ପ୍ରମୂଖ ଖବର
  • କଟକ : ଶୈଳବାଳା ମହିଳା ମହାବିଦ୍ୟାଳୟରେ ଅଘଟଣ , ନିର୍ମାଣାଧୀନ କୋଠାରୁ ପଡି ଶ୍ରମିକ ମୃତ
  • ||
  • କଟକ : ମାହାଙ୍ଗା ବ୍ଲକ ଖନ୍ଦୋଳ ଗ୍ରାମରେ ବନ୍ଦ ଘରୁ ପ୍ରେମୀଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ବେଙ୍ଗାଲୁରୁ ଦଳାଚକଟା ଘଟଣା; KSCA ସମ୍ପାଦକ ଏ. ଶଙ୍କର ଓ କୋଷାଧ୍ୟକ୍ଷ ଏଇ ଜୟରାମଙ୍କ ଇସ୍ତଫା
  • ||
  • ମିଠି ନଦୀ ଦୁର୍ନୀତି ମାମଲା: ଅଭିନେତା ଡିନୋ ମୋରିଆଙ୍କୁ ଇଡି ସମନ୍
  • ||
  • ସରଣ୍ଡା ଜଙ୍ଗଲରୁ ୧ କୁଇଣ୍ଟାଲ ବିସ୍ଫୋରକ ଜବତ, ସର୍ଚ୍ଚ ଅପରେସନ୍‌ ଜାରି
  • ||
  • ଫୁଲବାଣୀ : ଫୁଲବାଣୀ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଚଳିତ ଶିକ୍ଷା ବର୍ଷରୁ ଆରମ୍ଭ ହେବ ପାଠପଢା
  • ||
  • French Open 2025: 'ବୋଧ ହୁଏ ଏହା ମୋର ଶେଷ ମ୍ୟାଚ ଥିଲା', ଫ୍ରେଞ୍ଚ ଓପନ୍ ହାରିବା ପରେ ଅବସର ନେଲେ କି ନୋଭାକ ?
  • ||
  • ଭଦ୍ରକ : ଜାତିଆଣ ବିବାଦରୁ କଙ୍ଗାରୁ କୋର୍ଟ, ଗାଁରୁ ନିଆଁପାଣି ବନ୍ଦ ଚିନ୍ତାରେ ଚାଲିଗଲା ଜୀବନ !
  • ||
  • ବରଗଡ଼ ପଞ୍ଚାୟତ କଲେଜ ପଛପଟୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଚାନ୍ଦବାଲି : ରୋଗୀଙ୍କ ମୁହଁରୁ ଅକ୍ସିଜେନ କାଢିନେବାରୁ ମୃତ୍ୟୁ ଅଭିଯୋଗ, ଚାନ୍ଦବାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା
  • ||
  • ଶନିବାର ମୁଖ୍ୟମନ୍ତ୍ରୀଙ୍କ ଫୁଲବାଣୀ ଗସ୍ତ : ୪୨ ପ୍ରକଳ୍ପର ଉଦ୍‌ଘାଟନ ସହ ୬୫ ନୂଆ ପ୍ରକଳ୍ପର କରିବେ ଶିଳାନ୍ୟାସ
  • ||
  • 'ଅପରେସନ୍ ସିନ୍ଦୂର ପାକ୍ ସହ ଡିଲ ଥିଲା'; ଟିଏମ୍‌ସି ବିଧାୟକଙ୍କ ବୟାନକୁ ନେଇ ବିବାଦ, ଦୂରରେ ରହିଲା ଦଳ
  • ||
  • ଯୋଗେଶ ଗୌଡ଼ା ହତ୍ୟା ମାମଲା; କଂଗ୍ରେସ ବିଧାୟକ ବିନୟ କୁଲକର୍ଣ୍ଣିଙ୍କୁ ସୁପ୍ରିମ ଝଟକା, ଜାମିନ ଆବେଦନ ଖାରଜ
  • ||
  • କଟକ : ରାସ୍ତାରେ ପଡ଼ିଛି ମାନସିକ ବିକାରଗ୍ରସ୍ତ ମହିଳାଙ୍କ ମୃତଦେହ, ଅଜଣା ଗାଡ଼ି ଧକ୍କା ଦେଇଥିବା ସନ୍ଦେହ
  • ||
  • ଇଂଲଣ୍ଡରେ କେଏଲ ରାହୁଲଙ୍କ ବିସ୍ଫୋରକ ଶତକ, ଭାରତ ଏ'- ୩୧୯/୭
  • ||
  • କଟକ : ହୋଟେଲ ଭିତରକୁ ମାଡିଗଲା ଟ୍ରେଲର, ଜଣେ ମୃତ
  • ||
  • ଦେବଗଡ଼ : ଅଜଣା ଗାଡ଼ି ଧକ୍କାରେ ଚାଷୀ ସହ ବଳଦ ମୃତ
  • ||
  • ଆହୁରି ୫ ଦିନ ଅସହ୍ୟ ଗୁଳୁଗୁଳି, ଉପକୂଳବର୍ତ୍ତୀ ୧୧ ଜିଲ୍ଲାରେ କଲବଲ କରିବ ତାତି, ୧୦ ଯାଏ ନିସ୍ତାର ନାହିଁ
  • ||

ରଥ ଖଳା ହାଲ୍‌ଚାଲ୍‌... ତିନି ରଥରେ ଉଠିଲା ଚାରିନାହାକା, ତୃତୀୟ ହରିବୋଲ ପକାଇଲେ ଭୋଇ ସେବାୟତ

Published By : Prameya | June 7, 2025 11:43 AM

ପୁରୀ ୦୭/୦୬: ବଡ଼ଦାଣ୍ଡରେ ଚଳଚଞ୍ଚଳ ରଥ ଖଳା। ଜୋର୍‌ସୋର ଆଗେଇ ଚାଲିଛି ବିଶ୍ବ ନିଅନ୍ତାଙ୍କ ରଥ ନିର୍ମାଣ। ସ୍ନାନ ପୂର୍ଣ୍ଣିମା ୪ ଦିନ ପୂର୍ବରୁ ଉଠିଲା ଚାରିନାହାକ। ମୁଖ୍ୟ ବିଶ୍ବକର୍ମାଙ୍କ ନିର୍ଦ୍ଦେଶ କ୍ରମେ ଭୋଇ ସେବାୟତମାନେ ତିନି ରଥର ଚାରିନାହାକ ଉପରକୁ ଉଠାଇଛନ୍ତି। ଏହା ପରେ ପରମ୍ପରା ଅନୁଯାୟୀ ରଥ ଉପରେ ରହି ତୃତୀୟ ହରି ବୋଲ ପକାଇଛନ୍ତି। ପରେ ରଥର ଉପରି ଅଂଶ କାମ ଆରମ୍ଭ ହେବ ବୋଲି ଜଣାପଡିଛି।  

ଆଜି ସକାଳୁ ତିନି ରଥର ପାଞ୍ଚ ଦଣ୍ଡା ଉଭୟ ପାର୍ଶ୍ଵରେ ଗୋଟିଏ ଗୋଟିଏ ପୋଲ ଗୟଳ ଆଗ ଏବଂ ପଛ ନିରାଡି ସହ ସଂଯୁକ୍ତ ହୋଇ ମୋଡ଼ାଯାଇଥିଲ। ପୋଲ ଗୟଳକୁ ମୁଣ୍ଡାଇ ରଖିବା ପାଇଁ ସାତ ଗୋଟି ଟାଣ ବା ଖମ୍ବି ଉଭୟ ପାର୍ଶ୍ଵ ଦଣ୍ଡାରେ ବିନ୍ଧ କରାଯାଇ ସେଟିଂ କରାଯାଇଛି। ତିନିରଥ ଚାରି ନାହାକା ଉଠିବା ସହଜ ହେବାପାଇଁ  ଭୋଇ ସେବକ ମାନେ ପୋଲା ଗୟଳ ଉପରେ ଭାରା ବାନ୍ଧି ଫାଳୀ ବଟନ କାଠ ପକାଇଥିଲେ। ପରେ ଆଜି ତିନି ରଥ ଚାରିନାହାକା ଉପରକୁ ଉଠାଯାଇଥିଲା।

ତିନି ରଥର ଗାରେଡ଼ି ଏବଂ ଅଁଳା ନିର୍ମାଣ ପାଇଁ ରଥ ଅମୀନ ତିନି ରଥ ଚାଳିକୁ ୪ ଗୋଟି ଲେଖାଏଁ  ୬ ଫୁଟ ଲମ୍ବ କାଠ ଭୋଇ ସେବକଙ୍କ ସହାୟତାରେ ଯୋଗାଇଥିଲେ। ଯାହାକି ତିନିରଥ ମହାରଣା ସେବକ ମାନେ ତାର ଚଉପଟ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଁଚିଛି। ତିନିରଥର ଶେଷ ଦୁଇଟି ଲେଖାଏଁ ଗୟଳ ର ଚଉପଟ କାର୍ଯ୍ୟ ତିନିରଥ ର ମହାରଣା ସେବକ ମାନେ ଶେଷ କରିଛନ୍ତି।

ସେପଟେ ରୂପକାର ସେବକ ମାନେ ତିନିରଥର ନାଟ ଗୋଡ଼ରେ ରହୁରୁପ ବା ଗନ୍ଧର୍ବ ରୂପ ଖୋଦେଇ ଜାରି ରଖିଛନ୍ତି। ଦୋଳବେଦୀ ଅସ୍ଥାୟୀ କମାର ଶାଳରେ ଓଝା ସେବକମାନେ ପୋଟଳ ପାଇଁ ଗୋଡ଼ି ଛାଲ କଣ୍ଟା ଏବଂ ଗୟଳ ପାଇଁ ତାଗ କଣ୍ଟା ନିର୍ମାଣ ଜାରି ରଖିଛନ୍ତି।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.