ପ୍ରମୂଖ ଖବର
  • ଭୁବନେଶ୍ଵର : ORERAର ନୂତନ ଅଧ୍ୟକ୍ଷ ଅସିତ ମହାପାତ୍ର, ରାଜେନ୍ଦ୍ର ମିଶ୍ର ଓ ଶ୍ୟାମସୁନ୍ଦର ଦାସଙ୍କୁ ସଦସ୍ୟ ଦାୟିତ୍ଵ
  • ||
  • ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ମାମଲା, ମେ ୨୮ରେ ରାୟ ଶୁଣାଇବେ ADJ କୋର୍ଟ
  • ||
  • ପଞ୍ଜାବରେ ମଦ ଟ୍ରାଜେଡ଼ି; ୫ ବର୍ଷରେ ଗଲାଣି ୧୭୬ ଜୀବନ
  • ||
  • ବିଏସ୍‌ଏଫ ଯବାନକୁ ଛାଡ଼ିଲା ପାକିସ୍ତାନ, ୨୦ ଦିନ ପରେ ପାକ୍ ଜେଲରୁ ମୁକ୍ତ ହେଲେ ପୂର୍ଣ୍ଣମ କୁମାର
  • ||
  • ନାଳ ଉପରୁ ଜବରଦଖଲ ଉଚ୍ଛେଦ, କାର୍ଯ୍ୟନିର୍ବାହୀ ଅଧିକାରୀ ଓ ସାଲୁଜା ମୁହାଁମୁହିଁ
  • ||
  • ‘ଅପରେସନ ସିନ୍ଦୂର’ ପରେ ଆଜି ବସିବ CCSର ପ୍ରଥମ ବୈଠକ, ପାକିସ୍ତାନକୁ ନେଇ ନିଆଯାଇପାରେ ବଡ଼ ନିଷ୍ପତ୍ତି...
  • ||
  • ବୁଧବାର ବସିବ ରାଜ୍ୟ କ୍ୟାବିନେଟର ବୈଠକ, ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଗଞ୍ଜାମ : ଡାଲା ଅଟୋ ଓଲଟି ଦୁଇ ମୃତ, ୧୪ ଆହତ
  • ||
  • ଅନୁଗୁଳ : ବିଲକୁ ଯାଇଥିବା ବେଳେ ପଡ଼ିଲା ଚଡ଼କ, ବଜ୍ରାଘାତରେ ବାପ-ପୁଅ ମୃତ
  • ||
  • ଆନନ୍ଦପୁର : ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • ରଥଖଳା ହାଲ୍‌ଚାଲ୍‌...ଆଜି ପ୍ରସ୍ତୁତ ହେବ ୩ ନାହାକା ଚକ, ଭଉଁରି ଯାତ୍ରାରେ ଡ଼େରା ହେବ ଚକ ଅଖ
  • ||
  • ଦିନରେ ତାତି, ସନ୍ଧ୍ୟାରେ କାଳବୈଶାଖୀ: ଆସନ୍ତା ୩ ଦିନରେ ୩ ଡିଗ୍ରୀ ବଢ଼ିପାରେ ତାପମାତ୍ରା, ୧୮ ଜିଲ୍ଲାରେ ଘଡ଼ଘଡି ସହ ବର୍ଷିବ
  • ||

ବିଧାୟକଙ୍କ ଉପସ୍ଥିତିରେ ଆରମ୍ଭ ହେଲା ରବି ଧାନ କିଣା

Published By : Harapriya Sethi | May 14, 2025 1:14 PM

ବରଗଡ଼, ୧୪/୦୫: ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ନିର୍ଧାରିତ ତାରିଖ ଅନୁଯାୟୀ ବୁଧବାର ଜିଲ୍ଲାର ସମସ୍ତ ମଣ୍ଡିରେ ଧାନ କିଣା ଆରମ୍ଭ ହୋଇଛି । ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଗୋରୁ ମାର୍କେଟ ଠାରେ ବରଗଡ ନିୟନ୍ତ୍ରିତ ବଜାର କମିଟି ଦ୍ଵାରା ଆୟୋଜିତ କାର୍ଯ୍ୟକ୍ରମରେ ବରଗଡ ବିଧାୟକ ଅଶ୍ଵିନୀ କୁମାର ଷଡଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବରଗଡ ଆରଏମସିର ଧାନ ସଂଗ୍ରହ ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି । 

ସେହିଭଳି ଅତାବିରା ନିୟନ୍ତ୍ରିତ ବଜାର କମିଟି ଅଧିନସ୍ଥ ଅତାବିରା ଏବଂ ଗୋଡଭଗା ଧାନ ମଣ୍ଡିରେ ମାନ୍ୟବର ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅତାବିରା ଆରଏମସିର ରବି ଧାନ ସଂଗ୍ରହ ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି । ପଦମପୁର ନିୟନ୍ତ୍ରିତ ବଜାର କମିଟି ଅଧିନସ୍ଥ କେଉଁଠିପାଲି ଏବଂ ଆର୍ଡା ଧାନ ମଣ୍ଡିରେ ବିଜେପୁର ବିଧାୟକ ସନତ କୁମାର ଗଡ଼ତିୟା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପଦମପୁର ଆରଏମସିର ରବି ଧାନ ସଂଗ୍ରହ ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟାଲଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ ମଧୁଛନ୍ଦା ସାହୁ, ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାଣ୍ଡେ ଏବଂ ବରଗଡ, ଅତାବିରା ଓ ପଦମପୁର ନିୟନ୍ତ୍ରିତ ବଜାର କମିଟିର ସମସ୍ତ କର୍ମକର୍ତ୍ତା ନିଜ ନିଜ ଆରଏମସି ଅଧିନସ୍ଥ ଧାନ ମଣ୍ଡିରେ ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.