ପ୍ରମୂଖ ଖବର
  • ମାଲକାନଗିରି : ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀଙ୍କ ୮ ନକ୍ସଲ, ତନ୍ମଧ୍ୟରୁ ଜଣେ ମହିଳା
  • ||
  • କଣ୍ଟାବାଞ୍ଜି : ଘରୋଇ ସ୍କୁଲର ମହିଳା ଆକାଉଣ୍ଟାଣ୍ଟଙ୍କୁ ହତ୍ୟା! ତଦନ୍ତ କରୁଛି ପୋଲିସ
  • ||
  • ସମ୍ୱଲପୁର : ମଶାଣି ନିକଟରୁ ଅଜଣା ଗଳିତ ମୃତଦେହ ଉଦ୍ଧାର, ହତ୍ଯା ସନ୍ଦେହ
  • ||
  • ନୂଆପଡ଼ା : ଜମିବାଡ଼ିକୁ ନେଇ ଗଣ୍ଡଗୋଳ, ୩ ଗୁରୁତର
  • ||
  • ଭରତପୁର ଥାନାରେ ଲାଗିବ ୨୫ ସିସିଟିଭି, ଆରମ୍ଭ ହେଲା ପ୍ରକ୍ରିୟା
  • ||
  • ଭୁବନେଶ୍ୱର : ବନ୍ଦ ଡାକରା ପ୍ରତ୍ୟାହାର କଲା ବିଜେଡି, ହେବନି ଆନ୍ଦୋଳନ
  • ||
  • ବଲାଙ୍ଗୀର : ବଲାଙ୍ଗୀରରେ କମୁନି ଦାଦନ ଦୁଃଖ; ଚାଲାଣ ବେଳେ ୧୨ ଶ୍ରମିକ ଉଦ୍ଧାର, ୨ ଦଲାଲ ଗିରଫ
  • ||
  • ଚୌଦ୍ୱାର : ବିରୂପା ବ୍ୟାରେଜ ନିକଟରେ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ମାଲକାନଗିରି : ଡଙ୍ଗା ଚଳାଇ ଚିତ୍ରକୋଣ୍ଡା ଗାଁକୁ ଗଲେ ବିଧାୟକ, ଲୋକଙ୍କ ଦୁଃଖ ପଚାରି ବୁଝିଲେ
  • ||
  • ଭରତପୁର ଥାନାରେ ହଙ୍ଗାମା ଘଟଣା: କିଏ ସତ କହୁଛି ? ମିଛଧରା ପରୀକ୍ଷାକୁ ଭରସା କରିଛି କ୍ରାଇମ୍‌ବ୍ରାଞ୍ଚ
  • ||
  • ଚାନ୍ଦବାଲି : ଅଙ୍ଗନବାଡ଼ି କେନ୍ଦ୍ରରେ ୧୫ ଦିନ ହେଲା ଝୁଲୁଛି ତାଲା, ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ
  • ||
  • ରାଉରକେଲାରେ ଲଜ୍ଜ୍ୟା: ନାବାଳିକାଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ, ମୋବାଇଲ ଟ୍ରାକିଂରୁ ଧରାପଡ଼ିଲେ ୩ ଅଭିଯୁକ୍ତ
  • ||
  • ନବରଙ୍ଗପୁର : ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା : ୬ ଘଣ୍ଟା ବନ୍ଦ ଡାକରା ଦେଲା ଜୟ ତେନ୍ତୁଳୀଖୁଣ୍ଟି ସାମାଜିକ ସଂଘଠନ, ୨୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି
  • ||
  • ଆଜି ଜନଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ସର୍ବାଧିକ ୧୦୦୦ଟି ଅଭିଯୋଗର ଶୁଣାଣି ହେବ
  • ||
  • ୨୪ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ: ୪ ଦିନ ପ୍ରବଳ ବର୍ଷିବ, ୧୨ ଜିଲ୍ଲାକୁ ଆଲର୍ଟ ଜାରି
  • ||

କମେଣ୍ଟ ମରାକୁ ନେଇ ତରବୋଡ଼ ନବୋଦୟ ବିଦ୍ୟାଳୟରେ ରାଗିଙ୍ଗ୍, ସିନିଅରଙ୍କ ମାଡ଼ରେ ୨୨ ଜୁନିଅର ଛାତ୍ର ଗୁରୁତର

ନୂଆପଡ଼ା, ୦୬/୦୯ : ନୂଆପଡ଼ା ତରବୋଡ଼ ନବୋଦୟ ବିଦ୍ୟାଳୟରେ ରାଗିଙ୍ଗ୍ ଅଭିଯୋଗ। ସିନିଅର ଛାତ୍ରଙ୍କ ମାଡ଼ରେ ୨୨ ଜଣ ଜୁନିଅର ଛାତ୍ର ଗୁରୁତର। ସମସ୍ତ ଗୁରୁତର ଛାତ୍ରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମାଡ଼ ମାରିଥିବା ଯୁକ୍ତ ୨ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଧାରଣା ଦେଇଛନ୍ତି। 

ସୂଚନାନୁଯାୟୀ, ତରବୋଡ଼ ନବୋଦୟ ବିଦ୍ୟାଳୟରେ ଗୁରୁବାର ରାତି ପ୍ରାୟ ୧୨ଟା ବେଳେ ଯୁକ୍ତ ଦୁଇର ୭ ଜଣ ଛାତ୍ର ଦଶମ ଶ୍ରେଣୀର ସିନିଆର ହାଉସ ଆରାବଲୀରେ ପଶିଥିଲେ। ଏହାପରେ ୨୨ ଜଣ ଛାତ୍ରଙ୍କୁ ଜଣଙ୍କ ପରେ ଜଣଙ୍କୁ ଡାକି କବାଟ ବନ୍ଦ କରି ବାଡି, ଲୁହା ଛଡ, ଓ ଟାଙ୍ଗିଆରେ ମାଡ଼ ମାରିଥିଲେ। ସିନିଅର ଛାତ୍ରଙ୍କ ମାଡ଼ରେ ୨୨ ଜଣ ଦଶମ ଛାତ୍ର ଗୁରୁତର ହୋଇଥିଲେ। ସମସ୍ତ ଗୁରୁତର ଛାତ୍ରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଗୁରୁତର ଛାତ୍ରଙ୍କ ମୁଣ୍ଡଠୁ ଗୋଡ଼ ପର୍ଯ୍ୟନ୍ତ ରୋଳା ପଡିଥିବା ଦେଖିବାକୁ ମିଳିଛି। ଜଣେ ଛାତ୍ରୀଙ୍କୁ କମେଣ୍ଟ ମରାକୁ ନେଇ ଏଭଳି ଅଭାବନୀୟ ଘଟଣା ଘଟିଥିବା ସୂଚନା ମିଳିଛି। 

ଖବର ପାଇ ଅଭିଭାବକମାନେ ନବୋଦୟ ବିଦ୍ୟାଳୟରେ ପହଞ୍ଚିଥିବା ବେଳେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ଘଟଣାସ୍ଥଳରେ ତରବୋଡ଼ ପୋଲିସ ପହଞ୍ଚିଛି। ସେପଟେ ମାଡ଼ ମାରିଥିବା ଛାତ୍ରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବିରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଧାରଣା ଦେଇଛନ୍ତି। ଉକ୍ତ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସ କହିଛନ୍ତି। ଏହି ଘଟଣା ପରେ ନବୋଦୟ ବିଦ୍ୟାଳୟର ୱାଡେନଙ୍କ ଭୂମିକାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। 


 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.