ପ୍ରମୂଖ ଖବର
  • କାମାକ୍ଷାନଗର : ସ୍ତ୍ରୀ ସମ୍ମୁଖରେ ସ୍ୱାମୀକୁ ପଥରରେ ଛେଚି ହତ୍ୟା, ୩ ଅଭିଯୁକ୍ତ ଫେରାର
  • ||
  • ଗଞ୍ଜାମ ଏସପି ଭାବେ ଦାୟିତ୍ୱ ନେଲେ ଶୁଭେନ୍ଦୁ ପାତ୍ର, ଅପରାଧ ନିୟନ୍ତ୍ରଣ ଏବଂ ଅପରାଧୀ ଦମନ ରହିବ ଲକ୍ଷ
  • ||
  • ବଦଳିଲେ ଭଦ୍ରକ ଏସପି; କାର୍ଯ୍ୟଭାର ଗ୍ରହଣ କଲେ ସନ୍ଦୀପ ସମ୍ପଦ, ନୂତନ ଏସପିଙ୍କୁ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ସ୍ୱାଗତ
  • ||
  • ଟ୍ୱିନ୍‌ସିଟି ଅତିରିକ୍ତ ପୋଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଉମାଶଙ୍କର ଦାସ
  • ||
  • ଭୋଗରାଇ : ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ପଡିଲା ତାଲା, ରାସ୍ତାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅଭିଭାବକ
  • ||
  • ବାଲିଗୁଡା : ଦୁର୍ଗାପାଙ୍ଗାରେ ମହାମାରୀ ରୂପ ନେଉଛି ଝାଡାବାନ୍ତି; ୬ ମୃତ,୧୫ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ
  • ||
  • ହିନ୍ଦୋଳ : ପୋଖରୀରେ ବୁଡି ମହିଳା ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଭୁବନ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ହତ୍ୟା କରି କୂଅରେ ପକାଇଲା ସ୍ୱାମୀ
  • ||
  • ସାଲେପୁର : ଅନଲାଇନ୍ ଗେମ୍ ଖେଳିବା ପଡ଼ିଲା ମହଙ୍ଗା, ଲକ୍ଷାଧିକ ଟଙ୍କା ହାରି ଜୀବନ ହାରିଲେ ଯୁବକ
  • ||
  • ନୟାଗଡ : ବନ୍ଧୁକ ଦେଖାଇ କେନ୍ଦୁପତ୍ର ଫଡି ଘରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ସହ ଟଙ୍କା ଏବଂ ମୋବାଇଲ୍ ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଜଳେଶ୍ବର : ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା ଲୁଟ୍‌, ଜଣେ ଅଟକ
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବେ ଅରବିନ୍ଦ କେଜରିୱାଲ, ଆପ୍‌ ମୁଖ୍ୟାଳୟ ନିକଟରେ ଚୂଡ଼ାନ୍ତ ହୋଇଛି ଘର
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା, ଆଜି ୫ ପୁଲିସ ଅଧିକାରୀଙ୍କ ପଲିଗ୍ରାଫ୍‌ ପରୀକ୍ଷା
  • ||
  • କାମାକ୍ଷାନଗର : ଶୌଚ ହେବାକୁ ଯାଇଥିବାବେଳେ ଧକ୍କା ଦେଲା ଟ୍ରେନ୍, କଟିଗଲା ଯୁବକଙ୍କ ବାମ ଗୋଡ଼
  • ||
  • ବାଲେଶ୍ୱର : ରାଇସ୍‌ ମିଲ୍‌ ମାଲିକଙ୍କ ଦବଙ୍ଗଗିରି, ଖବର ସଂଗ୍ରହ ବେଳେ ସାମ୍ୱାଦିକଙ୍କୁ ଆକ୍ରମଣ
  • ||
  • UAEରେ ବାଜିବ ମହିଳା ଟି-ଟ୍ୱେଣ୍ଟି ୨୦୨୪ ବିଶ୍ୱକପ୍ ବିଗୁଲ, ୧୦ ଦଳ, ୨୩ ମ୍ୟାଚ୍‌, ୨ ଭେନ୍ୟୁରେ ଖେଳାଯିବ
  • ||
  • ଦକ୍ଷିଣ ପୂର୍ବ ବାଂଲାଦେଶ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟ, ୪ରେ ସୁଦ୍ଧା ଲଘୁଚାପ: ଆଇଏମ୍‌ଡି ଡିଜି
  • ||

ଆଖଣ୍ଡଳମଣି ସେବାୟତଙ୍କ ଘର ଭିତର ମାଟି ତଳୁ ବିରଳ ମୂର୍ତ୍ତି ଉଦ୍ଧାର

ଚାନ୍ଦବାଲି,୩୦/୦୯: ବାବା ଆଖଣ୍ଡଳମଣି ମନ୍ଦିର ନିକଟ ଜଣେ ସେବାୟତରବି ନାରାୟଣ ମିଶ୍ରଙ୍କ ଘର ଭିତର ମାଟି ତଳୁ ବିରଳ ମୂର୍ତ୍ତି ସହ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଉଦ୍ଧାର ହୋଇଛି । ଘଟଣାକୁ ଲୋକଲୋଚନକୁ ନଆଣି ଚପାଇ ଦେବାକୁ ଉଦ୍ୟମ ଚାଲୁଥିବା ବେଳେ ଉଦ୍ଧାର କରିଥିବା ପଣ୍ଡିତ ନରୋତ୍ତମ ମିଶ୍ର ଏନେଇ ସୂଚନା ଦେଇଛନ୍ତି ।

ସୂଚନା ମୁତାବକ, ବାବା ଆଖଣ୍ଡଳମଣି ମନ୍ଦିର ନିକଟ ସେବାୟତ ରବି ନାରାୟଣ ମିଶ୍ରଙ୍କ ଘରେ କିଛି ଦିନ ପୂର୍ବରୁ କିଛି ଅଲୌକିକ ଘଟଣା ଘଟିବାରୁ ସେ ବେଦଚାର୍ଯ୍ୟ ଭୂତତ୍ତ୍ୱ ପଣ୍ଡିତ ନରୋତ୍ତମ ମିଶ୍ରଙ୍କ ସହ ଆଲୋଚନା କରିଥିଲେ । ତାଙ୍କ ନିର୍ଦ୍ଦେଶ କ୍ରମେ ସେବାୟତଙ୍କ ଘରେ ପୂଜାପାଠ, ହୋମଜଜ୍ଞ କରଯାଇଥିଲା । ଘର ଭିତରେ ୬ଫୁଟ ଲମ୍ବ ଓ ୬ଫୁଟ ଓସାର ବିଶିଷ୍ଟ ୧୫ଫୁଟ ଗଭୀରର ଏକ ଗର୍ତ୍ତ ଖୋଳିବା ପରେ ଏକ ପିତଳ ହେଣ୍ଡା ଭିତରୁ ବିଭିନ୍ନ ପ୍ରକାର ସ୍ୱର୍ଣ୍ଣ ଅଳଙ୍କାର ସହ ଶିବ, ପାର୍ବତୀ, ଗଣେଷ, କାର୍ତ୍ତିକ, ବୃଷଭ ଆଦି ବିରଳ ପ୍ରଜାତିର ମୂର୍ତ୍ତି ଉଦ୍ଧାର କରାଯାଇଛି । ପଣ୍ଡିତ ନରୋତ୍ତମ ମିଶ୍ର ଉଦ୍ଧାର ହୋଇଥିବା ସମସ୍ତ ଅଳଙ୍କାର ଓ ମୂର୍ତ୍ତି ସୁନା ବୋଲି ଦାବି କରିବା ସହ ଏହା ବାବା ଆଖଣ୍ଡଳମଣିଙ୍କ ସମ୍ପତ୍ତି ହୋଇପାରେ ବୋଲି  ଅନୁମାନ କରିଛନ୍ତି ।

ଅନ୍ୟ ପକ୍ଷରେ ସେବାୟତ ଜଣକ ଅଳଙ୍କାର କଥା ଅସ୍ବୀକାର କରିବା ସହ ମୂର୍ତ୍ତି ଗୁଡ଼ିକ ପିତଳ ଧାତୁରେ ଗଢ଼ା ବୋଲି କହି ଗୋପନ ରଖିବାକୁ ଚାହୁଁଛନ୍ତି । ପ୍ରଶାସନ ଏଥିରେ ହସ୍ତକ୍ଷେପ କଲେ ପ୍ରକୃତ ସତ ପଦାକୁ ଆସିବ ବୋଲି ସାଧାରଣରେ ଆଲୋଚନା ହେଉଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.