ପ୍ରମୂଖ ଖବର
  • ଯାଜପୁର : ଋଣ ଭାର ସହି ନପାରି ଜୀବନ ହାରିଲେ ଦମ୍ପତି, ପୋଲିସର ତଦନ୍ତ ଆରମ୍ଭ
  • ||
  • ଖଣ୍ଡଗିରି କୁମ୍ଭମେଳାରେ ଅଶ୍ଳୀଳ ନୃତ୍ୟକୁ ବିରୋଧ, ଠେଙ୍ଗା ପୂଜା କଲେ ଏକାମ୍ର ବିଧାୟକ
  • ||
  • ଲୁଟ୍‌ ଘଟଣାରେ ନିରଞ୍ଜନ ପଟ୍ଟନାୟକଙ୍କ ପ୍ରତିକ୍ରିୟା: କହିଲେ ରାତି ହେଲେ ଛାତି ଥରୁଛି
  • ||
  • ଦାରିଙ୍ଗବାଡ଼ି : ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଜଣେ ମୃତ,୨ ଗୁରୁତର
  • ||
  • ଭୁବନେଶ୍ୱର : ଷ୍ଟାର୍ ହୋଟେଲ୍ ବାହାଘରରୁ ଚୋରି, ନଗଦ ୨.୫ ଲକ୍ଷ ସହ ସବୁ ଗହଣା ନେଇଗଲେ ୨ ଲୁଟେରା
  • ||
  • ମାନସିକ ରୋଗୀ ନିର୍ଯାତନା ଘଟଣା: ‘ସମର୍ଥ’ ସମ୍ପାଦକ ହରିଶ୍ଚନ୍ଦ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ଆଣିବ ପୁଲିସ
  • ||
  • ୮ ଘଣ୍ଟିଆ ବିନିକା ବନ୍ଦ ଡାକରା, ବିନିକା ସଚେତନ ନାଗରିକ ମଞ୍ଚ ତରଫରୁ ବନ୍ଦ ପାଳନ
  • ||
  • ଧୂର୍ତ୍ତ ଯୋଡି ହଂସିତା-ଅନୀଲଙ୍କ ବଢ଼ିଲା ଅଡୁଆ, ଆଜି ଜେଲ୍‌ରେ ଜେରା କରିବ ଆୟକର ବିଭାଗ
  • ||
  • ଭୁବନେଶ୍ୱର : ରେଣ୍ଟାଲ୍ କଲୋନୀରେ ଜଳିଗଲା କାର୍‌, କାରଣ ଅସ୍ପଷ୍ଟ
  • ||
  • କୋଣାର୍କରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୩ ଉଠା ଦୋକାନ
  • ||
  • ଫେବ୍ରୁଆରୀ ଆରମ୍ଭରୁ ଅସମ୍ଭାଳ ତାତି: ପ୍ରଥମ ଥର ୩୬ ଡିଗ୍ରୀ ପାର୍ କଲା ପାରଦ, ୫ ସହର ୩୫ ଡିଗ୍ରୀ ଉପରେ
  • ||
  • ଜଳେଶ୍ୱର : କଣ୍ଟେନରକୁ ଧକ୍କାଦେଲା କଣ୍ଟେନର, ଡ୍ରାଇଭର ଗୁରୁତର
  • ||

ଆଜି ହେବ ରଥ କାଠ ପୂଜାର୍ଚ୍ଚନା, ମା' ସରସ୍ଵତୀଙ୍କ ନିକଟରେ ସ୍ଵତନ୍ତ୍ର ପୂଜା କରିବେ ଶ୍ରୋତୀୟ ବ୍ରାହ୍ମଣ

Published By : Harapriya Sethi | February 2, 2025 7:32 AM

ପୁରୀ,୦୨/୦୨: ଆଜି ପବିତ୍ର ଶ୍ରୀପଞ୍ଚମୀ। ଆଗାମୀ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜିର ତିଥିରେ ରଥ କାଠ ପୂଜାର୍ଚ୍ଚନା କରାଯିବ। ଏଥିପାଇଁ ନୟାଗଡ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ବାର ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଖାଯାଇ ଆଜି ସନ୍ଧ୍ୟାରେ ପୂଜାପାଠ କରାଯିବ। ପରମ୍ପରା ଅନୁସାରେ ରାଜପୁରୋହିତ ଓ ଶ୍ରୋତ୍ରୀୟ ବ୍ରାହ୍ମଣଙ୍କ ଦ୍ୱାରା ମା ସରସ୍ବତୀଙ୍କ ନିକଟରେ ସ୍ବତନ୍ତ୍ର ପୂଜା କରାଯିବା ପରେ ରଥଖଳାରେ ତିନିଖଣ୍ଡ ଧଉରା କାଠକୁ ରାଜଗୁରୁ ଓ ବ୍ରାହ୍ମଣ ମାନେ ବନ୍ଦାପନା ସହିତ ପୂଜା କରିବେ।

ଆଜି ପବିତ୍ର ବସନ୍ତ ପଞ୍ଚମୀ, ବିରାଜିଲେ ମା' ବାଗଦେବୀ

ଚଳିତବର୍ଷ ରଥଯାତ୍ରା କିଭଳି ଶାନ୍ତି ଶୃଙ୍ଖଳାର ସହିତ ସମାପନ ହେବ, ସେନେଇ ଶ୍ରୀଜୀଉଙ୍କ ନିକଟରେ ପ୍ରାର୍ଥନା କରାଯିବ। ସେହିପରି ଆସନ୍ତା ରାମନବମୀ ତିଥିରେ ରଥ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବାର ବିଧି ରହିଛି । ରଥ ନିର୍ମାଣ ପାଇଁ ମୋଟ ୮୬୫ ଖଣ୍ଡ କାଠର ଆବଶ୍ୟକତା ଥିବାବେଳେ ପୂର୍ବ ବର୍ଷରୁ ଶ୍ରୀମନ୍ଦିର ପ୍ରଶାସନ ପାଖରେ ୫୧ ଖଣ୍ଡ କାଠ ଅଛି । ଅବଶିଷ୍ଟ ୮୧୪ ଖଣ୍ଡ ପର୍ଯ୍ୟାୟ କ୍ରମେ ଅଣାଯିବାକୁ ଥିବାବେଳେ ଜାନୁଆରୀ ୨୮ ତାରିଖ ସନ୍ଧ୍ୟାରେ ତିନୋଟି ଟ୍ରକରେ ୧୦୧ ଖଣ୍ଡ ଧଉରା ଓ ଅସନ କାଠ ପୁରୀରେ ଆସି ପହଞ୍ଚିଛି । ସେଥିମଧ୍ୟରୁ ତିନୋଟି ୧୨ ଫୁଟିଆ ଧଉରା କାଠକୁ ଆଜି ପୂଜାର୍ଚ୍ଚନା କରାଯିବ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.