ପ୍ରମୂଖ ଖବର
  • ସୁଭଦ୍ରା ଯୋଜନା ପ୍ରଥମ ପର୍ଯ୍ୟାୟ ଦ୍ବିତୀୟ କିସ୍ତି ତାରିଖ ଘୋଷଣା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
  • ||
  • ବୈପାରୀଗୁଡା : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା କନିଷ୍ଠ ଯନ୍ତ୍ରୀ, ୫ ହଜାର ଟଙ୍କା ଜବତ
  • ||
  • ଯାଜପୁର : ସଡ଼କ ଦୁର୍ଘଟଣାରେ ଛାତ୍ର ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ବାଲିପାଟଣା : ଠିକାଦାର ଲାଇସେନ୍ସ ପାଇଁ ପଦ ହରାଇଲେ ସରପଞ୍ଚ, ବହିଷ୍କାର କଲେ ଖୋର୍ଦ୍ଧା ଜିଲ୍ଲାପାଳ
  • ||
  • ଓଡ଼ିଶାରେ କମିବ ରେଳ ଦୁର୍ଘଟଣା: ରେଳ ରାସ୍ତାରେ ଲାଗିବ କବଚ ସୁରକ୍ଷା ପ୍ରଣାଳୀ,ଟେଣ୍ଡର ପ୍ରକ୍ରିୟା ଆରମ୍ଭ
  • ||
  • ଲମତାପୁଟ : ସିକ୍ରେଟ ଚାମ୍ବରରେ ଗଞ୍ଜେଇ ଚାଲାଣ,୯୦ କେଜି ଗଞ୍ଜେଇ ଜବତ
  • ||
  • ଶ୍ରୀମନ୍ଦିରରେ ଅବଢ଼ାର ହେବ ମାନ ପରୀକ୍ଷଣ, ନିଯୁକ୍ତ ହେବେ ଫୁଡ଼ ଇନ୍ସପେକ୍ଟର
  • ||
  • ପୁଣି ମ୍ୟାଜିକ ନମ୍ୱର ଛୁଇଁଲା ହୀରାକୁଦ ଜଳଭଣ୍ଡାର, ୭ ଗେଟ୍‌ ଦେଇ ଜଳ ନିଷ୍କାସିତ
  • ||
  • ଆନନ୍ଦପୁର : ଅଟୋ ଧକ୍କାରେ ସ୍କୁଲ ଛାତ୍ରୀ ଗୁରୁତର, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଜଗତସିଂହପୁର : ଆଜି ଠାରୁ ସିରିଞ୍ଜ ଛାଡ଼ ଆନ୍ଦୋଳନ, ଓଡିଶା ନର୍ସିଂ ଆସୋସିଏସନ ଜଗତସିଂହପୁର ଶାଖାର ୧୦ ଦଫା ଦାବି
  • ||
  • ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ, ଓଡ଼ିଶା ସମେତ ୯ ରାଜ୍ୟକୁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି
  • ||
  • ବୁଡ଼ିଲା ପଞ୍ଚଲିଙ୍ଗେଶ୍ୱର ଶୈବପୀଠ; ପୂଜା ମଣ୍ଡପ ଉପରେ ଆଣ୍ଠୁଏ ଉପରେ ଝରପାଣି, ଭକ୍ତଙ୍କୁ ଦର୍ଶନ ମନା
  • ||
  • ବେତନଟୀ : କପିଳାସ ଜଙ୍ଗଲକୁ ପଠାଗଲା ନରହନ୍ତା ଦନ୍ତା, ୮ଘଣ୍ଟାର ଅପରେସନ ପରେ ହୋଇଥିଲା ଟ୍ରାଙ୍କୁଲାଇଜ୍‌
  • ||
  • ଚାନ୍ଦବାଲି : ଧରାପଡ଼ିଲେ ବାଇକ୍ ଲୁଟେରା;୨ ଗିରଫ, ଜଣେ ଫେରାର
  • ||
  • ୨୦୨୬ ମାଟ୍ରିକ୍‌ ପରୀକ୍ଷା ପଞ୍ଜୀକରଣ, ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ
  • ||
  • କମୁନି ଦାଦନ ଦୁଃଖ, ସୁରଟରେ ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ବୌଦ୍ଧ ଯୁବକ
  • ||
  • ସାଂଘାତିକ ହେବ ରୋଗୀସେବା: ଆଜିଠୁ ନର୍ସିଂ ଅଫିସରଙ୍କ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ, ୩୦ ଜିଲ୍ଲା ହସ୍ପିଟାଲରେ ରୋଗୀସେବା ବାଧାପ୍ରାପ୍ତ
  • ||
  • ଜଳେଶ୍ବର : ବିପଦ ସଙ୍କେତ ତଳେ ଜଳକା ନଦୀର ଜଳସ୍ତର, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା
  • ||
  • ଶୁକ୍ରବାରଠୁ କମିବ ବର୍ଷା ପରିମାଣ, ଉତ୍ତର ଓଡ଼ିଶାର କାଁ ଭାଁ କିଛି ସ୍ଥାନରେ ବର୍ଷିବ: ୬ରେ ପୁଣି ଲଘୁଚାପ ସମ୍ଭାବନା
  • ||

ସ୍କୁଲ ଆସୁ ନଥିବା ଶିକ୍ଷାର୍ଥୀଙ୍କ ଘରେ ପହଞ୍ଚିବ ରାସନ୍‌ ସାମଗ୍ରୀ, ଅକ୍ଟୋବର ୯ ସୁଦ୍ଧା ଚିହ୍ନଟ କରି ବଣ୍ଟନ ହେବ

ଭୁବନେଶ୍ୱର,୨୭/୦୯: ଶାରୀରିକ ଅକ୍ଷମ କିମ୍ବା ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ  ସ୍କୁଲକୁ ଆସିପାରୁ ନଥିବା ବିଦ୍ୟାର୍ଥୀଙ୍କୁ ଚିହ୍ନଟ କରି ସେମାନଙ୍କ ଘରେ ସବୁପ୍ରକାର  ସୁବିଧା ଯୋଗାଇ ଦିଆଯିବ । ତାଙ୍କର ପାଠପଢ଼ା ଓ ପୋଷଣରେ ଯେପରି କୌଣସି  ଅସୁବିଧା ନହୁଏ ସେଥିଲାଗି ଧ୍ୟାନ ଦିଆଯିବ । ସେମାନଙ୍କ ଘରେ ସ୍କୁଲ ପକ୍ଷରୁ ଶୁଖିଲା  ରାସନ ସମାଗ୍ରୀ ଏବଂ ପାଠ୍ୟ ଉପକରଣ ପହଞ୍ଚାଇ ଦିଆଯିବ । ଏନେଇ ବିଦ୍ୟାଳୟ  ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି କରାଯାଇଛି । 

ସୂଚନାଯୋଗ୍ୟ, ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ଯେଉଁ ଛାତ୍ରଛାତ୍ରୀ ସ୍କୁଲ ଆସିପାରୁ  ନାହାନ୍ତି ସେମାନଙ୍କୁ ରାସନ ସାମଗ୍ରୀ ଯୋଗାଇ ଦେବାକୁ ନେଇ ହାଇକୋର୍ଟରେ  ଏକ ଜନସ୍ୱାର୍ଥ ମାମଲା ରୁଜୁ ହୋଇଥିଲା । ଏହାକୁ ଆଧାର କରି କୋର୍ଟ ନିର୍ଦ୍ଦେଶ  ଦେଇଥିଲେ ଯେ ଏହି ବର୍ଗର ପିଲାଙ୍କୁ ରାସନ ସାମଗ୍ରୀ ଏବଂ ପାଠ୍ୟ ଉପକରଣ  ଘରେ ନେଇ ଯୋଗାଇ ଦିଆଯିବ । ଏହାକୁ ଆଧାର କରି ପିଏମ୍‌ ପୋଷଣର ରାଜ୍ୟ ପ୍ରକଳ୍ପ ପରିଚାଳନା ୟୁନିଟ୍‌ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଏହି ବର୍ଗର  ଶିକ୍ଷାର୍ଥୀଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଶେଷ କରି ୬ ବର୍ଷରୁ ୧୪  ବର୍ଷର ପିଲାଙ୍କୁ ଚିହ୍ନଟ କରାଯିବ । ସେମାନଙ୍କ ଘରେ ଶୁଖିଲା ରାସନ୍‌ ସାମଗ୍ରୀ,  ରୋଷେଇ ଖର୍ଚ୍ଚ ଏବଂ ପାଠ୍ୟ ସାମଗ୍ରୀ ଯୋଗାଇ ଦିଆଯିବ । ଆସନ୍ତା ୩୦ରୁ ଅକ୍ଟୋବର  ୯ ତାରିଖ ମଧ୍ୟରେ ଏହି ବର୍ଗର ଶିକ୍ଷାର୍ଥୀଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀମାନେ ବ୍ଲକ ଶିକ୍ଷା ଅଧିକାରୀଙ୍କଠୁ ଏହି ତାଲିକା ସଂଗ୍ରହ  କରିବେ । ଚିହ୍ନଟ ହୋଇଥିବା ପିଲାଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବେ । ଅକ୍ଟୋବର  ୧୯ ସୁଦ୍ଧା ଏହାର ରିପୋର୍ଟ ବିଭାଗ ପାଖରେ ଦାଖଲ କରିବାକୁ କୁହାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.