ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଜୁଲାଇ ୧୪ରେ ଖୋଲିବ ରତ୍ନଭଣ୍ଡାର ! ସରକାରଙ୍କୁ ତଦାରଖ କମିଟିର ପ୍ରସ୍ତାବ

ଭୁବନେଶ୍ଵର, ୦୯/୦୭ : ଶ୍ରୀମନ୍ଦିର ରତ୍ନଭଣ୍ଡାର ତଦାରଖ କମିଟିର ଦ୍ଵିତୀୟ ବୈଠକ ଶେଷ। ୧୪ରେ ଖୋଲିପାରେ ରତ୍ନଭଣ୍ଡାର। ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ନେଇ ତଦାରଖ କମିଟି ସରକାରଙ୍କୁ ପ୍ରସ୍ତାବ ଦେବ। ସରକାର ଅନୁମତି ଦେଲେ ରତ୍ନଭଣ୍ଡାର ଖୋଲାଯିବ। ଏନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ଵନାଥ ରଥ ସୂଚନା ଦେଇଛନ୍ତି। 


ଜଷ୍ଟିସ୍ ବିଶ୍ଵନାଥ ରଥ କହିଛନ୍ତି ଯେ, ଆଶା କରୁଛୁ ରତ୍ନଭଣ୍ଡାର ଖୋଲିବା ପାଇଁ ସରକାର ଅନୁମତି ଦେବେ। ଚାବି କାମ କରୁ ବା ନକରୁ ରତ୍ନଭଣ୍ଡାର ନିଶ୍ଚିତ ଖୋଲାଯିବ। ତେବେ ଚାବି ମିଳିବା ପ୍ରସଙ୍ଗରେ ଜଷ୍ଟିସ୍ ବିଶ୍ଵନାଥ ରଥ କହିଛନ୍ତି ଯେ, ରଥଯାତ୍ରାରେ ବ୍ୟସ୍ତ ଥିବାରୁ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଚାବି ଉପସ୍ଥାପନ କରିପାରିନାହାଁନ୍ତି। ୧୪ ତାରିଖ ସୁଦ୍ଧା ସେ ତଦାରଖ କମିଟି ଆଗରେ ଚାବି ଉପସ୍ଥାପନ କରିବେ। ରତ୍ନଭଣ୍ଡାର ଖୋଲିବା ପରେ ୨ଟି ଦିଗରେ କାର୍ଯ୍ୟ ହେବ। ରତ୍ନଭଣ୍ଡାର ଗଣତି ମଣତି ଓ ମରାମତି କାର୍ଯ୍ୟ କରାଯିବ। 



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.