ପ୍ରମୂଖ ଖବର
  • ବୃକ୍ଷରୋପଣରେ ମହାଦୁର୍ନୀତି କରି ଲରମ୍ଭା ସେକ୍ସନ ଫରେଷ୍ଟର ପ୍ରିୟବ୍ରତ ନାଏକ ନିଲମ୍ବିତ
  • ||
  • ଫୁଲବାଣୀ : ବିବାହିତା ମହିଳାଙ୍କ ଝୁଲନ୍ତା ଶବ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ଫୁଲବାଣୀ : ବେକରେ ଗାମୁଛା ଦେଇ ୮୩ ବର୍ଷୀୟ ବୃଦ୍ଧଙ୍କ ଆତ୍ମହତ୍ୟା
  • ||
  • ସମ୍ବଲପୁର ରେଜିଷ୍ଟ୍ରି ଅଫିସ୍‌ରେ ଅଚାନକ ପହଞ୍ଚିଲେ ରାଜସ୍ବ ମନ୍ତ୍ରୀ, ଅଧିକାରୀଙ୍କୁ କଲେ ତାଗିଦ୍
  • ||
  • ଭଦ୍ରକ : ଓଲଗରେ ପାଞ୍ଚଶହ ବର୍ଷର ପୁରାତନ ପରମ୍ପରା ଲାଖବିନ୍ଧା ଅନୁଷ୍ଠିତ, ଶହଶହ ଲୋକଙ୍କ ଭିଡ଼
  • ||
  • ଭୋଗରାଇ : ୬ ଦଫା ଦାବି ନେଇ ଲକ୍ଷ୍ମୀ ବସ୍ ଡ୍ରାଇଭରଙ୍କ ଆନ୍ଦୋଳନ, ବସ୍ ଚଳାଚଳ ଠପ
  • ||
  • ଉଦଳା : ସିସିଟିଭିରେ ଶାଢ଼ୀ ଢାଙ୍କି ଲୁଟ୍‌, ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ବିଣିକା : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍‌, ୨ ମୃତ
  • ||
  • ଭୁବନେଶ୍ୱରରେ ଭସାଣି ପାଇଁ ଟ୍ରାଫିକ କଟକଣା, ବାଣୀବିହାରରୁ ରାଜମହଲ ପର୍ଯ୍ୟନ୍ତ ରାସ୍ତା ସିଲ୍‌
  • ||
  • ଚୌଦ୍ୱାର : ସିରିଜ୍ ଚୋରି ଘଟଣାର ପର୍ଦ୍ଦାଫାସ, ୩ ଗିରଫ
  • ||
  • ସାଲେପୁର : କେନାଲରେ ବୁଡି ବୃଦ୍ଧ ମୃତ, ପୋଲିସର ତଦନ୍ତ ଜାରି
  • ||
  • ସରିଲା ଦୁର୍ଗାପୂଜା; ଆଜି ମା' ନେବେ ମାଲାଣି, ଭସାଣି ପାଇଁ ପ୍ରଶାସନର ବ୍ୟାପକ ପ୍ରସ୍ତୁତି
  • ||
  • କଟକରେ ଭସାଣି ଉପଲକ୍ଷେ ଟ୍ରାଫିକ କଟକଣା ଲାଗୁ, ପ୍ରେସ୍ ରିଲିଜ ଜରିଆରେ ସୂଚନା
  • ||
  • କାମାକ୍ଷାନଗର : ଡିଭାଇଡରରେ ପିଟିହୋଇ ଓଲଟିଲା ଗାଡି; ଜଣେ ଗୁରୁତର, ୩ଆହତ
  • ||

ପରଲୋକରେ ରତନ ଟାଟା, ୮୬ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଃଶ୍ୱାସ; ଶୋକରେ ବୁଡିଲା ଦେଶ

ମୁୁମ୍ବାଇ: ଦେଶର ବିଶିଷ୍ଟ ଉଦ୍ୟୋଗପତି ତଥା ଟାଟା ସନ୍ସର ପୂର୍ବତନ ଚେୟାରମ୍ୟାନ ରତନ ଟାଟାଙ୍କ ବିୟୋଗ । ୮୬ ବର୍ଷ ବୟସରେ ଇହଲୀଳା ସମ୍ବରଣ କରିଛନ୍ତି ରତନ ଟାଟା । ଏ ନେଇ ଟାଟା ଗ୍ରୁପ ପକ୍ଷରୁ ଆନୁଷ୍ଠାନିକ ଭାବେ ସୂଚନା ଦିଆଯାଇଛି । ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ପରଲୋକରେ ଭାରତର ଉଦ୍ୟୋଗଜଗତରେ ଅପୂରଣୀୟ କ୍ଷତି ଘଟିଛି । ପଦ୍ମବିଭୂଷଣ ରତନ ଟାଟାଙ୍କ ବିୟୋଗରେ ସମଗ୍ର ଦେଶରେ ଶୋକର ଛାୟା ଖେଳି ଯାଇଛି । ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ପରଲୋକରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଏବଂ ତାଙ୍କ ଅମରଆତ୍ମାର ସଦଗତି କାମନା କରିଛନ୍ତି । 

ବୁଧବାର ଖ୍ୟାତାନାମା ଉଦ୍ୟୋଗପତି ରତନ ଟାଟାଙ୍କ ସ୍ଵାସ୍ଥ୍ୟବସ୍ଥା ଗୁରୁତର ହେବା ପରେ ତାଙ୍କୁ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । । ତାଙ୍କ ସ୍ଵାସ୍ଥ୍ୟବସ୍ଥା ଉପରେ ଡାକ୍ତରୀ ଦଳ ଲଗାତାର ନଜର ରଖିଥିଲେ। କିନ୍ତୁ ମଧ୍ୟରାତ୍ରି ସମୟରେ ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ବିୟୋଗ ନେଇ ଖବର ଆସିଲା । 

ଏହା ପୂର୍ବରୁ ଗତ ସୋମବାର ରତନ ଟାଟାଙ୍କ ସ୍ଵାସ୍ଥ୍ୟବସ୍ଥା ବିଗିଡ଼ିଥିବା ଖବର ଆସିଥିଲା। ତାଙ୍କୁ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେତେବେଳେ ଏହି ଖବରକୁ ଗୁଜବ କହି ଖଣ୍ଡନ କରିଥିଲେ ଖୋଦ୍ ରତନ ଟାଟା। ତାଙ୍କ ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ଲେଖିଥିଲେ, ଏହି ଖବର ଭିତ୍ତିହୀନ ଏବଂ ଏଥିରେ କୌଣସି ସତ୍ୟତା ନାହିଁ। ବାର୍ଦ୍ଧକ୍ୟଜନିତ ରୋଗ କାରଣରୁ ମୁଁ ନିୟମିତ ସ୍ଵାସ୍ଥ୍ୟ ଯାଞ୍ଚ ପାଇଁ ମେଡିକାଲ୍ ଆସିଛି। ଚିନ୍ତାର କୌଣସି ବିଷୟ ନାହିଁ। ମୁଁ ସୁସ୍ଥ ଅଛି।‘ କିନ୍ତୁ ଆଜି ଆମ ଗହଣରେ ଆଉ ନାହାନ୍ତି ବିଶିଷ୍ଟ ଶିଳ୍ପପତି, ହୃଦୟବାନ ବ୍ୟକ୍ତିତ୍ୱ ଏବଂ ଜଣେ ପରୋପକାରୀ ମଣିଷ ରତନ ଟାଟା ।  

ସୂଚନାଯୋଗ୍ୟ, ରତନ ଟାଟା ୨୧ ବର୍ଷ ବୟସରେ ୧୯୯୧ରେ ଅଟୋଠୁ ନେଇ ଇସ୍ପାତ ପର୍ୟ୍ୟକନ୍ତ କାରବାର ସହ ଜଡ଼ିତ ଟାଟା ଗ୍ରୁପର ଅଧ୍ୟକ୍ଷ ହୋଇଥିଲେ। ଚେୟାରମ୍ୟାନ ହେବା ପରେ ସେ ଟାଟା ଗ୍ରୁପକୁ ଏକ ନୂତନ ଶିଖରରେ ପହଞ୍ଚାଇଥିଲେ। ସେ ୨୦୧୨ ମସିହା ପର୍ୟ୍ୟଇନ୍ତ କମ୍ପାନିର ନେତୃତ୍ଵ ନେଇଥିଲେ। ୨୦୦୮ରେ ରତନ ଟାଟାଙ୍କୁ ସରକାରଙ୍କ ଦ୍ଵାରା ଦେଶର ଦ୍ଵିତୀୟ ସର୍ବୋଚ୍ଚ ନାଗରିକ ସମ୍ମାନ ପଦ୍ମ ବିଭୂଷଣରେ ସମ୍ମାନିତ କରାଯାଇଥିଲା।





News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.