକୋବର ଦ୍ବୀପରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୬.୨ ରେକର୍ଡ,ମିଳିନି କ୍ଷୟକ୍ଷତି କୌଣସି ସୂଚନା
  • ||
  • କ୍ଷେତ ଖାଲି ହେଲେ ଧାନ ବିକିବାକୁ ପଞ୍ଜିକରଣ, ଲକ୍ଷେ ୮୧ ହଜାର ଚାଷୀଙ୍କୁ ନୋଟିସ୍, ସାଟେଲାଇଟ୍ ସର୍ଭେରେ ଧରାପଡିଲେ
  • ||
  • ଲୋକସଭା ପରେ ଆଜି ରାଜ୍ୟସଭାରେ ହେବ 'ଅପରେସନ୍ ସିନ୍ଦୂର' ବିତର୍କ, ଭାଗ ନେଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି
  • ||
  • ଭାରତର ପ୍ରଥମ ମହିଳା ଚେସ୍ ବିଶ୍ୱକପ୍ ଚମ୍ପିଆନ ଦିବ୍ୟା ଦେଶମୁଖ, ଟ୍ରାଇବ୍ରେକରରେ କୋନେରୁ ହମ୍ପିଙ୍କୁ ହରାଇଲେ
  • ||
  • ୟୁକ୍ରେନ ଯୁଦ୍ଧକୁ ନେଇ ଋଷ ରାଷ୍ଟ୍ରପତି ପୁଟିନଙ୍କ ଉପରେ ଟ୍ରମ୍ପଙ୍କ ଅସନ୍ତୋଷ, କହିଲେ ତୁରନ୍ତ ଯୁଦ୍ଧ ବନ୍ଦ କରିବାକୁ ହେବ
  • ||
  • ଏଏସ୍‌ଆଇକୁ କ’ଣ ଦଣ୍ଡ ମିଳିବ ? "ଏକ୍ସ’ରେ ଶ୍ରୀମନ୍ଦିର, ରତ୍ନଭଣ୍ଡାର ଫଟୋ ଅପଲୋଡ୍‌ ପରେ ଉଡ଼େଇ ଦେଲେ...
  • ||
  • ଆମେରିକାରେ ୫ ଜଣଙ୍କୁ ଗୁଳି କରି ହତ୍ୟା, ନ୍ୟୁୟର୍କର ମିଡଟାଉନ୍ ମାନହାଟନ୍‌ରେ ଫାୟାରିଂ
  • ||
  • ଭାରତର ବଡ଼ ବିଜୟ, ୟମେନରେ କେରଳ ନର୍ସ ନିମିଷା ପ୍ରିୟାଙ୍କ ମୃତ୍ୟଦଣ୍ଡ ପ୍ରତ୍ୟାହାର
  • ||
  • ମଙ୍ଗଳବାର କାଁ ଭାଁ ବର୍ଷା, ବୁଧବାରଠୁ ଶୁଖିଲା ପାଗ: ମୟୂରଭଞ୍ଜରେ ଅଧିକ ବର୍ଷା ଆଶଙ୍କା, ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||

ଚାଷ ଜମିରୁ ବିଶାଳ ଅଜଗର ଉଦ୍ଧାର; ସାହାଜଖୋଲ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

Published By : Anindita Ratha | July 24, 2025 2:56 PM

କୋକସରା,୨୪/୦୭: ଚାଷଜମିରୁ ଅଜଗର ଉଦ୍ଧାର। କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ରେଞ୍ଜ କୋକସରା ଫରେଷ୍ଟ ସେକ୍ସନ ଅଧୀନରେ ଥିବା ମୋଟେର ପଞ୍ଚାୟତ ବାଟିଗୁଡା ଗ୍ରାମରୁ ଏହି ଅଜଗର ଉଦ୍ଧାର ହୋଇଛି । 

ସୂଚନା ମୁତାବକ, ଉକ୍ତ ଗ୍ରାମର ଚାଷୀ ବେଣୁଧର ଦଳପତିଙ୍କ ଚାଷଜମିରେ ଏକ ବିରାଟକାୟ ଅଜଗର ସାପ ଥିବା ନେଇ ଚାଷ ଜମିରେ କାମ କରୁଥିବା ଶ୍ରମିକମାନେ ଦେଖିଥିଲେ। ଏନେଇ ଖବର ପାଇ ବେଣୁଧର ସୁରକ୍ଷିତ ଭାବେ ଅଜଗରକୁ ଉଦ୍ଧାର କରି ଚିକିତ୍ସା ପାଇଁ କୋକସରା ପ୍ରାଣୀ ଚିକିତ୍ସାଳୟକୁ ଆଣି ଚିକିତ୍ସା କରାଇଥିଲେ। ଡାକ୍ତର ପ୍ରସନ୍ନ ପରିଡା ସାପକୁ ପ୍ରାଥମିକ ଚିକିତ୍ସା କରିବା ପରେ ସ୍ୱାସ୍ଥ୍ୟବସ୍ଥା ସ୍ୱାଭାବିକ ଥିବା କହିଥିଲେ। ଯାହାପରେ ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧି ସ୍ଥାନୀୟ କୋକସରା ବନପାଳ ରଶ୍ମି ରଞ୍ଜିତା ନାଏକ ଓ ଜଙ୍ଗଲ ବିଭାଗ ସାପ ଉଦ୍ଧାରକାରୀ ଦଳର ସ୍ୱାଧୀନ ଦଣ୍ଡସେନାଙ୍କୁ ଖବର ଦେଇଥିଲେ। ଖବରପାଇ  ଫରେଷ୍ଟ ଗାର୍ଡ ହିମାଦ୍ରୀ ତନୟା ବିଶି ଓ ସ୍ୱାଧୀନ ଦଣ୍ଡସେନା ପହଞ୍ଚି ସୁରକ୍ଷିତ ଭାବେ ଅଜଗରକୁ ଉଦ୍ଧାର କରିବା ସହ ସାହାଜଖୋଲ ଜଙ୍ଗଲ ମଧ୍ୟରେ ଛାଡି ଦେଇଥିବା ସୂଚନା ଦେଇଛନ୍ତି।




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.