ପ୍ରମୂଖ ଖବର
  • ବ୍ରହ୍ମପୁର: ପୁଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ଆହତ, ବାମ ଗୋଡ଼ରେ ବାଜିଛି ଗୁଳି
  • ||
  • ରାଜନୀତି ଛାଡ଼ିବାକୁ ଘୋଷଣା କଲେ କମଲା ହାରିସ୍‌, କହିଲେ 'ଆମ ବ୍ୟବସ୍ଥା ଭାଙ୍ଗି ସାରିଛି...'
  • ||
  • ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
  • ||

ରତ୍ନଭଣ୍ଡାର ଗଣତିମଣତି ପାଇଁ ୨ ଜଣ ଏକ୍ସପର୍ଟଙ୍କ ନାମ ଦେଇଛନ୍ତି RBI, ଖୁବଶୀଘ୍ର ଗଠନ ହେବ ପରିଚାଳନା କମିଟି

Published By : Rasmita Pradhan | August 1, 2025 1:19 PM

ଭୁବନେଶ୍ଵର, ୦୧/୦୮ : ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କ ଗୁରୁତ୍ଵପୂର୍ଣ୍ଣ ସୂଚନା। ସେ କହିଛନ୍ତି, ୨ ଜଣ ଏକ୍ସପର୍ଟ ଦେବା ପାଇଁ ସରକାର ଆରବିଆଇକୁ ଚିଠି ଲେଖିଥିଲେ। ଆରବିଆଇ ମଧ୍ୟ ୨ ଜଣ ଏକ୍ସପର୍ଟଙ୍କ ନାମ ଦେଇଛନ୍ତି। ଖୁବଶୀଘ୍ର ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ହେବ। କମିଟି ଅନୁମତିରେ ରତ୍ନ ସବୁ ଭିତର ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ସେ ପ୍ରକ୍ରିୟା ସରିବା ପରେ ଆରବିଆଇ ଅଧିକାରୀଙ୍କୁ ତାରିଖ ଜଣାଯିବ। ଏହାପରେ ଏକ୍ସପର୍ଟ ଆସି ଗଣତିମଣତି କରିବେ। 

୨୦୨୪ ଜୁଲାଇ ୧୪ ରୁ ଶ୍ରୀମନ୍ଦିର ଭିତର ଓ ବାହାର ରତ୍ନଭଣ୍ଡାର ଖୋଲା ଯାଇଥିଲା। ରତ୍ନ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମକୁ ସ୍ଥାନାନ୍ତର କରାଯାଇଥିଲା। ୧୭ ଡିସେମ୍ବର ୨୦୨୪ରୁ ମରାମତି କାର୍ଯ୍ୟ ଆରମ୍ଭ ହୋଇଥିଲା । ୬ ମାସ ଧରି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଜାରି ରହିଥିଲା। ମହାପ୍ରଭୁଙ୍କ ବିଭନ୍ନ ନୀତି କାନ୍ତି ଓ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ବିଭିନ୍ନ ସମୟରେ ମରାମତି କାର୍ଯ୍ୟ ବନ୍ଦ ରଖାଯାଇଥିଲା। ଏବେ ଶ୍ରୀମନ୍ଦିର ଭିତର ଓ ବାହାର ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ଶେଷ ହୋଇଛି। ଭିତର ରତ୍ନଭଣ୍ଡାରର ନଷ୍ଟ ହୋଇଥିବା ପଥର ଗୁଡିକ ବଦଳା ଯାଇଛି। ବାହାର ରତ୍ନଭଣ୍ଡାରରେ ବର୍ମାଟିକ କାଠରେ କବାଟ ଲଗାଯାଇଥିବା ବେଳେ ଏହାକୁ ଖୁବଶୀଘ୍ର ରୂପା ଛାଉଣୀ କରାଯିବ। ସେହିପରି ଭିତର ରତ୍ନଭଣ୍ଡାର କବାଟକୁ ସୁନା ଛାଉଣୀ ମଧ୍ୟ କରାଯିବ। ରତ୍ନଭଣ୍ଡାରର ୬ ଟି ତାଲା ପଡିଛି। ତେବେ ଚାବିଗୁଡ଼ିକ ଭଣ୍ଡାର ମେକାପ, ଗଜପତିଙ୍କ ପ୍ରତିନିଧି, ଭଣ୍ଡାର ମେକାପଙ୍କ ପାଖରେ ରଖାଯାଇଛି। ଭିତର ଓ ବାହାର ରତ୍ନଭଣ୍ଡାର ସମ୍ପୂର୍ଣ୍ଣ ସୁରକ୍ଷିତ। ରତ୍ନଭଣ୍ଡାରର ସ୍ଥାୟୀ ମରାମତି ଓ ସଂରକ୍ଷଣ କାର୍ଯ୍ୟ କରାଯାଇଛି। ୫୨୦ ପଥର ବଦଳା ଯାଇଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.