ପ୍ରମୂଖ ଖବର
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ରାହୁଲ ଗାନ୍ଧୀଙ୍କ ଉଦବେଗ : 'ନୀରିହ ଝିଅଟି ନ୍ୟାୟ ମାଗି ମାଗି ମରିଗଲା'

Published By : Rasmita Pradhan | July 15, 2025 11:02 AM

ନୂଆଦିଲ୍ଲୀ, ୧୫/୦୭ : ଏଫଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ରାହୁଲ ଗାନ୍ଧୀଙ୍କ ଉଦବେଗ। 'ଏହା ଆତ୍ମହତ୍ୟା ନୁହେଁ, ବ୍ୟବସ୍ଥା ଦ୍ଵାରା ସଙ୍ଗଠିତ ହତ୍ୟା। ଯୌନ ଶୋଷଣ ବିରୋଧରେ ସାହାସୀ ଝିଅ ସ୍ଵର ଉଠାଇଲେ। କିନ୍ତୁ ନ୍ୟାୟ ପରିବର୍ତ୍ତେ ତାଙ୍କୁ ଧମକ ଦିଆଗଲା, ଅପମାନିତ କରାଗଲା। ନୀରିହ ଝିଅକୁ ଆତ୍ମାହୁତି ପାଇଁ ବାଧ୍ୟ କରାଗଲା। ଆଜି ଦେଶର ଝିଅମାନଙ୍କୁ ସୁରକ୍ଷା ଓ ନ୍ୟାୟ ଦରକାର।'

ବାଲେଶ୍ୱର ଫକୀର ମୋହନ (ଏଫଏମ୍‌) କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣାକୁ ନେଇ ଓଡ଼ିଶାରେ ରାଜନୀତି ହୁଲସ୍ତୁଲ । ଗତକାଲି ଏ ପ୍ରସଙ୍ଗକୁ ଦିଲ୍ଲୀ ଯାଏଁ ଟାଣି ବିଜେପି ସରକାର ବିରୋଧରେ ବର୍ଷିଛି କଂଗ୍ରେସ । ଦିଲ୍ଲୀସ୍ଥିତ ଏଆଇସିସି ମୁଖ୍ୟାଳୟରେ ମହିଳା କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଲକା ଲାମ୍ବା ଓ କଟକ ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋସ ସାମ୍ବାଦିକ ସମ୍ମିଳନୀ କରି ଘଟଣାର ନ୍ୟାୟିକ ତଦନ୍ତ ଦାବି କରିଛନ୍ତି ।ସେହିପରି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନା, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା କହିଛନ୍ତି, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ପିସିସି ମିଡିଆ ସେଲ୍‌ ଅଧ୍ୟକ୍ଷ ଅରବିନ୍ଦ ଦାସଙ୍କ ସଂଯୋଜନାରେ ଭୁବନେଶ୍ଵର କଂଗ୍ରେସ ଭବନରେ ସାମ୍ବାଦିକ ସମ୍ମିଳନୀ କରି ସରକାରଙ୍କ ଉପରେ ବର୍ଷିଛନ୍ତି। 

ବାଲେଶ୍ୱର ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ (୨୦) ବିଶି । ଗତ ଶନିବାର ଦିନ କଲେଜ କ୍ୟାମ୍ପସ୍‌ ଭିତରେ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ । ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପରେ ଶନିବାର ସନ୍ଧ୍ୟାରେ ଭୁବନେଶ୍ୱର ଏମ୍‌ସ୍‌କୁ ସ୍ଥାନାନ୍ତର ହୋଇଥିଲେ । ଦୁଇ ଦିନ ଚିକିତ୍ସାଧୀନ ଅବସ୍ଥାରେ ରହିବା ପରେ ନୀରବି ଯାଇଛନ୍ତି ଏଫଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି। ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ରାତି ୧୧.୪୬ ମିନିଟରେ ତାଙ୍କର ମୃତ୍ୟୁ ହୋଇଥିଲା । ପୀଡ଼ିତାଙ୍କ ପୋଷ୍ଟମର୍ଟମ କରି ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଥିଲା। ଜନ୍ମମାଟି ଭୋଗରାଇ ପଳାସିଆରେ ଆଜି ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.