ମେଷ : ଦ୍ୱିତୀୟ ଚନ୍ଦ୍ର ଏବଂ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ସମ୍ପତ୍ତି ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ । ଆୟପ୍ରତି ଅନାଗ୍ରହ ଏବଂ ସଞ୍ଚୟ ପ୍ରତିମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଧନର ସତ୍ବିନିଯୋଗ କରିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ଗେରୁଆ, ସଂଖ୍ୟା : ୮, ଆରାଧନା : ପ୍ରଭୁସ୍କନ୍ଦ ।
ବୃଷ : ଶ୍ରୀଚନ୍ଦ୍ର, ବୁଧବାର ଏବଂ ସକାଳ ୮ଟା ୫୦ ମିନିଟ୍ ପରେ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ଆମୋଦ ପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ ଗାୟତ୍ରୀ ।
ମିଥୁନ : ଦ୍ୱାଦଶଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାର ଅଧିକ ରହିବ । ଅପବ୍ୟୟ, ଅପବାଦ ଓ ଅପଯଶର ଶିକାର ହେବେ ଏବଂ ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।
କର୍କଟ : ଏକାଦଶ ଚନ୍ଦ୍ର ଏବଂ ରବିଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆୟର ନୂତନମାର୍ଗ ଖୋଲିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ନୂତନ ବ୍ୟବସାୟ ଆରମ୍ଭ, କର୍ମାରମ୍ଭ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୫, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : ଦଶମଚନ୍ଦ୍ର ଏବଂ ରବିଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ, ବିଦ୍ୟାରମ୍ଭ, ଗୃହାରମ୍ଭ, ଗୃହ ପ୍ରବେଶ ଓ ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା କୌଣସି ଶୁଭକର୍ମରେ ଯୋଗ ଦେଇ ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟମଧ୍ୟମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ମାତଙ୍ଗୀ।
କନ୍ୟା : ନବମ ଚନ୍ଦ୍ର, ବୁଧବାର ଯୋଗୁ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ଚିତ୍ରାକନ୍ୟା, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।
ତୁଳା : ଅଷ୍ଟମ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ବିଶାଖା ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୬, ଆରାଧନା : ପ୍ରଭୁଶ୍ରୀରାମ ।
ବିଛା : ଘାତଚନ୍ଦ୍ର ଯୋଗୁ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ ମନ ବିଷାଦଗ୍ରସ୍ତ ରହିବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଦାମ୍ପତ୍ୟ ଜୀବନରେ କଳହ କିମ୍ବା ସହଧର୍ମିଣୀଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେଇପାରେ । ପରିଚିତ ମହିଳାଙ୍କ ସହ ବିବାଦ କିମ୍ବା ତାଙ୍କ ଠାରୁ ଅପମାନ ପାଇପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ କିମ୍ବା ମହିଳାଙ୍କ ଯୋଗୁ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁ ମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା :୧୧, ଆରାଧନା : ମା’ ଚଣ୍ଡୀ ।
ଧନୁ : ଷଷ୍ଠଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ମା’ ତାରା ।
ମକର : ପଞ୍ଚମ ଚନ୍ଦ୍ର, ବୁଧବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ନୂତନ କର୍ମାରମ୍ଭ, ବିଦ୍ୟାରମ୍ଭ, ଗୃହପ୍ରତିଷ୍ଠା ଓ ଭୂମିପୂଜା ଆଦିଶୁଭ କର୍ମର ଆୟୋଜନ କରିବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ସନ୍ତାନ ମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ଯେଉଁ ମାନଙ୍କର ଉତ୍ତରା ଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।
କୁମ୍ଭ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଯାନ ବାହନ ଆରୋହଣ, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ପଦସ୍ଥ ଅଧିକାରୀଙ୍କ ସହ କଥାବାର୍ତ୍ତା ବେଳେ ସତର୍କ ହେବେ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଓ ପଡ଼ୋଶୀଙ୍କ ସହ ତିକ୍ତତା ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ପୂର୍ବ ଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ ।ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ବିମଳା ।
ମୀନ : ତୃତୀୟ ଚନ୍ଦ୍ର ଏବଂ ରବି ଚନ୍ଦ୍ର ଉଭୟଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ଆଜି ଯେକୌଣସି କର୍ମ କରିବେ,ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କର୍ମତତ୍ପରତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଭାଇଭଉଣୀଙ୍କ ସହଯୋଗରେ ଉନ୍ନତିମୂଳକ କର୍ମରେ ଅଗ୍ରସର ହେବେ ଏବଂ ମନରେ ଦୃଢ଼ଇଚ୍ଛାଶକ୍ତି ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ମା’ ଧୂମାବତୀ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
୯୪୩୭୧୩୩୪୭୩