ପ୍ରମୂଖ ଖବର
  • ନାଗପୁର-ମୁମ୍ବାଇ ଏକ୍ସପ୍ରେସୱେରେ ଭୟଙ୍କର ସଡ଼କ ଦୁର୍ଘଟଣା, ୭ ମୃତ, ୩ ଗୁରୁତର...
  • ||
  • ପୁଣି ବଢିଲା କେଜ୍ରିଓ୍ବାଲଙ୍କ ଅଡୁଆ, ୧୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଇଲେ ସିବିଆଇ ସ୍ବତନ୍ତ୍ର କୋର୍ଟ...
  • ||
  • ନିଅଣ୍ଟିଆ ସ୍ଥିତିରେ ହୀରାକୁଦ ଜଳସ୍ତର, ଗତବର୍ଷଠାରୁ ୭ ଫୁଟ୍‌ ପାଣି କମ୍‌
  • ||
  • ୟୁଜିସି ନେଟ୍‌ ତାରିଖ ଘୋଷଣା କଲା ଏନ୍‌ଟିଏ, ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ମଧ୍ୟରେ ପରୀକ୍ଷା
  • ||
  • ଅମରନାଥ ଯାତ୍ରା ଆରମ୍ଭ, ଅଗଷ୍ଟ ୧୯ ଯାଏ ଚାଲିବ, ପ୍ରଥମେ ଗଲେ ୪ ହଜାରରୁ ଅଧିକ ଯାତ୍ରୀ
  • ||
  • ବାରବାଡୋସ୍‌ରେ ଭାରତ-ଦକ୍ଷିଣ ଆଫ୍ରିକା ଫାଇନାଲ୍‌ ଫାଇଟ୍,ସଫଳ ହେବ ୧୭ ବର୍ଷର ଅପେକ୍ଷା
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ମହାପ୍ରଭୁଙ୍କ ରଥଯାତ୍ରା : ଚଳିତ ବର୍ଷ ଅପରାହ୍ନ ୫ଟାରେ ହେବ ରଥଟଣା

ପୁରୀ, ୨୪।୬ : ଜୁଲାଇ ୭ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ତେବେ ଚଳିତ ବର୍ଷ ରଥଯାତ୍ରା ଦିନ  ଅପରାହ୍ନ ୫ଟାରେ ହେବ ରଥଟଣା । ୬ ତାରିଖରେ ସକାଳ ଧୂପ ସରିବା ପରେ ପଟି ଦିଅଁଙ୍କ ଠାରୁ ଆସିବ ଆଜ୍ଞାମାଳ। ଛତିଶା ନିଯୋଗ ବୈଠକ ଶେଷ ହେବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଏହି ସୂଚନା ଦେଇଛନ୍ତି। 

ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ରଥଯାତ୍ରାର‌ ନୀତି ନିର୍ଘଣ୍ଟକୁ ବୈଠକରେ ଅନୁମୋଦନ କରାଯାଇଛି। ଚଳିତ ବର୍ଷ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଥିବାରୁ ୧୯୭୧ ମସିହାରେ ଅନୁଷ୍ଠିତ ହୋଇଥିବା ନୀତି କାନ୍ତି ଅନୁଯାୟୀ ଚଳିତ ବର୍ଷ ରଥଯାତ୍ରା ନୀତି କାନ୍ତି ଅନୁଷ୍ଠିତ ହେବ। 

ଆସନ୍ତା ଜୁଲାଇ ୭ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ତେବେ ଏହାର ପୂର୍ବଦିନ ଅର୍ଥାତ୍ ଜୁଲାଇ ୬ ତାରିଖରେ ପଟି ଦିଅଁଙ୍କ ଠାରୁ ଆଜ୍ଞାମାଳ ବିଜେ ହୋଇ ରଥଖଳାକୁ ଆସିବ। ପରେ ତିନି ରଥକୁ ସିଂହଦ୍ଵାର ସମ୍ମୁଖକୁ ଅଣାଯିବ। ୬ତାରିଖ ମହାପ୍ରଭୁଙ୍କ ସକାଳ ଧୂପ ପରେ ରଥଖଳାକୁ ଆଜ୍ଞା ମାଳ ବିଜେ କରିବ। ସକାଳ ୭ଟା ରୁ ୮ଟା ୩୦ ମଧ୍ୟରେ ସକାଳ ଧୂପ ନୀତି ନିର୍ଘଣ୍ଟ ହୋଇଥିବା ବେଳେ ରଥ ଆଜ୍ଞାମାଳ ବିଜେ ସକାଳ ୮ଟା ୪୫ ରେ ଅନୁଷ୍ଠିତ ହେବ। ସେହିପରି ସେହି ଦିନ ସନ୍ଧ୍ୟା ଧୂପ ପରେ ଅପରାହ୍ନ ୫ଟାରେ ଧ୍ବଜା ଆଜ୍ଞାମାଳ ବିଜେ ହେବ। 

ସେହିପରି ଜୁଲାଇ ୭ରେ ରାତ୍ର ୨ଟା ରେ ମଙ୍ଗଳ ଆଳତୀ ପରେ ବିଭିନ୍ନ ନୀତି କାନ୍ତି ବଢ଼ି ସକାଳ ୭ଟା ୩୦ ରୁ ୧୨ଟା ୩୦ ମଧ୍ୟରେ ସେନାପଟା ଲାଗି ହେବ। ଦିନ ୧୧ଟା ରେ ରଥ ପ୍ରତିଷ୍ଠା, ୧ଟା ୧୦ ରେ ପହଣ୍ଡି ଆରମ୍ଭ ହୋଇ ୨ଟା ୩୦ରେ ପହଣ୍ଡି ଶେଷ ହେବ। ଏହାପରେ ଅପରାହ୍ନ ୪ଟା ରେ ଗଜପତିଙ୍କ ଦ୍ବାରା ଛେରାପହଁରା ନୀତି ଅନୁଷ୍ଠିତ ହେବା ପରେ ଅପରାହ୍ନ ୫ଟା ରେ ରଥଟଣା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ପ୍ରଶାସକ। ତେବେ ଚଳିତ ବର୍ଷ ରଥଯାତ୍ରା ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ସମସ୍ତ ନୀତି କାନ୍ତି କିଭଳି ସୁରୁଖୁରୁରେ ଓ ଶୃଙ୍ଖଳିତ ଭାବେ ହୋଇପାରିବ ସେନେଇ ସମସ୍ତଙ୍କ ସହଯୋଗ ଲୋଡିଛି ଶ୍ରୀମନ୍ଦିର ପ୍ରଶାସନ। ଆଜି ଛତିଶା ନିଯୋଗ ବୈଠକରେ ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଅଧ୍ୟକ୍ଷତା କରିଥିବା ବେଳେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସପି ପିନାକ ମିଶ୍ର, ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ ଓ ଛତିଶା ନିଯୋଗର ସେବାୟତ ପ୍ରତିନିଧି ମାନେ ଉପସ୍ଥିତ ଥିଲେ। ଆସନ୍ତାକାଲି ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହେବ ।  ରଥଯାତ୍ରା ନୀତି ନିର୍ଘଣ୍ଟ କୁ ପାରିତ କରିବ ପରିଚାଳନା କମିଟି। 

  • Ratha Yatra 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.