ପ୍ରମୂଖ ଖବର
  • ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ, ମହିଳା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ପ୍ରଥମ କିସ୍ତି
  • ||
  • ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶି ମର୍ଲେନା, ନାଁ ଘୋଷଣା କଲେ ଅରବିନ୍ଦ କେଜ୍ରିୱାଲ
  • ||
  • ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି: ଜନ୍ମଦିନରେ ବାଣ୍ଟିବେ ସୁଭଦ୍ରା, ଆବାସ, କଳିଙ୍ଗ ଷ୍ଟାଡିୟମ ‘ସଟଲ୍‌’କୁ ଲୋକାର୍ପିତ କରିବେ
  • ||
  • କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ବିଦା ହେଲେ କମିଶନର ବିନୀତ ଗୋୟଲ
  • ||
  • ଜଳେଶ୍ଵର: ଲଗାଣ ବର୍ଷାରେ ଧଶିଲା ଜାମକୁଣ୍ଡା ସ୍ଲୁଇସ୍ ଗେଟ୍ ପୋଲ, ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହେବା ଆଶଙ୍କା
  • ||
  • ଶବର ସାହିରେ ୩୦ ମିନିଟ୍‌ ରହିବେ ପ୍ରଧାନମନ୍ତ୍ରୀ, ପିଏମ୍‌ ଆବାସ ହିତାଧିକାରୀଙ୍କୁ ଭେଟିବେ
  • ||
  • ଆସନ୍ତା ୨୩ରେ ପୁଣି ଲଘୁଚାପ: ଆଜିଠୁ ଶୁଖିଲା, ୨୨ରୁ ବଢ଼ିବ ବର୍ଷା
  • ||

ଓଡ଼ିଶାରେ ଚାଲିବ ୩ ନୂଆ ବନ୍ଦେ ଭାରତ ଟ୍ରେନ, ଶୁଭାରମ୍ଭ ସମାରୋହରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ରେଳ ମନ୍ତ୍ରୀ

ଭୁବନେଶ୍ୱର , ୧୦।୯ : ଓଡିଶାରେ ଚାଲିବ ୩ ନୂତନ ବନ୍ଦେ ଭାରତ ଟ୍ରେନ। ଆସନ୍ତା ୧୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ବାରା ଏହାର ଶୁଭାରମ୍ଭ ହେବ। ଏଥି‌ରେ ଯୋଗ ଦେବା ପାଇଁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ନିମନ୍ତ୍ରଣ କରିଛନ୍ତି। ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ବନ୍ଦେ ଭାରତ ଟ୍ରେନ ଶୁଭାରମ୍ଭ ସମାରୋହରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିଛନ୍ତି। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏଥିନିମନ୍ତେ ସ୍ୱତନ୍ତ୍ର ନିମନ୍ତ୍ରଣ ପତ୍ର ଓ ଚିଠି ମାଧ୍ୟମ ରେ ଅନୁରୋଧ କରିଛନ୍ତି।

 ଚଳିତ ମାସ ୧୫ ତାରିଖରେ ଦେଶର ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୀଙ୍କ ଦ୍ୱାରା ଦେଶରେ ୧୦ଟି ନୂତନ ବନ୍ଦେ ଭାରତ ଟ୍ରେନ ଚଳାଚଳର ଶୁଭାରମ୍ଭ ହେଉଛି। ତନ୍ମଧ୍ୟରୁ ଓଡିଶା ମଧ୍ୟରେ ୩ଟି ଟ୍ରେନ ଚଳାଚଳ କରିବ । ଏହି ଟ୍ରେନ ଗୁଡିକ ହେଲା ଟାଟା-ବ୍ରହ୍ମପୁର ବନ୍ଦେ ଭାରତ,ରାଉରକେଲା-ହାୱଡା ବନ୍ଦେ ଭାରତ ଏବଂ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ । କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ବ୍ରହ୍ମପୁର ଷ୍ଟେସନଠାରେ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି।

 ସୂଚନା ଯୋଗ୍ୟ ଯେ, ବର୍ତ୍ତମାନ ଓଡିଶା ମଧ୍ୟରେ ୩ ଟି ବନ୍ଦେ ଭାରତ ଟ୍ରେନ ଚଳାଚଳ କରୁଛି। ନୂତନ ୩ ଟି ଟ୍ରେନ ମିଶିଲେ ସମୁଦାୟ ୬6ଟି ବନ୍ଦେ ଭାରତ ଟ୍ରେନ ଓଡିଶାବାସୀଙ୍କୁ ସେବା ଯୋଗାଇବ। ଚଳିତ ବର୍ଷ ବଜେଟରେ ଓଡିଶା ରେଳ ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ୧୦,୫୮୬ କୋଟି ଟଙ୍କା କେନ୍ଦ୍ର ସରକାର ଯୋଗେଇ ଦେଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୫୪,୪୩୪ କୋଟି ଟଙ୍କାର ରେଳ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ଜାରି ରହିଛି । ଏଥିରୁ ଓଡିଶାର ରେଳ ଭିତ୍ତିଭୂମି ଓ ଗମନାଗମନ ବ୍ୟବସ୍ଥାର  ଉନ୍ନତିକରଣ ପାଇଁ କେନ୍ଦ୍ର ସରକାରଙ୍କ ଆନ୍ତରିକ ସମର୍ଥନ ସ୍ପଷ୍ଟ ଅନୁମେୟ।   ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରେଳମନ୍ତ୍ରୀ ଶ୍ରୀ ବୈଷ୍ଣବଙ୍କୁ ଏହି ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.