ପ୍ରମୂଖ ଖବର
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

୨୧ରୁ ରତ୍ନଭଣ୍ଡାର ସର୍ଭେ, ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ, ୨୦/୦୯ : ୨୧ରୁ ପୁଣି ଚାଲିବ ରତ୍ନଭଣ୍ଡାର ସର୍ଭେ। ୨୧, ୨୨ ଏବଂ ୨୩ ତାରିଖରେ ତିନି ଦିନ ଧରି ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଏଏସଆଇ ପକ୍ଷରୁ ବୈଷୟିକ ସର୍ଭେ ହେବ। ଦିନ ୨ରୁ ସନ୍ଧ୍ୟା ୬ଟା ଯାଏଁ ସର୍ଭେ ପାଇଁ ସମୟ ସ୍ଥିର ହୋଇଛି। ଆସନ୍ତା ସେପ୍ଟେମ୍ଵର ୨୪ ତାରିଖ ସୁଦ୍ଧା ସର୍ଭେ ସାରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଏଏସଆଇ ମହାନିର୍ଦ୍ଦେଶକଙ୍କୁ ପତ୍ର ଲେଖିଛନ୍ତି। 

ସୂଚନାନୁଯାୟୀ, ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ ବୈଷୟିକ ସର୍ଭେ କରାଯିବ। ତେଣୁ ଏହି ତିନି ଦିନ ଶ୍ରୀଜିଉଙ୍କ ନୀତିକାନ୍ତି ବା ସେବା ପୂଜାରେ ବ୍ୟାଘାତ ନକରି ନିରୀକ୍ଷଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି। ଏହି ଦିନ ପାଇଁ ହୋଇଥିବା ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ ଦିନ ୧ଟାରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଥିବା ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ଉକ୍ତ ସମୟରେ ପ୍ରସ୍ଥାନ କରିପାରିବେ।    

ପୂର୍ବରୁ ଗତ ୧୮ ସେପଟେମ୍ବର ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ଏଏସଆଇ ପକ୍ଷରୁ ଅନୁଷ୍ଠିତ ହୋଇଥିଲା। ସେହି ଦିନ ସର୍ଭେ ସମୟରେ ଏଏସଆଇର ବୈଷୟିକ ଟିମର ମୁଖ୍ୟ ଏବଂ  ସି.ଏସ.ଆଇ.ଆର୍-ଏନ.ଜି.ଆର.ଆଇ (NGRI) ର ମୁଖ୍ୟ ବୈଜ୍ଞାନିକ ଆଉ ଏକ ରାଉଣ୍ଡ ସର୍ଭେ କରିବାକୁ ମତାମତ ଦେଇଥିଲେ । ରାଡାର୍ ପେନିଟ୍ରେଟିଂ ସିଷ୍ଟମ୍ ତଥା ଅନ୍ୟ ବୈଷୟିକ ଉପକରଣ ବ୍ୟବହାର କରାଯାଇ ଏହି ସର୍ଭେ କରିବା ପରେ ହିଁ ଚୂଡାନ୍ତ ରିପୋର୍ଟ ଦାଖଲ କରିବାକୁ ବୈଷୟିକ ଟିମ୍ ପ୍ରସ୍ତାବ ଦେଇଥିଲେ। ତେଣୁ ଆସନ୍ତା ସେପଟେମ୍ବର ୨୪ ତାରିଖ ଠାରୁ ଦଶହରା (ଷୋଳ ପୂଜା) ସମ୍ପର୍କିତ ନୀତିକାନ୍ତି ଆରମ୍ଭ ହେବା ପୂର୍ବରୁ ଯଥାଶୀଘ୍ର ବାକି ଥିବା ସର୍ଭେ ଶେଷ କରି ଚୂଡାନ୍ତ ରିପୋର୍ଟ ଦାଖଲ ପାଇଁ ମୁଖ୍ୟ ପ୍ରଶାସକ ନିଜ ପତ୍ରରେ ଗୁରୁତ୍ବରୋପ କରିଥିଲେ। 

ରାଜ୍ୟ ସରକାରଙ୍କ ଅନୁମୋଦିତ  SOP ଅନୁସାରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗ୍ କୋଠରୀକୁ ସ୍ଥାନାନ୍ତରଣ ଏବଂ ଖାଲି ଆଲମିରା ତଥା ସିନ୍ଦୁକ ଗୁଡିକ ସ୍ଥାନାନ୍ତରିତ ହୋଇସାରିଛି। ତାପରେ ଏଏସଆଇକୁ ସଂରକ୍ଷଣ ତଥା ମରାମତି କାର୍ଯ୍ୟ ହାତକୁ ନେବାକୁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲେ। ତେବେ ମରାମତି ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ସର୍ଭେ କରାଯିବାକୁ ଅନୁରୋଧ କରାଯାଇଥିଲା। ଏହାଦ୍ଵାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନପଡିବ ସେଥିପ୍ରତି ଧ୍ୟାନ ଦେବାକୁ ଏଏସଆଇକୁ ଅନୁରୋଧ କରାଯାଇଥିଲା। ପୂର୍ଣ୍ଣାଙ୍ଗ ଅତ୍ୟାଧୁନିକ ତଥା ବୈଷୟିକ ଯାଞ୍ଚ ପରେ ଏଏସଆଇ ରତ୍ନଭଣ୍ଡାରର ସଂରକ୍ଷଣ ଓ ମରାମତି କାର୍ଯ୍ୟ ଅବିଳମ୍ବେ ସାରିବାକୁ ମୁଖ୍ଯ ପ୍ରଶାସକ ଅନୁରୋଧ କରିଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.