ପ୍ରମୂଖ ଖବର
  • ଖଲ୍ଲିକୋଟ : ଛେଳି ପଲ ଉପରେ ମାଡିଗଲା ଟ୍ରକ, ୭୦ ଛେଳି ମୃତ
  • ||
  • ଯୁଦ୍ଧଗ୍ରସ୍ତ ଇରାନ୍‌ରୁ ଆର୍ମେନିଆରେ ପହଞ୍ଚିଲେ ୧୧୦ ଭାରତୀୟ, ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଆଡ୍‌ଭାଇଜରୀ ଜାରି
  • ||
  • ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଅଭିଯୋଗ, ସମସ୍ତ ୧୦ ଅଭିଯୁକ୍ତକୁ ଗିରଫ କଲା ପୁଲିସ
  • ||
  • କୋକସରା: ଦେପୁର ନିକଟରେ ଗଛରେ ପିଟି ହେଲା ବାଇକ, ଦୁଇ ମୃତ ଜଣେ ଗୁରୁତର
  • ||
  • ପ୍ରତିକୂଳ ପାଗ ପାଇଁ ୧୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା, ଡାକବାଜି ଯନ୍ତ୍ରରେ କରାଗଲା ସତର୍କ
  • ||
  • ବଲାଙ୍ଗିର: ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ, ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯିବ
  • ||
  • ବଲାଙ୍ଗୀର ସହର ଭିତରେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନକୁ ପଶିଗଲା କଣ୍ଟେନର
  • ||
  • ବସୁମତୀ ସ୍ନାନ ସହ ଶେଷ ହେଲା ରଜ, ୩ ଦିନର ବିଶ୍ରାମ ପରେ ଶୁଦ୍ଧ ସ୍ନାନ କଲେ ବସୁମାତା
  • ||
  • ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି; କୋଲକାତାରେ ଜରୁରୀ ଅବତରଣ
  • ||
  • ପରମାଣୁ ଅସ୍ତ୍ର ନେଇ ଇରାନ୍‌କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ, କହିଲେ ତୁରନ୍ତ ତେହେରାନ୍ ଛାଡ଼, ଡ଼ାକିଲେ ବଡ଼ ବୈଠକ
  • ||
  • କାନାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଓ କାଲି ଦୁଇ ଦିନ ଧରି G7 ସମିଟ୍‌ରେ ସାମିଲ ହେବେ
  • ||
  • ଅନବସରରେ ମହାପ୍ରଭୁ: ଫୁଲୁରି ତେଲ ଘଷା ହେବାରେ ଉପଶମ ହେଉଛନ୍ତି ଦାରୁବ୍ରହ୍ମ, ଆଜି ଓଷ ଲାଗି ନୀତି
  • ||
  • ଏବେ ବଡ଼ ବର୍ଷା ନାହିଁ: ଆଜି କିଛି ସ୍ଥାନରେ ବର୍ଷିବ, ୨୩ରୁ ପୁଣି ବଢ଼ିପାରେ, ତାପମାତ୍ରା ୨ରୁ ୪ ଡିଗ୍ରୀ କମିବା ସମ୍ଭାବନା
  • ||

ବସୁମତୀ ସ୍ନାନ ସହ ଶେଷ ହେଲା ରଜ, ୩ ଦିନର ବିଶ୍ରାମ ପରେ ଶୁଦ୍ଧ ସ୍ନାନ କଲେ ବସୁମାତା

Published By : Rasmita Pradhan | June 17, 2025 8:48 AM

ଭୁବନେଶ୍ଵର, ୧୭/୦୬ : ବସୁମତୀ ସ୍ନାନ ସହ ଶେଷ ହେଲା ରଜ। ଓଡ଼ିଶାର ଗଣପର୍ବ ରଜର ଆଜି ଚତୁର୍ଥ ଦିନ। ଏହାକୁ ଧରାସ୍ନାନ, ମହାଲକ୍ଷ୍ମୀ ଗାଧୁଆ, ଶୁଦ୍ଧ ସ୍ନାନ ବୋଲି ମଧ୍ୟ କୁହାଯାଏ। ଏହି ଦିନ ରୀତିନୀତି ଅନୁସାରେ ବସୁମତୀ ସ୍ନାନ କରାଯାଏ। ୩ ଦିନ ଧରି ମାଟି ମା' ରଜସ୍ଵଳା ହୋଇଥାନ୍ତି। ତେଣୁ ରଜର ଚତୁର୍ଥ ଦିନରେ ବସୁମତୀ ସ୍ନାନ କରାଯାଏ। 

ଏହି ଦିନ ପ୍ରାତଃ କାଳରେ ସ୍ନାନ ପର୍ବ କରାଯାଇଥାଏ। ପିଢ଼ା ଉପରେ ଶିଳପୁଆ, କଜଳପାତିଆ, ଲଙ୍ଗଳ ଲୁହା, କପାତୁଳା ଥୋଇ ହଳଦୀ, ସିନ୍ଦୂର, ଧୂପ, ଦୀପ, ଆମ୍ବ ଡ଼ାଳ, ଦୁବ, ମେଥି ଆଦି ରଖି ଗୃହିଣୀମାନେ ପୂଜାର୍ଚ୍ଚନା କରିଥାନ୍ତି। ଏହି ଅବସରରେ ହଳଦୀପାଣିରେ ବସୁମାତାଙ୍କୁ ଗାଧୋଇ ଦିଆଯାଏ। ଚନ୍ଦନ, ସିନ୍ଦୁର ସହ ଫଳ ଭୋଗ କରାଯିବାର ବିଧି ମଧ୍ୟ ରହିଛି। ଶିଳପୁଆକୁ ବସୁମତୀ ରୂପେ ପୂଜା କରାଯାଏ। ମାସିକ ଧର୍ମର ବିଧି ଅନୁଯାୟୀ ଧରଣୀ ମାତା ତିନିଦିନ ବିଶ୍ରାମ ପରେ ସ୍ନାନ କରି ଶୁଦ୍ଧ ପବିତ୍ର ହୋଇଥାନ୍ତି। ବସୁମାତା ରଜସ୍ବଳା ହୋଇ ଶୁଦ୍ଧ ସ୍ନାନ କରିବା ପରେ ଶସ୍ୟ ବୀଜ ଧାରଣକାରିଣୀ ହୋଇପାରନ୍ତି। ଘରେ ମହାଲକ୍ଷ୍ମୀ ସ୍ନାନ, ମହାଲକ୍ଷ୍ମୀ ଗାଧୁଆ ବା ଶୁଦ୍ଧ ସ୍ନାନ କରାଯାଏ। ମାର୍ଗଶୀର ଶେଷ ଗୁରୁବାରଦିନ ବନ୍ଦ ହୋଇଥିବା ମହାଲକ୍ଷ୍ମୀ ପେଡ଼ି ଏହି ଦିନ ଖୋଲା ଯାଇଥାଏ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.